AFFILIATE MARKETING

https://binomo.com?a=90810425bb57&t=0

Friday, July 28, 2023

ଭିଜିଲାନ୍ସ ଜାଲରେ ଗଣିଆ ତହସିଲ ଅତିରିକ୍ତ ତହସିଲଦାର

ଭିଜିଲାନ୍ସ ଜାଲରେ ଗଣିଆ ତହସିଲ ଅତିରିକ୍ତ ତହସିଲଦାର 



ଗଣିଆ - ବାଲି ଗାଡ଼ି ଛାଡ଼ିବା ପାଇଁ ହୋଇଥିଲା ଡିଲ୍‌। ପୂର୍ବରୁ ୧୦ ହଜାର ନେଇଥିବା ବେଳେ ଅବଶିଷ୍ଟ ୩ ହଜାର ଟଙ୍କା ନେଉଥିବା ବେଳେ ଘର ଆଗରୁ ଅତିରିକ୍ତ ତହସିଲଦାରଙ୍କୁ ଉଠାଇ ନେଇଛି ଭିଜିଲାନ୍ସ। ଏପରି ଏକ ଘଟଣା ଆଜି ନୟାଗଡ ଜିଲ୍ଲା ଗଣିଆ ତହସିଲ କାର୍ଯ୍ୟାଳୟରେ ଘଟିଛି। ଅତିରିକ୍ତ ତହସିଳଦାରଜଣକ ହେଉଛନ୍ତି ଗଣିଆ ତହସିଲ ଅତିରିକ୍ତ ତହସିଲଦାର ବନମାଳୀ ପରିଡ଼ା ।

ନୟାଗଡ ଜିଲ୍ଲା ଗଣିଆ ତହସିଲି କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ତହସିଲଦାର ବନମାଳୀ ପରିଡ଼ାଙ୍କୁ ଦିନ ଆଜି ସକାଳ ୯ଟାରେ ଗଣିଆ ତହସିଲ କଲୋନୀରୁ ଉଠାଇ ନେଇଛି ଭିଜିଲାନ୍ସ ।

ଗତକାଲି ଗଣିଆ ଥାନା ରାଉତପଡ଼ା ମହାନଦୀ ଘାଟରୁ ଏକ ବାଲି ବୋଝେଇ ଗାଡ଼ି ଧରିଥିଲେ ତହସିଲ କର୍ମଚାରୀ। ଗାଡ଼ି ଛାଡ଼ିବା ନିମନ୍ତେ ୧୩ ହଜାରରେ କଥା ଛିଣ୍ଡିଥିଲା। ଗତକାଲି ଘଟଣାସ୍ଥଳରେ ଗାଡ଼ି ମାଲିକ ୧୦ ହଜାର ଦେଇଥିବା ବେଳେ ଆଜି ୩ ହଜାର ଦେବେ ବୋଲି କହିଥିଲେ। 

ଆଜି ସକାଳେ ଟ୍ରାକ୍ଟର ମାଲିକ ଗଣିଆ ତହସିଲ କଲୋନୀରେ ଅତିରିକ୍ତ ତହସିଲଦାର ବନମାଳୀ ପରିଡ଼ାଙ୍କୁ ଅବଶିଷ୍ଟ ୩ ହଜାର ଟଙ୍କା ଦେବାକୁ ଯାଇଥିଲେ। ଉକ୍ତ ସମୟରେ ସେଠାରେ ପୂର୍ବରୁ ଛକି ରହିଥିବା ଭିଜିଲାନ୍ସ କର୍ମଚାରୀ ତାଙ୍କୁ ଉଠାଇ ନେଇଛନ୍ତି।  ନୟାଗଡ ଓ ଭୁବନେଶ୍ୱର ଭିଜିଲାନ୍ସର ଟିମ୍‌ ମିଳିତ ଭାବେ ଅତିରିକ୍ତ ତହସିଲଦାରଙ୍କୁ ଉଠାଇ ନେଇଥିବା ଜଣାଯାଇଛି।

No comments:

COASTAL NEWS

ଆସ କିଏ ଖାଇବ

ଆସ କିଏ ଖାଇବ ହୋ ଆମ ବଡ଼ବାବୁଙ୍କ ଖାନା ଗ୍ୟାସ ଜଳିବନି  ଚୁଲି ଜଳିବନି ବନେଇ ଦେବେ ନନା ।। ଆସ ଭାଇ ଆସ ଭଉଣୀ ପାତରେ ଭରି ଭୋଗ ଖାଇ ଖାଇ ଖୁସି ହେବ ଭୁଲିଯ...