AFFILIATE MARKETING

https://binomo.com?a=90810425bb57&t=0

Thursday, May 4, 2023

ରାଷ୍ଟ୍ରପତିଙ୍କ ସ୍ୱାଗତ ପାଇଁ ପ୍ରସ୍ତୁତ ଶିମିଳିପାଳ ଅଭୟାରଣ୍ୟ

ରାଷ୍ଟ୍ରପତିଙ୍କ ସ୍ୱାଗତ ପାଇଁ ପ୍ରସ୍ତୁତ ଶିମିଳିପାଳ ଅଭୟାରଣ୍ୟ
 ରାଇରଙ୍ଗପୁର: ମୟୂରଭଞ୍ଜ ଗସ୍ତ ଅବସରରେ ଶିମିଳିପାଳ ଅଭୟାରଣ୍ୟ ବୁଲିବାକୁ ଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଯାହାକୁ ନେଇ ଶିମିଳିପାଳ ଅଭୟାରଣ୍ୟର ପ୍ରସ୍ତୁତି ନେଇ କର୍ତ୍ତୃପକ୍ଷ ଭିଡ଼ିଓ ଜାରି କରିଛନ୍ତି । ଏହି ଭିଡିଓରେ ଶିମିଳିପାଳର ସୌନ୍ଦର୍ଯ୍ୟକୁ ବେଶ ସୁନ୍ଦର ଭାବେ ଦର୍ଶାଯାଇଛି । ତେବେ ୪ ତାରିଖ କୁସୁମୀ ବ୍ଲକର ପାହାଡପୁର ସ୍ଥିତ ଏସଏଲଏସ ସ୍ମାରକୀ ଆବାସିକ ବିଦ୍ୟାଳୟ, ସାତପୋଉଟିଆ ସ୍ଥିତ ପ୍ରଜାପିତା ବ୍ରହ୍ମ କୁମାରୀ ଇଶ୍ବରୀୟ ବିଶ୍ବ ଓ ରାଇରଙ୍ଗପୁରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାର୍ଯ୍ୟକ୍ରମ ରହିଛି । ସ୍ୱତନ୍ତ୍ର ଗାଡିରେ ସଡ଼କ ପଥରେ ଶିମିଳିପାଳ ଅଭୟାରଣ୍ୟ ଭିତରକୁ ବୁଲିବାକୁ ଯାଇ ଚହଲା ଠାରେ ମଧ୍ୟାହ୍ନ ଭୋଜନର କାର୍ଯ୍ୟକ୍ରମ ମଧ୍ୟ ରହିଛି । ଏହାକୁ ଦୃଷ୍ଟିରେ ରଖି ଶିମିଳିପାଳ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସମସ୍ତ ପ୍ରକାର ସୁରକ୍ଷା, ଆତିଥ୍ୟ ସେବା ଓ ପରିଦର୍ଶନ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି ବୋଲି କ୍ଷେତ୍ର ନିର୍ଦ୍ଦେଶକ ପ୍ରକାଶ ଚାନ୍ଦ ଗୋଗିନେନୀ ସୂଚନା ଦେଇଛନ୍ତି । ରାଷ୍ଟ୍ରପତିଙ୍କ ଶିମିଳିପାଳ ଅଭୟାରଣ୍ୟ ଗସ୍ତ କାର୍ଯ୍ୟକ୍ରମକୁ ଆଖି ଆଗରେ ରଖି ଅଭୟାରଣ୍ୟକୁ ଆସନ୍ତା ୪ ଓ ୫ ତାରିଖ ପର୍ଯ୍ୟଟକଙ୍କ ପାଇଁ ବନ୍ଦ କରି ଦିଆଯାଇଛି । ଏସିଆ ମହାଦେଶର ଦ୍ବିତୀୟ ସର୍ବବୃହତ ଜୈବମଣ୍ଡଳ ହେଉଛି ମୟୂରଭଞ୍ଜ ଜିଲ୍ଲାର ଶିମିଳିପାଳ ଅଭୟାରଣ୍ୟ । ଶିମିଳିପାଳ ଜୈବମଣ୍ଡଳର ଆୟତନ ହେଉଛି ୨୭୫୦ ବର୍ଗ କି.ମି । ତନ୍ମଧ୍ୟରୁ ୩୦୩ ବର୍ଗ କି.ମି ହେଉଛି ଆଭ୍ୟନ୍ତରୀଣ ଅଞ୍ଚଳ ଯାହାକି ଭାରତର ଏକ ପ୍ରସିଦ୍ଧ ଅଭୟାରଣ୍ୟ, ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଓ ଜାତୀୟ ଉଦ୍ୟାନ ଅଟେ ।

No comments:

COASTAL NEWS

ଆସ କିଏ ଖାଇବ

ଆସ କିଏ ଖାଇବ ହୋ ଆମ ବଡ଼ବାବୁଙ୍କ ଖାନା ଗ୍ୟାସ ଜଳିବନି  ଚୁଲି ଜଳିବନି ବନେଇ ଦେବେ ନନା ।। ଆସ ଭାଇ ଆସ ଭଉଣୀ ପାତରେ ଭରି ଭୋଗ ଖାଇ ଖାଇ ଖୁସି ହେବ ଭୁଲିଯ...