AFFILIATE MARKETING

https://binomo.com?a=90810425bb57&t=0

Sunday, August 6, 2023

୫୦୮ଟି ରେଳ ଷ୍ଟେସନର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ମୋଦୀ

 ୫୦୮ଟି ରେଳ ଷ୍ଟେସନର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ । ଭିଡିଓ କନଫରେନସିଂ ଜରିଆରେ ପ୍ରକଳ୍ପର ଶିଳାନ୍ୟାସ କଲେ ମୋଦୀ---

୫୦୮ଟି ରେଳ ଷ୍ଟେସନର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ମୋଦୀ



ନୂଆଦିଲ୍ଲୀ -- ଦେଶର ୫୦୮ଟି ରେଳ ଷ୍ଟେସନର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ମୋଦୀ । ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶିଳାନ୍ୟାସ କରିବା ସହ ଅନ୍ୟ ସମସ୍ତ ଷ୍ଟେସନରେ ଅତିଥିମାନେ ଉପସ୍ଥିତ ରହିଥିଲେ । ଏହି ଅବସରରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସମେତ ଅନ୍ୟ ଦୁଇ ରେଳ ରାଷ୍ଟମନ୍ତ୍ରୀ ସାମିଲ ହୋଇଛନ୍ତି ।

ଏହି ଷ୍ଟେସନ୍ ଗୁଡ଼ିକୁ ଅମୃତ ଭାରତ ଯୋଜନାରେ ବିକାଶ କରାଯିବ । ଏହି ତାଲିକାରେ ଓଡ଼ିଶାର ୨୫ଟି ଷ୍ଟେସନ୍ ରହିଛି । ରାଜଧାନୀ ଭୁବନେଶ୍ୱରରେ ଲିଙ୍ଗରାଜ ଟେମ୍ପଲ ରୋଡରେ ଶିଳାନ୍ୟାସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଏଥିରେ ସାଂସଦ ଅପରାଜିତା ଷଡଙ୍ଗୀ, ଏକାମ୍ର ବିଧାୟକ ତଥା ମନ୍ତ୍ରୀ ଅଶୋକ ପଣ୍ଡା ଉପସ୍ଥିତ ରହିଥିଲେ । ଲିଙ୍ଗରାଜ ଟେମ୍ପଲ ରୋଡ୍ ଷ୍ଟେସନର ବିକାଶ ପାଇଁ ୧୯ କୋଟି ୫୦ ଲକ୍ଷ ଟଙ୍କା ଖର୍ଚ୍ଚ ହେବ । ସେହିପରି ୨୬ କୋଟି ୯୦ ଲକ୍ଷ ଟଙ୍କା ଖର୍ଚ୍ଚ ହେବାକୁ ଥିବା ମଂଚେଶ୍ୱର ଷ୍ଟେସନ ଶିଳାନ୍ୟାସ କାର୍ଯ୍ୟକ୍ରମରେ ସାଂସଦ ଅପରାଜିତାଙ୍କ ସମେତ ଉତର ବିଧାୟକ ସୁଶାନ୍ତ ରାଉତ ଉପସ୍ଥିତ ରହିଥିଲେ ।

No comments:

COASTAL NEWS

ଆସ କିଏ ଖାଇବ

ଆସ କିଏ ଖାଇବ ହୋ ଆମ ବଡ଼ବାବୁଙ୍କ ଖାନା ଗ୍ୟାସ ଜଳିବନି  ଚୁଲି ଜଳିବନି ବନେଇ ଦେବେ ନନା ।। ଆସ ଭାଇ ଆସ ଭଉଣୀ ପାତରେ ଭରି ଭୋଗ ଖାଇ ଖାଇ ଖୁସି ହେବ ଭୁଲିଯ...