AFFILIATE MARKETING

https://binomo.com?a=90810425bb57&t=0

Sunday, July 30, 2023

କ୍ଷତବିକ୍ଷତ ମୃତଦେହ ଉଦ୍ଧାର

 କ୍ଷତବିକ୍ଷତ ମୃତଦେହ ଉଦ୍ଧାର 



ଅନୁଗୋଳ,୩୦ା୭ : ଅନୁଗୋଳ ଜିଲା ଆଠମଲ୍ଲିକ ବାରିଣୀ ଜଙ୍ଗଲରୁ ନାବାଳକଙ୍କ ଗୋଡ଼, ହାତ ନ ଥିବା କ୍ଷତବିକ୍ଷତ  ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିଲା। ଅନ୍ୟପକ୍ଷେ ନାବାଳକଙ୍କୁ ବଳି ପାଇଁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଥିବା ବେଳେ ଏବେ ବି ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଏହି ପରିପ୍ରେକ୍ଷୀରେ ପୋଲିସ ରବିବାର ଜଣେ ନାବାଳକଙ୍କ ସହ ୪ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ମଙ୍ଗଳା କୋଠି ପୂଜାରିଣୀ ରିତାଞ୍ଜଳି ବାଘଙ୍କ ସହ ଅନ୍ୟ ୩ଜଣ ପୁରୁଷ ଲୋକ ବୋଲି ଜଣାପଡିଛି। ପୋଲିସ ମୃତଦେହ ବ୍ୟବଚ୍ଛେଦ କରାଇଛି। ହେଲେ ବ୍ୟବଚ୍ଛେଦ ଏବଂ ସାଇଣ୍ଟିଫିକ ରିପୋର୍ଟ ଆସିଲେ ମୃତ୍ୟୁର କାରଣ ଜଣାପଡିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି।


ମିଳିଥିବା ସୂଚନା ମୁତାବକ, ଗତ ୨୩ ତାରିଖରେ ବାସନ୍ତୀ ବିଶ୍ୱାଳ ନାମକ ଜଣେ ମହିଳା ତାଙ୍କ ୧୪ ବର୍ଷୀୟ ପୁଅ ସଞ୍ଜିତଙ୍କ ଦେହ ଖରାପ ରହୁଥିବାରୁ ଟୁସର ଗାଁକୁ ଆସିଥିଲେ। ସେଠାରେ ସେ ମା’ ମଙ୍ଗଳାଙ୍କ ପୂଜାର୍ଚ୍ଚନା କରିଥିଲେ। ଏପରିକି ରାତିରେ ମା’ ମଙ୍ଗଳାଙ୍କ କୋଠିରେ ମା’ ପୁଅ ଅଧିଆ ପଡ଼ିଥିଲେ । ରାତିରେ ଶୋଇଥିବା ବେଳେ ସକାଳୁ ଉଠି ବାସନ୍ତୀ ଦେଖିବା ବେଳକୁ ତାଙ୍କ ପୁଅକୁ ପାଇ ନ ଥିଲେ। ଖୋଜାଖୋଜି ପରେ ମଧ୍ୟ ପୁଅ ସଞ୍ଜିତଙ୍କୁ ପାଇ ନ ଥିଲେ। ପରେ କିଆକଟା ଥାନାରେ ପୁଅ ନିଖୋଜ ଥିବା ନେଇ ଅଭିଯୋଗ କରିଥିଲେ। ହେଲେ ଶୁକ୍ରବାର ବାରିଣୀ ଜଙ୍ଗଲରୁ ନାବାଳକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ହେଲେ ନାବାଳକଙ୍କ ଗୋଡ଼ ଓ ହାତ ନ ଥିବା ଜଣାପଡିଛି। ନାବାଳକଙ୍କ ମୃତ୍ୟୁକୁ ନେଇ ଏବେ ସନ୍ଦେହ ସୃଷ୍ଟି ହୋଇଥିଲା। ଅନ୍ୟପକ୍ଷେ ବଳି ପାଇଁ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ଉତ୍ତ୍ୟକ୍ତ ଲୋକ ବାରିଣୀ ଛକଠାରେ ଆଠମଲ୍ଲିକ-କିଆକଟା ରାସ୍ତା ଅବରୋଧ କରିଥିଲେ। ଏପରିକି ରାସ୍ତାରୋକୋ ବେଳେ ଉତ୍ତ୍ୟକ୍ତ ଲୋକ ପୋଲିସ ଗାଡ଼ି ଜାଳି ଦେଇଥିଲେ।

No comments:

COASTAL NEWS

ଭାରତ ପାଇଁ ଐତିହାସିକ ଦିନ: ୟୁନେସ୍କୋ ମାନ୍ୟତା ପାଇଲା ‘ଦୀପାବଳି’

ଭାରତ ପାଇଁ ଐତିହାସିକ ଦିନ: ୟୁନେସ୍କୋ ମାନ୍ୟତା ପାଇଲା ‘ଦୀପାବଳି’ ଏକ୍ସରେ ସୂଚନା ଦେଲେ ପ୍ରଧାନମନ୍ତ୍ରୀ ମୋଦି ନୂଆଦିଲ୍ଲୀ, ୧୦/୧୨: ଭାରତର ସବୁଠାରୁ ଲୋକପ୍ରିୟ ପର୍ବ ...