AFFILIATE MARKETING

https://binomo.com?a=90810425bb57&t=0

Monday, August 14, 2023

ଭୁବନେଶ୍ୱର ଏମ୍‌ସକୁ ସମ୍ମାନିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

 COASTAL NEWS 383


ଭୁବନେଶ୍ୱର ଏମ୍‌ସକୁ ସମ୍ମାନିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ



ଭୁବନେଶ୍ବର - ଭୁବନେଶ୍ୱର ଏମ୍‌ସକୁ ସମ୍ମାନିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବାହାନଗାରେ ଘଟିଥିବା ଦୁଃଖଦ ରେଳ ଦୁର୍ଘଟଣାରେ ମର ଶରୀର ପରିଚାଳନା ‌‌କ୍ଷେତ୍ରରେ ଏମ୍‌ସ ଭୁବନେଶ୍ୱରର ପ୍ରତିବଦ୍ଧତା, ଉତ୍ସର୍ଗୀକୃତ ମନୋଭାବ ଓ ନିରନ୍ତର ପ୍ରୟାସ ଯୋଗୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନିତ କରିଛନ୍ତି। ସେଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଛନ୍ତି ଏମ୍‌ସ ଭୁବନେଶ୍ୱର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ୱାସ।

ସେ କହିଛନ୍ତି, ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ୨୯୬ ଜଣଙ୍କ ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ପରେ ଏମ୍‌ସ ଭୁବନେଶ୍ୱରକୁ ଶବ ପରିଚାଳନା ଭଳି ଏକ ଗୁରୁଦାୟିତ୍ୱ ପ୍ରଦାନ କରାଯାଇଥିଲା। ଦୁଇଟି ପର୍ଯ୍ୟାୟରେ ଏମ୍‌ସକୁ ଆସିଥିଲା ମୋଟ ୧୬୨ ମୃତଦେହ। ସମସ୍ତ ମୃତଦେହକୁ ସଂରକ୍ଷିତ କରି ରଖିବା ଓ ସଠିକ ଭାବେ ଚିହ୍ନଟ କରି ସେମାନଙ୍କର ସମ୍ପର୍କୀୟଙ୍କୁ ହସ୍ତାନ୍ତର କରିବା ଏକ ଆହ୍ୱାନ ଥିଲା। ମେଡିକାଲ୍‌ ଇତିହାସରେ ଏତେ ସଂଖ୍ୟକ ଶବକୁ ସଂରକ୍ଷିତ କରି ରଖିବା ପ୍ରଥମ ଘଟଣା ଥିଲା। ତେବେ ଏହି ଅପ୍ରତ୍ୟାଶିତ ଆହ୍ୱାନକୁ ଗ୍ରହଣ କରିବା ସହିତ ପ୍ରାୟ ଦେଢ଼ଶହ ଡାକ୍ତର, ପାରାମେଡିକାଲ୍‌ କର୍ମଚାରୀ ଓ ଆଟେଣ୍ଡାଣ୍ଟାଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ଏହା ସମ୍ଭବ ବୋଲି ଡ. ଆଶୁତୋଷ ବିଶ୍ୱାସ କହିଛନ୍ତି।

ଗତକାଲି ଅନୁଷ୍ଠିତ କାର୍ଯ୍ୟକ୍ରମରେ ଏମ୍‌ସ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ବିଶ୍ବାସଙ୍କ ସମେତ ମେଡିକାଲ୍‌ ଅଧୀକ୍ଷକ ଡ. ଦିଲ୍ଲୀପ କୁମାର ପରିଡ଼ା, ଆନାଟୋମି ବିଭାଗ ମୁଖ୍ୟ ଡ. ମନୀଷା ଗାଏକୱାଡ, ଏଫ୍‌ଏମ୍‌ଟି ବିଭାଗ ଅତିରିକ୍ତ ପ୍ରଫେସର୍‌ ଡ. ସୁଦୀପ୍ତ ସିଂ, ଭାରପ୍ରାପ୍ତ ଡିଡିଏ ରଶ୍ମି ରଞ୍ଜନ ସେଠୀ ପ୍ରମୁଖ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ସମ୍ମାନୀତ ହୋଇଛନ୍ତି।

ଉଲ୍ଲେଖ ଯୋଗ୍ୟ ଯେ ଏମ୍‌ସ ଭୁବନେଶ୍ୱରକୁ ଦୁଇଟି ପର୍ଯ୍ୟାୟରେ ବାହାନାଗା ଟ୍ରେନ ଦୁର୍ଘଟଣାର ୧୬୨ ମୃତଦେହ ଆସିଥିଲା। ପଶ୍ଚିମବଙ୍ଗ, ଓଡ଼ିଶା, ବିହାର, ଝାଡଖଣ୍ଡ, ଛତିଶଗଡ, ତାମିଲନାଡୁ, କେରଳ ଆଦି ରାଜ୍ୟରୁ ଥିବା ଏହି ମରଶରୀର ଗୁଡ଼ିକୁ ଦୀର୍ଘଦିନ ପର୍ଯ୍ୟନ୍ତ ସଂରକ୍ଷିତ କରି ରଖିବା ସହିତ ସଠିକ୍‌ ଚିହ୍ନଟ କରି ସେମାନଙ୍କ ସମ୍ପର୍କୀୟଙ୍କୁ ହସ୍ତାନ୍ତର କରାଯାଇଛି। ଆଜି ସୁଦ୍ଧା ୧୩୩ଟି ମୃତଦେହ ସେମାନଙ୍କର ପରିବାରକୁ ହସ୍ତାନ୍ତର କରାଯାଇଥିବା ବେଳେ ଆଉ ୨୯ଟି ମୃତଦେହକୁ ସଂରକ୍ଷିତ କରି ରଖାଯାଇଛି।

No comments:

COASTAL NEWS

Complaint to the Hon’ble Member of Parliament Regarding Illegal Allotment of RMC Shop Rooms at Aul

To Sj. Baijayanta Panda  Hon’ble Member of Parliament Kendrapara, Odisha Subject: Complaint regarding illegal allotment of R...