AFFILIATE MARKETING

https://binomo.com?a=90810425bb57&t=0

Wednesday, August 16, 2023

ବାଲେଶ୍ୱରରୁ ଏକକାଳୀନ ଧରାପଡ଼ିଲା ୨୬ଟି ନାଗ ସାପ

COASTAL NEWS 396

ବାଲେଶ୍ୱରରୁ ଏକକାଳୀନ ଧରାପଡ଼ିଲା ୨୬ଟି ନାଗ ସାପ


 

ବାଲେଶ୍ଵର - ଓଡ଼ିଶାରୁ ରାଜ୍ୟ ବାହାରକୁ ଲମ୍ବିଥିବା ଏହି ସାପ ବିଷ ରାକେଟର ପର୍ଦ୍ଦାଫାସ୍ କରିଛି ବନ ବିଭାଗ । ବାଲେଶ୍ୱର ବାଲିଆପାଳ ପଞ୍ଚୁପଳିରେ ବନ ବିଭାଗ ଚଢ଼ାଉ କରି ଉଦ୍ଧାର ହୋଇଛି ୨୬ଟି ନାଗ ସାପ । ଏହି ମାମଲାରେ ଜଣେ ମହିଳାଙ୍କ ସମେତ ୩ ଜଣଙ୍କୁ ଗିରଫ କରାଯାଇଛି।

ନାଗ ସାପଙ୍କଠାରୁ ବିଷ ବାହାର କରାଯାଇ ଏହାକୁ ବିଭିନ୍ନ ସ୍ଥାନକୁ ଚାଲାଣ କରାଯାଉଥିଲା। ଓଡ଼ିଶାର ବିଭିନ୍ନ ସ୍ଥାନରୁ ଏହି ସବୁ ସାପକୁ ସଂଗ୍ରହ କରାଯାଉଥିଲା, ତେବେ ଏଥିରେ ଆଉ କିଏ କିଏ ସାମିଲ ସେ ନେଇ ତଦନ୍ତ ଚାଲିଛିା

ଏନେଇ ସ୍ନେକ ହେଲ୍ପ ଲାଇନ୍ ସମ୍ପାଦକ ଶୁଭେନ୍ଦୁ ମଲ୍ଲିକ କହିଛନ୍ତି, ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଗତକାଲି ରାତି ପ୍ରାୟ ୩ଟାରେ ଭୁବନେଶ୍ୱରରୁ ବାହାରିଲୁ। ଭୋର ପ୍ରାୟ ୫ଟା ପରେ ବାଲେଶ୍ୱରରେ ପହଞ୍ଚିଲୁ। ଏହାପରେ ବହୁ ରେଞ୍ଜ ଅଧିକାରୀଙ୍କ ସହ ପଞ୍ଚୁପଳିରେ ପହଞ୍ଚି ରେଡ କଲୁ। ଏହି ରେଡ ସମୟରେ ୨୬ଟି ନାଗ ସାପଙ୍କୁ ଚାଲାଣ ପୂର୍ବରୁ ଉଦ୍ଧାର କରାଯାଇଛି।

ସାପ ଚାଲାଣ ପାଇଁ ବ୍ୟବହୃତ ହେଉଥିବା ପ୍ଲାଷ୍ଟିକ ପେଡ଼ିକୁ ସ୍ୱତନ୍ତ୍ର ଭାବେ ତିଆରି କରାଯାଇଛି। ଏଥିରୁ ଆହୁରି ବହୁ ଲୋକ ସାମିଲ ଥିବା ସନ୍ଦେହ କରାଯାଉଛି। ତେଣୁ ଏହାର ଉଚ୍ଚସ୍ତରୀୟ ତଦନ୍ତ କରିବାକୁ ଦାବି ହେଉଛି।

No comments:

COASTAL NEWS

Complaint to the Hon’ble Member of Parliament Regarding Illegal Allotment of RMC Shop Rooms at Aul

To Sj. Baijayanta Panda  Hon’ble Member of Parliament Kendrapara, Odisha Subject: Complaint regarding illegal allotment of R...