AFFILIATE MARKETING

https://binomo.com?a=90810425bb57&t=0

Monday, July 17, 2023

ବନ୍ଦେ ଭାରତ ଏକ୍ସପ୍ରେସରେ ଲାଗିଲା ନିଆ

 ବନ୍ଦେ ଭାରତ ଏକ୍ସପ୍ରେସରେ ଲାଗିଲା ନିଆ




 

ଭୋପାଳ : ମଧ୍ୟ ପ୍ରଦେଶର ଭୋପାଲରୁ ନୂଆଦିଲ୍ଲୀ ଅଭିମୁଖେ ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସର ଏକ କୋଚ୍‌ର ବ୍ୟାଟେରୀ ବକ୍ସରେ ସୋମବାର ସକାଳେ ନିଆଁ ଲାଗିଯାଇଥିବା ସୂଚନା ମିଳିଛି। ତେବେ ଏଥିରେ ଯାତ୍ରୀଙ୍କର କୌଣସି କ୍ଷତି ହୋଇନାହିଁ। ସୂଚନା ଅନୁସାରେ, ଟ୍ରେନ୍‌ଟି ରାଣୀ କମଳାପତି ଷ୍ଟେସନ (ପୂର୍ବରୁ ଏହାର ନାଁ ହବିବଗଞ୍ଜ ଷ୍ଟେସନ ଥିଲା) ଛାଡ଼ିବା ପରେ ସକାଳ ପ୍ରାୟ ୬ଟା ୪୫ ବେଳେ ସି-୧୨ ବଗିର ବ୍ୟାଟେରୀ ବକ୍ସରେ ନିଆଁ ଲାଗିଥିବା କିଛି ରେଳ କର୍ମଚାରୀ ଦେଖିଥିଲେ। ସଙ୍ଗେ ସଙ୍ଗେ ଟ୍ରେନ୍‌ଟିକୁ ଅଟକାଇ ସି-୧୨ ବଗିରୁ ତୁରନ୍ତ ଯାତ୍ରୀଙ୍କୁ ଓହ୍ଲାଇ ଦିଆଯାଇଥିଲା। ଦମକଳ ବାହିନୀ କର୍ମଚାରୀମାନେ ଅଳ୍ପ ସମୟ ମଧ୍ୟରେ ନିଆଁକୁ ଆୟତ୍ତ କରିଥିଲେ। ଯାଞ୍ଚ ଓ ମରାମତି କାମ କରିବା ପରେ ଟ୍ରେନ୍‌ଟି ପୁଣି ଯାତ୍ରା ଆରମ୍ଭ କରିଥିଲା।

No comments:

COASTAL NEWS

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି।

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି। ତୃତୀୟ ପର୍ଯ୍ୟାୟରେ ୧୬ ରାଜ୍ୟ ଓ ୩ କେନ୍ଦ୍ର ...