AFFILIATE MARKETING

https://binomo.com?a=90810425bb57&t=0

Wednesday, June 21, 2023

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 

ଭୁବନେଶ୍ୱର  : ଆଜି ପବିତ୍ର ରଥଯାତ୍ରା । ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ଦେଶ ବିଦେଶର ବିଭିନ୍ନ କୋଣରୁ ଲକ୍ଷ ଲକ୍ଷ ଭକ୍ତ ପୁରୀକୁ ଆସିଛନ୍ତି । ରଥଯାତ୍ରା ପାଇଁ ସୁସଜ୍ଜିତ ହୋଇଛି ଶ୍ରୀମନ୍ଦିର । ତିନି ଠାକୁରଙ୍କ ଅପେକ୍ଷାରେ ତିନି ରଥ । ରତ୍ନ ସିଂହସନ ଛାଡ଼ି ରଥକୁ ଆସିବେ ତିନି ଠାକୁର । ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ଟ୍ୱିଟ୍ କରି କହିଛନ୍ତି କି ପବିତ୍ର ରଥଯାତ୍ରା ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭକାମନା ଜଣାଉଛି। ମହାପ୍ରଭୁଙ୍କ ଆଶୀର୍ବାଦ ଓ ଆପଣମାନଙ୍କ ସହଯୋଗରେ ବିକାଶର ନନ୍ଦିଘୋଷ ନୂଆ ଓଡ଼ିଶାର ପଥକୁ ସୁଗମ କରୁ।

ସେପଟେ ସକାଳ ସାଢ଼େ ୯ଟାରୁ ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି ଆରମ୍ଭ ‌ହେବ । ତିନିରଥରେ ଶ୍ରୀଜିଉଙ୍କ ରୁନ୍ଧା ସହ ଚାରମାଳ ଫିଟା ପରେ ଅପରାହ୍ନ ୪ଟାରେ ରଥଟଣା ଆରମ୍ଭ ହେବ । ବହୁସଂଖ୍ୟାରେ ଭକ୍ତଙ୍କ ଆଗମନ ସମ୍ଭାବନା ଥିବାରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରି ଦିଆଯାଇଛି ।

No comments:

COASTAL NEWS

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି।

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି। ତୃତୀୟ ପର୍ଯ୍ୟାୟରେ ୧୬ ରାଜ୍ୟ ଓ ୩ କେନ୍ଦ୍ର ...