AFFILIATE MARKETING

https://binomo.com?a=90810425bb57&t=0

Thursday, June 1, 2023

ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶିତ

ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶିତ: ବିଜ୍ଞାନରେ ୮୪.୯୩ ଓ ବାଣିଜ୍ୟରେ ପାସ୍ ହାର ୮୧.୧୨ ପ୍ରତିଶତ



ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଦ୍ବାଦଶ ଶ୍ରେଣୀ(ଯୁକ୍ତ୨) ବିଜ୍ଞାନ ଓ ବାଣିଜ୍ୟ ବିଭାଗ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥର ବିଜ୍ଞାନରେ ପାସ୍ ହାର ରହିଛି  ୮୪.୯୩ ପ୍ରତିଶତ ଓ ବାଣିଜ୍ୟରେ ପାସ୍ ହାର ୮୧.୧୨ ପ୍ରତିଶତ ହୋଇଥିବା ଜଣାଯାଇଛି। ଚଳିତ ବର୍ଷ ବିଜ୍ଞାନରେ ପରୀକ୍ଷା ଦେଇଥିଲେ ୯୩,୭୩୪ ଛାତ୍ରଛାତ୍ରୀ । ସେଥିମଧ୍ୟରୁ ୭୮,୯୩୮ଜଣ ପାସ୍ କରିଛନ୍ତି। ଏମାନଙ୍କ ଭିତରୁ ପ୍ରଥମ ଶ୍ରେଣୀରେ ୩୯,୫୭୩ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇ ଥିବା ବେଳେ ଦ୍ୱିତୀୟ ଶ୍ରେଣୀରେ ୨୪,୨୫୭ ଓ ତୃତୀୟ ଶ୍ରେଣୀରେ ୧୪,୮୫୨ ଜଣ ପାସ କରିଛନ୍ତି।


ଏଣେ ବାଣିଜ୍ୟରେ ମୋଟ୍ ୨୪,୦୮୨ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। ସେମାନଙ୍କ ଭିତରୁ ୧୯,୫୩୬ ଜଣ ପାସ୍ କରିଛନ୍ତି।


ବୁଧବାର ପୂର୍ବାହ୍ନ ୧୧ଟାରେ ଭୁବନେଶ୍ବରସ୍ଥିତ ପରିଷଦର ମୁଖ୍ୟାଳୟରେ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ଓ ବିଭାଗୀୟ ସଚିବ ଅଶ୍ବଥୀ ଏସ୍‌ ପରୀକ୍ଷା ଫଳ ପୁସ୍ତିକାକୁ ଉନ୍ମୋଚନ କରିଛନ୍ତି। ଏହାପରେ ପରୀକ୍ଷାର୍ଥୀମାନେ www.orissaresults.nic.in ୱେବସାଇଟ୍‌ରେ ସେମାନଙ୍କ ଫଳ ଜାଣିପାରିବେ। ସାମ୍‌ସ କଲେଜ ଇ-ସ୍ପେସ୍‌ରେ ମଧ୍ୟ ପରୀକ୍ଷା ଫଳ ତଥ୍ୟ ଉପଲବ୍ଧ ହେବ। କଳା ଓ ଧନ୍ଦାମୂଳକ ପାଠ୍ୟକ୍ରମର ପରୀକ୍ଷା ଫଳ ଜୁନ୍‌ ୮ ସୁଦ୍ଧା ପ୍ରକାଶ କରିବାକୁ ଲକ୍ଷ୍ୟ ରଖାଯାଇଥିବା ପରିଷଦ ଅଧ୍ୟକ୍ଷ ଅଶ୍ବିନୀ କୁମାର ମିଶ୍ର ସୂଚନା ଦେଇଛନ୍ତି।


ସୂଚନା ଅନୁଯାୟୀ ଚଳିତବର୍ଷ ୪ଟି ଯାକ ବିଭାଗରେ ପରୀକ୍ଷା ଦେବା ଲାଗି ୩ ଲକ୍ଷ ୫୬ ହଜାର ୪୪୯ଜଣ ଛାତ୍ରଛାତ୍ରୀ ନାମ ପଞ୍ଜୀକରଣ କରିଥିଲେ। କଳା ବିଭାଗରେ ୨ଲକ୍ଷ ୩୨ ହଜାର ୬୪୪, ବିଜ୍ଞାନରେ ୯୩ହଜାର ୭୩୦, ବାଣିଜ୍ୟରେ ୨୪ହଜାର ୨୪୬ ଓ ଧନ୍ଦାମୂଳକ ବିଭାଗରେ ୫୮୨୯ଜଣ ରହିଥିଲେ। ସେମାନଙ୍କ ମଧ୍ୟରୁ ପାଖାପାଖି ୫୫୦୦ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିଲେ।

No comments:

COASTAL NEWS

ଆସ କିଏ ଖାଇବ

ଆସ କିଏ ଖାଇବ ହୋ ଆମ ବଡ଼ବାବୁଙ୍କ ଖାନା ଗ୍ୟାସ ଜଳିବନି  ଚୁଲି ଜଳିବନି ବନେଇ ଦେବେ ନନା ।। ଆସ ଭାଇ ଆସ ଭଉଣୀ ପାତରେ ଭରି ଭୋଗ ଖାଇ ଖାଇ ଖୁସି ହେବ ଭୁଲିଯ...