AFFILIATE MARKETING

https://binomo.com?a=90810425bb57&t=0

Sunday, August 13, 2023

ପଥର ଖାଦାନରେ ଗଡିଲା ମୁଣ୍ଡ

 ପଥର ଖାଦାନରେ ଗଡିଲା ମୁଣ୍ଡ 



ଯାଜପୁର/୧୩ା୮-ଯାଜପୁର ଜିଲା ଧର୍ମଶାଳା ବ୍ଲକ ଡାଳିଯୋଡ଼ା ବନାଞ୍ଚଳ ଅଧୀନ ମୌଳାଭଞ୍ଜା ବାଘୁଆ-୨ ନମ୍ବର ଜଙ୍ଗଲ କିସମ ଜମିରେ ଥିବା ବେଆଇନ ପଥର ଖାଦାନରେ ପୁଣି ଜଣେ ଶ୍ରମିକଙ୍କ ମୁଣ୍ଡ ଗଡ଼ିଛି। ମୃତ ଶ୍ରମିକ ଜଣକ ହେଲେ ଜେନାପୁର ଥାନା ଅନ୍ତର୍ଗତ ଚକ୍ରଧରପୁର ପଞ୍ଚାୟତ ମୁକୁନ୍ଦପୁର ଗ୍ରାମର ସନାତନ ଦଳେଇ(୫୫)। ଜଙ୍ଗଲ ଜମି ଏବଂ ବେଆଇନ ଖାଦାନରେ ଏଭଳି ଘଟଣା ଘଟିଥିବାରୁ ଘଟଣାକୁ ଚପେଇ ଦେବା ପାଇଁ ବିଭିନ୍ନ ଆଳ କରାଯାଉଛି। ସୂଚନା ମୁତାବକ ସନାତନ ତାଙ୍କର ଜଣେ ସମ୍ପର୍କୀୟଙ୍କ ଦ୍ୱାରା ପରିଚାଳିତ ଏକ ବେଆଇନ ଖାଦାନରେ ଶ୍ରମିକ ଭାବେ କାମ କରନ୍ତି। ପ୍ରତିଦିନ ଭଳି ଶନିବାର ସକାଳୁ ସେ କାମ କରିବାକୁ ଖାଦାନକୁ ଯାଇଥିଲେ। କାମ କରୁଥିବା ସମୟରେ ପୂର୍ବାହ୍ନ ପ୍ରାୟ ୧୧ ଟା ୪୫ ମିନିଟ ସମୟରେ ସନାତନ କୌଣସି କାରଣରୁ ପାହାଡ଼ ଉପରୁ ତଳେ ପଡ଼ି ଯାଇଥିଲେ। ଫଳରେ ତାଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଯାଇଥିବା କୁହାଯାଉଛି। ଅନ୍ୟପକ୍ଷେ ଜେନାପୁର ଥାନାରେ ତାଙ୍କ ସ୍ତ୍ରୀ ଜେମା ଦଳେଇଙ୍କ ଅଭିଯୋଗ ଅନୁସାରେ ସନାତନ ଛେଳି ଚରାଇବାକୁ ପାହାଡ଼କୁ ଯାଇଥିଲେ। କୌଣସି କାରଣରୁ ସେ ପାହାଡ଼ରୁ ଗଳି ପଡ଼ିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ହେଲେ ଡାକ୍ତର ସେଠାରେ ସନାତନଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ଜେନାପୁର ଥାନାରେ ୨୦/୨୦୨୩ ନମ୍ବରରେ ଏକ ମାମଲା ରୁଜୁ କରାଯାଇଛି। ଯାଜପୁରରୋଡ୍‌ ଏସଡିପିଓ ସଞ୍ଜୟ କୁମାର ପଟ୍ଟନାୟକ ଓ ଜେନାପୁର ଥାନା ଏସଆଇ ସୌମ୍ୟରଞ୍ଜନ ଭୋଳ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଥିବା ନେଇ ଜଣାପଡ଼ିଛି। ଏ ସଂକ୍ରାନ୍ତରେ ଏସ୍‌ଡିପିଓ ସଞ୍ଜୟ କୁମାର କହିଛନ୍ତି, ତାଙ୍କ ସ୍ତ୍ରୀଙ୍କ ଲିଖିତ ଅଭିଯୋଗ ଅନୁସାରେ ମାମଲା ରୁଜୁ ହୋଇଛି। ଏହାବାଦ୍‌ ତଦନ୍ତ ଚାଲିଛି ଏବଂ ସେହି ଆଧାରରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସୂଚନାଯୋଗ୍ୟ ଯେ, ଏହି ପାହାଡ଼ ଜଙ୍ଗଲ କିସମ ହୋଇଥିବା ବେଳେ ଏଠାରେ ବନ ବିଭାଗ ପକ୍ଷରୁ ପ୍ରାୟ ୧ ବର୍ଷ ହେବ ୧୪୪ ଧାରା ଲାଗୁ କରାଯାଇଥିଲା। ହେଲେ ତାହା ଲୋକ ଦେଖାଣିଆ ହୋଇଥିବାରୁ ଜଙ୍ଗଲ ବିଭାଗ କର୍ମଚାରୀ ଓ ମାଫିଆଙ୍କ ମଧୁଚନ୍ଦ୍ରିକାରେ କଳାପଥର ଖାଦାନ ଚାଲିଥିଲା ବୋଲି ଆଲୋଚନା ହେଉଛି।

ଜଙ୍ଗଲ ଜମି ଏବଂ ବେଆଇନ ଖାଦାନଗୁଡ଼ିକରେ ଗତ ୧୦ ବର୍ଷରେ ୨୫ରୁ ଊର୍ଦ୍ଧ୍ୱ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ଯେଉଁ ଘଟଣା ଲୋକଲୋଚନକୁ ଆସୁଛି ତାହାର କାର୍ଯ୍ୟାନୁଷ୍ଠାନ ହେଉଥିବାବେଳେ ଅନେକ ଘଟଣାକୁ ଚାପି ଦିଆଯାଉଛି। ଧର୍ମଶାଳା ବ୍ଲକ ତଥା ଜେନାପୁର ଥାନା ଅଞ୍ଚଳରେ ଥିବା ଛୋଟବଡ଼ ପ୍ରାୟ ୩୦୦ ବେଆଇନ ପଥର ଖାଦାନରେ ନିୟମିତ ଭାବେ ଦୁର୍ଘଟଣା ଘଟି ନିରୀହ ଶ୍ରମିକମଙ୍କ ଜୀବନ ଯାଉଛି। ପ୍ରଶାସନିକ ଅଧିକାରୀ ବେଆଇନ ଖାଦାନ ଉପରେ କାର୍ଯ୍ୟାନୁଷ୍ଠାନ ନେବା ପରିବର୍ତ୍ତେ ଓଲଟି ପ୍ରଭାବଶାଳୀ ଲୋକଙ୍କ ବେଆଇନ କାର୍ଯ୍ୟ ପ୍ରତି ଆଖି ବନ୍ଦ କରି ସେଥିରେ ସହଯୋଗୀ ପାଲଟୁଛନ୍ତି। ବଳଙ୍ଗ ରାଜସ୍ବ ନିରୀକ୍ଷକଙ୍କ ତଦନ୍ତ ରିପୋର୍ଟ ଆଧାରରେ ଧର୍ମଶାଳା ତହସିଲଦାର ଯାଜପୁର ଅତିରିକ୍ତ ଜିଲାପାଳ(ଏଡିଏମ୍‌)ଙ୍କୁ ଦେଇଥିବା ରିପୋର୍ଟରେ ବିଛାଖଣ୍ଡି, ଅଞ୍ଜିରା ଓ କୁସୁନପୁର ଜଙ୍ଗଲ କିସମ ମୌଜାର ୪୫୬.୩୪ ଏକର ଜମି କଳାପଥର ବ୍ୟବସାୟୀଙ୍କ କବଜାରେ ରହିଛି ା ଏନେଇ ରାଜସ୍ବ ବିଭାଗ ପକ୍ଷରୁ ଜଙ୍ଗଲ ବିଭାଗର କଟକ ଡିଭିଜନ ଡିଏଫ୍‌ଓଙ୍କୁ ଅନେକ ଥର ଦୃଷ୍ଟି ଆକର୍ଷଣ କରାଯାଇଛି। କିନ୍ତୁ କେତେଜଣ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହଯୋଗରେ ଏଭଳି ବେଆଇନ ଖାଦାନ ଚାଲିଥିବାରୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନେ ହାତ ଲଗାଇ ପାରୁନାହାନ୍ତି ବୋଲି ମତପ୍ରକାଶ ପାଇଛି।

No comments:

COASTAL NEWS

Complaint to the Hon’ble Member of Parliament Regarding Illegal Allotment of RMC Shop Rooms at Aul

To Sj. Baijayanta Panda  Hon’ble Member of Parliament Kendrapara, Odisha Subject: Complaint regarding illegal allotment of R...