AFFILIATE MARKETING

https://binomo.com?a=90810425bb57&t=0

Wednesday, July 19, 2023

ବଢ଼ିଲା ଖବରଦାତାଙ୍କ ସ୍ବାସ୍ଥ୍ୟବୀମା

 ବଢ଼ିଲା ଖବରଦାତାଙ୍କ ସ୍ବାସ୍ଥ୍ୟବୀମା


 


ଭୁବନେଶ୍ୱର : ରାଜ୍ୟରେ କାର୍ଯ୍ୟରତ ଖବରଦାତାମାନଙ୍କ ପାଇଁ କାର୍ଯ୍ୟକାରୀ ହେଉଥିବା ଗୋପବନ୍ଧୁ ସ୍ବାସ୍ଥ୍ୟ ବୀମା ରାଶି ରାଜ୍ୟ ସରକାର ବୃଦ୍ଧି କରିଛନ୍ତି। ଏହି ବୀମା ରାଶିର ପରିମାଣ ୨ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ଏହା ଦ୍ୱାରା ରାଜ୍ୟର ୮୭୧୭ କାର୍ଯ୍ୟରତ ଖବରଦାତା ଓ ତାଙ୍କ ପରିବାର ଉପକୃତ ହେବେ। ସୂଚନାଯୋଗ୍ୟ ଯେ, ଗୋପବନ୍ଧୁ ସ୍ବାସ୍ଥ୍ୟ ବୀମା ଯୋଜନାରେ କାର୍ଯ୍ୟରତ ଖବରଦାତା ଓ ତାଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଯୋଗାଇ ଦିଆଯାଉଥିଲା। ବର୍ତ୍ତମାନ ଏହା ୫ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇବା ଦ୍ୱାରା ଖବରଦାତା ଓ ତାଙ୍କ ପରିବାର ଉନ୍ନତ ଚିକିତ୍ସା ସେବା ପାଇ ପାରିବେ।

No comments:

COASTAL NEWS

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି।

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି। ତୃତୀୟ ପର୍ଯ୍ୟାୟରେ ୧୬ ରାଜ୍ୟ ଓ ୩ କେନ୍ଦ୍ର ...