AFFILIATE MARKETING

https://binomo.com?a=90810425bb57&t=0

Thursday, June 1, 2023

ଆମ ନୂଆ ସଂସଦ ଭବନ

ନୂତନ ଭାବରେ ନିର୍ମିତ ଓ ପ୍ରଧାନମନ୍ତ୍ରୀ ଙ୍କ ଦ୍ଵାରା ଉଦଘାଟିତ ଆମ ନୂଆ ସଂସଦ ଭବନ



ଆମ ସଂସଦ ୪ ମହଲା, ୩ ପ୍ରବେଶ ପଥ: ୧୨୭୨ ସାଂସଦଙ୍କ ବସିବା ପାଇଁ ବ୍ୟବସ୍ଥା, ଜାଣନ୍ତୁ ନୂଆ ସଂସଦ ଭବନର ବିଶେଷତ୍ୱ...*


ଆଜି ଦେଶର ଇତିହାସରେ ଯୋଡ଼ି ହେବ ଏକ ନୂତନ ଅଧ୍ୟାୟ। ଭାରତକୁ ମିଳିବ ଭବ୍ୟ, ବିଶାଳ ଓ ଅତ୍ୟାଧୁନିକ ନୂତନ ସଂସଦ ଭବନ। ଯାହାକି କୋଟି କୋଟି ଭାରତୀୟଙ୍କ ଆଶା ଓ ଆକାଂକ୍ଷାର ପ୍ରତୀକ। ଜାଣନ୍ତୁ, ଏହି ଭବ୍ୟ ସଂସଦ ସୌଧର ବିଶେଷତ୍ୱ କ'ଣ ରହିଛି।


ବିଶ୍ୱର ସର୍ବବୃହତ ଗଣତନ୍ତ୍ରର ନୂତନ ମନ୍ଦିର।ଯେଉଁଠି ୧୪୦ କୋଟି ଭାରତୀୟଙ୍କ ପ୍ରତିନିଧି କରିବେ, ଦେଶର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ନୀତି ନିର୍ଦ୍ଧାରଣ ଏବଂ ନିୟମ ପ୍ରଣୟନ। ଦେଶବାସୀଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ହେବ ୬୪ ହଜାର ୫ଶହ ବର୍ଗମିଟର କ୍ଷେତ୍ରରେ ନିର୍ମିତ ତ୍ରିକୋଣାକାର ନୂଆ ସଂସଦ ଭବନ। ଯାହାର ଉପରେ ଶୋଭା ପାଉଛି ୧୦ ହଜାର କିଲୋଗ୍ରାମର ସୁଦୃଶ୍ୟ ରାଷ୍ଟ୍ରୀୟ ପ୍ରତୀକ- ଅଶୋକ ସ୍ତମ୍ଭ।


*ନୂଆ ସଂସଦ ସୌଧର ବିଶେଷତ୍ୱ...*


ସଂସଦ ସୌଧ ମୁଖ୍ୟ ପ୍ରବେଶ ଦ୍ୱାରରେ ଖୋଦିତ ହୋଇଛି ଅଶୋକ ଚକ୍ର। ତଳେ ଲେଖାଯାଇଛି ସତ୍ୟମେବ ଜୟତେ

ନୂତନ ପାର୍ଲାମେଣ୍ଟ ଗୃହରେ ରହିଛି ୩ଟି ପ୍ରବେଶ ପଥ। ଯାହାର ନାଁ ରଖାଯାଇଛି ଜ୍ଞାନ ଦ୍ୱାର, ଶକ୍ତି ଦ୍ୱାର ଓ କର୍ମ ଦ୍ୱାର

୪ ମହଲା ବିଶିଷ୍ଟ ନୂତନ ସଂସଦ ଭବନରେ ହୋଇଛି। ୧୨ ଶହ ୭୨ ସାଂସଦଙ୍କ ପାଇଁ ବସିବା ବ୍ୟବସ୍ଥା।

ଲୋକସଭାରେ ୮୮୮ ସିଟ୍ ଥିବାବେଳେ, ରାଜ୍ୟସଭାରେ ରହିଛି ୩୮୪ ଆସନ।


ପୁରୁଣା ପାର୍ଲାମେଣ୍ଟ ଠାରୁ ନୂଆରେ ପ୍ରାୟ ୫ଶହ ସିଟ୍ ଅଧିକ

ଜାତୀୟ ପକ୍ଷୀ ମୟୂର ଶୈଳୀରେ ଲୋକସଭା ନିର୍ମିତ ହୋଇଥିବାବେଳେ ଜାତୀୟ ପୁଷ୍ପ ପଦ୍ମ ଦ୍ୱାରା ପ୍ରେରିତ ହୋଇଛି ରାଜ୍ୟସଭା।

ନୂଆ ସଂସଦ ସୌଧରେ ପ୍ରତିଟି ସାଂସଦଙ୍କ ସିଟ୍‌ରେ ରହିଛି ମଲ୍ଟିମିଡିଆ ଡିସପ୍ଲେ। ଯୋଗାଯୋଗ ପାଇଁ ଅଛି ଅତ୍ୟାଧୁନିକ ବ୍ୟବସ୍ଥା।

ବାଚସ୍ପତିଙ୍କ ପୋଡିୟମ ନିକଟକୁ ଆସି ହଟ୍ଟଗୋଳ କରିବା ଭଳି ଘଟଣା ଏଡାଇବାକୁ ସ୍ୱତନ୍ତ୍ର ଧ୍ୟାନ ଦିଆଯାଇଛି।


ଗୃହ ପରିଚାଳନା ଦାୟିତ୍ୱରେ ଥିବା ବାଚସ୍ପତିଙ୍କ ଆସନ ବହୁ ଉଚ୍ଚରେ ରଖାଯାଇଛି।


ପ୍ରାୟ ୧ ହଜାର କୋଟି ଟଙ୍କା ବ୍ୟୟରେ ନିର୍ମିତ ହୋଇଛି ଏହି ଅଟ୍ଟାଳିକା। ମାତ୍ର ଅଢେଇ ବର୍ଷରେ ନିର୍ମାଣ ଶେଷ କରିଛି ଟାଟା ପ୍ରୋଜେକ୍ଟସ ଲିମିଟେଡ୍।


ଅତ୍ୟାଧୁନିକ ସୁବିଧାଯୁକ୍ତ ଏହି ସୌଧ ପରିବେଶ ଅନୁକୂଳ ଏବଂ ଭୂକମ୍ପ ପ୍ରତିରୋଧୀ ମଧ୍ୟ। ନୂତନ ପାର୍ଲାମେଣ୍ଟ ବିଲ୍ଡିଂ ଲୋକାର୍ପଣ ପରେ ପୂରାତନ ସଂସଦ ଗୃହକୁ ଗଣତନ୍ତ୍ରର ସଂଗ୍ରହାଳୟରେ ପରିଣତ କରାଯିବ।

No comments:

COASTAL NEWS

COOPERATIVE MINISTER

To Sj Pradeep Balasamanta Hon’ble Minister, Cooperation, Handlooms & Textiles Department Government of Odisha Subject: ...