AFFILIATE MARKETING

https://binomo.com?a=90810425bb57&t=0

Thursday, May 4, 2023

ରାଷ୍ଟ୍ରପତିଙ୍କ ସ୍ୱାଗତ ପାଇଁ ପ୍ରସ୍ତୁତ ଶିମିଳିପାଳ ଅଭୟାରଣ୍ୟ

ରାଷ୍ଟ୍ରପତିଙ୍କ ସ୍ୱାଗତ ପାଇଁ ପ୍ରସ୍ତୁତ ଶିମିଳିପାଳ ଅଭୟାରଣ୍ୟ
 ରାଇରଙ୍ଗପୁର: ମୟୂରଭଞ୍ଜ ଗସ୍ତ ଅବସରରେ ଶିମିଳିପାଳ ଅଭୟାରଣ୍ୟ ବୁଲିବାକୁ ଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଯାହାକୁ ନେଇ ଶିମିଳିପାଳ ଅଭୟାରଣ୍ୟର ପ୍ରସ୍ତୁତି ନେଇ କର୍ତ୍ତୃପକ୍ଷ ଭିଡ଼ିଓ ଜାରି କରିଛନ୍ତି । ଏହି ଭିଡିଓରେ ଶିମିଳିପାଳର ସୌନ୍ଦର୍ଯ୍ୟକୁ ବେଶ ସୁନ୍ଦର ଭାବେ ଦର୍ଶାଯାଇଛି । ତେବେ ୪ ତାରିଖ କୁସୁମୀ ବ୍ଲକର ପାହାଡପୁର ସ୍ଥିତ ଏସଏଲଏସ ସ୍ମାରକୀ ଆବାସିକ ବିଦ୍ୟାଳୟ, ସାତପୋଉଟିଆ ସ୍ଥିତ ପ୍ରଜାପିତା ବ୍ରହ୍ମ କୁମାରୀ ଇଶ୍ବରୀୟ ବିଶ୍ବ ଓ ରାଇରଙ୍ଗପୁରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାର୍ଯ୍ୟକ୍ରମ ରହିଛି । ସ୍ୱତନ୍ତ୍ର ଗାଡିରେ ସଡ଼କ ପଥରେ ଶିମିଳିପାଳ ଅଭୟାରଣ୍ୟ ଭିତରକୁ ବୁଲିବାକୁ ଯାଇ ଚହଲା ଠାରେ ମଧ୍ୟାହ୍ନ ଭୋଜନର କାର୍ଯ୍ୟକ୍ରମ ମଧ୍ୟ ରହିଛି । ଏହାକୁ ଦୃଷ୍ଟିରେ ରଖି ଶିମିଳିପାଳ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସମସ୍ତ ପ୍ରକାର ସୁରକ୍ଷା, ଆତିଥ୍ୟ ସେବା ଓ ପରିଦର୍ଶନ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି ବୋଲି କ୍ଷେତ୍ର ନିର୍ଦ୍ଦେଶକ ପ୍ରକାଶ ଚାନ୍ଦ ଗୋଗିନେନୀ ସୂଚନା ଦେଇଛନ୍ତି । ରାଷ୍ଟ୍ରପତିଙ୍କ ଶିମିଳିପାଳ ଅଭୟାରଣ୍ୟ ଗସ୍ତ କାର୍ଯ୍ୟକ୍ରମକୁ ଆଖି ଆଗରେ ରଖି ଅଭୟାରଣ୍ୟକୁ ଆସନ୍ତା ୪ ଓ ୫ ତାରିଖ ପର୍ଯ୍ୟଟକଙ୍କ ପାଇଁ ବନ୍ଦ କରି ଦିଆଯାଇଛି । ଏସିଆ ମହାଦେଶର ଦ୍ବିତୀୟ ସର୍ବବୃହତ ଜୈବମଣ୍ଡଳ ହେଉଛି ମୟୂରଭଞ୍ଜ ଜିଲ୍ଲାର ଶିମିଳିପାଳ ଅଭୟାରଣ୍ୟ । ଶିମିଳିପାଳ ଜୈବମଣ୍ଡଳର ଆୟତନ ହେଉଛି ୨୭୫୦ ବର୍ଗ କି.ମି । ତନ୍ମଧ୍ୟରୁ ୩୦୩ ବର୍ଗ କି.ମି ହେଉଛି ଆଭ୍ୟନ୍ତରୀଣ ଅଞ୍ଚଳ ଯାହାକି ଭାରତର ଏକ ପ୍ରସିଦ୍ଧ ଅଭୟାରଣ୍ୟ, ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଓ ଜାତୀୟ ଉଦ୍ୟାନ ଅଟେ ।

No comments:

COASTAL NEWS

COASTAL NEWS ODIA 1903 ଭାରତୀୟଙ୍କ ସୋଲାର ପ୍ୟାନେଲ ଉପରେ ଆମେରିକାର ନଜର

COASTAL NEWS ODIA 1903  ଭାରତୀୟଙ୍କ ସୋଲାର ପ୍ୟାନେଲ ଉପରେ ଆମେରିକାର ନଜର ୱାଶିଂଟନ୍ - (CNO) ଆମେରିକା ସୋଲାର ପ୍ୟାନେଲଗୁଡିକର ବ୍ୟବସାୟ ଏକଚାଟିଆ କରିବାକୁ ଚେଷ...