AFFILIATE MARKETING

https://binomo.com?a=90810425bb57&t=0

Wednesday, July 5, 2023

ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗ: ସମସ୍ତ ପ୍ରତିପକ୍ଷଙ୍କୁ ନୋଟିସ ଜାରି କରିଛନ୍ତି ହାଇକୋର୍ଟ

 ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗ: ସମସ୍ତ ପ୍ରତିପକ୍ଷଙ୍କୁ ନୋଟିସ ଜାରି କରିଛନ୍ତି ହାଇକୋର୍ଟ

 




କଟକ :  ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ସହିତ ରତ୍ନଭଣ୍ଡାରର ସବିଶେଷ ତାଲିକା ପ୍ରସ୍ତୁତ କରିବା ପାଇଁ ହାଇକୋର୍ଟରେ ଦାୟର ଜନସ୍ୱାର୍ଥ ମାମଲାର ଶୁଣାଣି । ସମସ୍ତ ପ୍ରତିପକ୍ଷଙ୍କୁ ନୋଟିସ ଜାରି କରିଛନ୍ତି ହାଇକୋର୍ଟ । ଜଷ୍ଟିସ ଶୁଭାଶିଷ ତାଳପତ୍ର ଓ ଜଷ୍ଟିସ ସାବିତ୍ରୀ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାକୁ ବିଚାର ପାଇଁ ଗ୍ରହଣ କରି ଏହି ନୋଟିସ ଜାରି କରିଛନ୍ତି । ଅଗଷ୍ଟ ୭ ରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ କରିବା ସହିତ ସମସ୍ତ ପ୍ରତିପକ୍ଷ ଜବାବ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ରତ୍ନଭଣ୍ଡାର ଖୋଲି ତାର ବିପଦଶଙ୍କୁଳ ଅଂଶ ମରାମତି ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବା ପାଇଁ ଏହି ଆବେଦନରେ ପ୍ରାର୍ଥନା କରାଯାଇଛି ।


ପୂର୍ବତନ ରାଜ୍ୟପାଳ ଭଗବତ ଦୟାଲ ଶର୍ମାଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ଢାଞ୍ଚାରେ ରାଜ୍ୟପାଳ କିମ୍ବା ଜଣେ କାର୍ଯ୍ୟରତ ହାଇକୋର୍ଟ ବିଚାରପତିଙ୍କ ଅଧ୍ୟକ୍ଷତାରେ ଏକ ଯୁଗ୍ମ କମିଟି ଗଠନ କରାଯାଇ ରତ୍ନ ଅଳଙ୍କାର ତାଲିକା ପ୍ରସ୍ତୁତ କରିବା ପାଇଁ ପିଟିସନରେ ପ୍ରାର୍ଥନା ହୋଇଛି । ରତ୍ନଭଣ୍ଡାରର ଚାବି ହଜାଇଥିବା ଦାୟୀ ପୁରୀ ଜିଲ୍ଲାପାଳ କିମ୍ବା ସଂପୃକ୍ତ ଅଧିକାରୀଙ୍କ ବିରୋଧରେ ଫୌଜଦାରୀ ମାମଲା ଦାୟର କରି ସିବିଆଇ ଦ୍ଵାରା ତଦନ୍ତ କରିବା ପାଇଁ ମଧ୍ୟ ଆବେଦନ କରାଯାଇଛି । ହାଇକୋର୍ଟର ବୈଷୟିକ କମିଟି ଏବଂ ଏଏସଆଇ ଚିଠି ସତ୍ତ୍ୱେ ରତ୍ନଭଣ୍ଡାର ମରାମତି ନକରି ଏହାକୁ ବିପଦ ସଙ୍କୁଳ ଅବସ୍ଥାରେ ରଖିବା ହେତୁ ଏଥିପାଇଁ ଦାୟୀ ଅଧିକାରୀଙ୍କ ବିରୋଧରେ ସିବିଆଇ ଧ୍ଶଣ  ତଦନ୍ତ କରିବା ପାଇଁ ଆବେଦନରେ ପ୍ରାର୍ଥନା କରାଯାଇଛି ।


ରାଜ୍ୟ ବିଜେପିର ପୂର୍ବତନ ସଭାପତି ତଥା ବରିଷ୍ଠ ବିଜେପି ନେତା ସମୀର ମହାନ୍ତିଙ୍କ ପକ୍ଷରୁ ଏହି ଆବେଦନ କରାଯାଇଛି । ଏଥିରେ ମୁଖ୍ୟ ଶାସନ ସଚିବ, ପୁରୀ ଗଜପତି ମହାରାଜା, ଗୃହ ସଚିବ, ଶ୍ରୀ ମନ୍ଦିର ମୁଖ୍ୟ ପ୍ରଶାସକ, ଆଇନ ସଚିବ, ପୁରୀ ଜିଲ୍ଲାପାଳ, ଏଏସଆଇ, ସିବିଆଇ ନିର୍ଦ୍ଦେଶକଙ୍କୁ ପକ୍ଷଭୁକ୍ତ କରାଯାଇଛି । ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ପିତାମ୍ବର ଆଚାର୍ଯ୍ୟ ମାମଲା ରୁଜ୍ଜୁ କରିଛନ୍ତି । …

No comments:

COASTAL NEWS

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି।

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି। ତୃତୀୟ ପର୍ଯ୍ୟାୟରେ ୧୬ ରାଜ୍ୟ ଓ ୩ କେନ୍ଦ୍ର ...