AFFILIATE MARKETING

https://binomo.com?a=90810425bb57&t=0

Wednesday, June 28, 2023

ବରଯାତ୍ରୀଙ୍କ ଉପରେ ଚଢିଗଲା ଟ୍ରକ୍, ୫ମୃତ

 ବରଯାତ୍ରୀଙ୍କ ଉପରେ ଚଢିଗଲା ଟ୍ରକ୍, ୫ମୃତ 




ବରଯାତ୍ରୀଙ୍କ ଉପରେ ଚଢିଗଲା ଟ୍ରକ୍ । ଏହି ଦୁର୍ଘଟଣାରେ ୫ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୯ଜଣ ଗୁରୁତର ଅଛନ୍ତି । କନ୍ୟାଘର ସାମ୍ନାରେ ନାଚୁଥିବା ବେଳେ ଚଢିଗଲା ଟ୍ରକ୍ । ୯ଗୁରୁତର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି । କେନ୍ଦୁଝର ଟାଉନ ଥାନା ଯୁଡିଆଘାଟି ଷଠୀଘର ନିକଟରେ ଦୁର୍ଘଟଣା ହୋଇଛି । ତେବେ ଦୁର୍ଘଟଣା ଯୋଗୁଁ ବର ଫେରି ଯାଇଛି, ବାହାଘର ହୋଇପାରି ନାହିଁ ।


ବିବାହ ଶୋଭାଯାତ୍ରା ଚାଲିଥିଲା । ହରିଚନ୍ଦନପୁର ବ୍ଲକ୍ ଜଙ୍ଘିରା ନିକଟସ୍ଥ ମାନପୁର ଗ୍ରାମରୁ ଏକ ବରଯାତ୍ରୀ ଦଳ କେନ୍ଦୁଝର ଆସିଥିଲେ । ଷଠୀଘର ସାହିରେ କନ୍ୟାଘର ସମ୍ମୁଖରେ  ବରଯାତ୍ରୀମାନେ ନାଚୁଥିଲେ । ଏହି ସମୟରେ ଶୁଆକାଟୀ ପଟୁ ହଠାତ୍ ଏକ ଟ୍ରକ୍ ଦ୍ରୁତବେଗରେ ଆସି ବରଯାତ୍ରୀଙ୍କ ଉପରେ ମାଡ଼ି ଯାଇଥିଲା । ଫଳରେ ୫ ଜଣ ଦୁର୍ଘଟଣାସ୍ଥଳରେ ପ୍ରାଣ ହରାଇବା ସହ ଅନ୍ୟ ୯ ଜଣ ଗୁରୁତର ଆହତ ହୋଇଥିଲେ ।


ମୃତକଙ୍କ ମଧ୍ୟରେ ୩ ଜଣ କନ୍ୟାଘରର ବୋଲି ଜଣାପଡ଼ିଛି । ମୃତକମାନେ ମାନପୁର ଗ୍ରାମର ଜିତ୍ ପାତ୍ର , କାଳିଆ ମହାନ୍ତ , ଲକ୍ଷ୍ମୀପାଦର ରତି ମୁଣ୍ଡା , ଷଠୀଘରର ଅମିତ ପାତ୍ର ଏବଂ କେଉଟସାହିର  ବାପୁନ ଦେହୁରୀ ବୋଲି ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ ବିଭାଗ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି ।

No comments:

COASTAL NEWS

ଆସ କିଏ ଖାଇବ

ଆସ କିଏ ଖାଇବ ହୋ ଆମ ବଡ଼ବାବୁଙ୍କ ଖାନା ଗ୍ୟାସ ଜଳିବନି  ଚୁଲି ଜଳିବନି ବନେଇ ଦେବେ ନନା ।। ଆସ ଭାଇ ଆସ ଭଉଣୀ ପାତରେ ଭରି ଭୋଗ ଖାଇ ଖାଇ ଖୁସି ହେବ ଭୁଲିଯ...