AFFILIATE MARKETING

https://binomo.com?a=90810425bb57&t=0

Sunday, August 20, 2023

5T ସଚିବ ଭିକେ ପାଣ୍ଡିଆନଙ୍କୁ କାଳିମାଡ଼

 COASTAL NEWS 434

5T ସଚିବ ଭିକେ ପାଣ୍ଡିଆନଙ୍କୁ କାଳିମାଡ଼ 

5T ସଚିବ ଭିକେ ପାଣ୍ଡିଆନଙ୍କୁ କାଳିମାଡ଼ 


ଭୁବନେଶ୍ବର - 5T ସଚିବ ଭିକେ ପାଣ୍ଡିଆନଙ୍କୁ କାଳିମାଡ଼ ଘଟଣାରେ ଗିରଫ ଅଭିଯୁକ୍ତ ଭାସ୍କର ସାହୁଙ୍କୁ ପୁଲିସ ଛାଡ଼ି ଦେଇଛି। ଗତକାଲି ବିଳମ୍ବିତ ରାତିରେ ଲେଖାପଢ଼ା କରି ଭାସ୍କରଙ୍କୁ ପୁଲିସ ଛାଡ଼ି ଦେଇଥିବା ଜଣାପଡ଼ିଛି। ଭାସ୍କରଙ୍କ ବଡ଼ଭାଇଙ୍କ ବ୍ୟକ୍ତିଗତ ମୁଚାଲିକା ପରେ ପୁଲିସ ତାଙ୍କୁ ଛାଡ଼ିଥିବା ସୂଚନା ମିଳିଛି।

 

ମୁଖ୍ୟମନ୍ତ୍ରୀଙ୍କ ସଚିବ ତଥା ଫାଇଭଟି ସଚିବ ଭିକେ ପାଣ୍ଡିଆନ ଦୁଇ ଦିନ ଧରି ପୁରୀ ଜିଲ୍ଲା ଗସ୍ତରେ ରହିଥିଲେ । ଗତକାଲି ସତ୍ୟବାଦୀ କଲେଜ ପଡ଼ିଆଠାରେ ଏକ ସାଧାରଣ ସଭା (ଅଭିଯୋଗ ଶୁଣାଣି) କାର୍ଯ୍ୟକ୍ରମ ଥିଲା। ସଭାସ୍ଥଳକୁ ଯିବାବେଳେ ହିଁ ପଡ଼ିଆ ନିକଟରେ କଣାସ ଅଂଚଳର ଭାସ୍କର ସାହୁ ତାଙ୍କ ଉପରକୁ କାଳିମାଡ଼ କରିଥିଲେ। ଲୋକଙ୍କ ଗହଳି ମଧ୍ୟରେ ଥାଇ ସେ ଯେଉଁ କାଳି ଫୋପାଡ଼ି ଥିଲେ ତାହା ଉଭୟ ଶ୍ରୀ ପାଣ୍ଡିଆନ ଓ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ମୁହଁ ଓ ଦେହରେ ପଡ଼ିଥିଲା।

କାଳିମାଡ଼ ପରେ ପୁଲିସ ସଙ୍ଗେ ସଙ୍ଗେ ଭାସ୍କରଙ୍କୁ କାବୁ କରି ଗିରଫ କରିଥିଲା। ଆଉ ୫ଟି ସଚିବ ଚିରାଚରିତ ଢଙ୍ଗରେ ସେଠାରେ ଉପସ୍ଥିତ ଲୋକଙ୍କୁ ଭେଟିଥିଲେ। ମାତ୍ର ଏତେ ବ୍ୟାପକ ସୁରକ୍ଷା ବନ୍ଦୋବସ୍ତ ଥାଇ ମଧ୍ୟ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ଜିଲ୍ଲାରେ ମୁଖ୍ୟମନ୍ତ୍ରୀଙ୍କ ସଚିବଙ୍କୁ କାଳିମାଡ଼ କରାଯିବାକୁ ନେଇ ରାଜ୍ୟ ପୁଲିସ ପ୍ରଶାସନର କାର୍ଯ୍ୟଶୈଳୀ ଓ ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ସଚିବ ଶ୍ରୀ ପାଣ୍ଡିଆନଙ୍କୁ ବିଭିନ୍ନ ସ୍ଥାନରେ କଳାପତାକା ପ୍ରଦର୍ଶନ କରାଯିବା ପରଠୁ ତାଙ୍କ ସୁରକ୍ଷାକୁ ଅଧିକ କଡ଼ାକଡ଼ି କରାଯାଇଥିଲା।

No comments:

COASTAL NEWS

Complaint to the Hon’ble Member of Parliament Regarding Illegal Allotment of RMC Shop Rooms at Aul

To Sj. Baijayanta Panda  Hon’ble Member of Parliament Kendrapara, Odisha Subject: Complaint regarding illegal allotment of R...