AFFILIATE MARKETING

https://binomo.com?a=90810425bb57&t=0

Friday, August 18, 2023

ଭତ୍ତା ପାଇଁ ଟ୍ରଲିରେ ବୁହାହେଲେ ବୃଦ୍ଧା

 COASTAL NEWS 424

ଭତ୍ତା ପାଇଁ ଟ୍ରଲିରେ ବୁହାହେଲେ ବୃଦ୍ଧା 


 


ପାରଳାଖେମୁଣ୍ଡି : ଭତ୍ତା ଟଙ୍କା ସିଧାସଳଖ ବ୍ୟାଙ୍କ ଖାତାକୁ ଟ୍ରାନ୍ସଫର ବ୍ୟବସ୍ଥା ବନ୍ଦ କରି ହିତାଧିକାରୀଙ୍କ ହାତରେ ଭତ୍ତା ଦେବା ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର। ଯେଉଁ ହିତାଧିକାରୀ ଚାଲି ପାରୁନାହାନ୍ତି ସେମାନଙ୍କୁ ଘରେ ଭତ୍ତା ଟଙ୍କା ଦିଆଯିବା ବ୍ୟବସ୍ଥା ମଧ୍ୟ କରିଛନ୍ତି। ହେଲେ ଜଣେ ୯୫ ବର୍ଷର ବୃଦ୍ଧାଙ୍କୁ ଭତ୍ତା ପାଇବା ପାଇଁ ନାକେଦମ ହେବାକୁ ପଡ଼ିଛି। ଗଜପତି ଜିଲା ପାରଳାଖେମୁଣ୍ଡି ୱାର୍‌ ନମ୍ବର ୧୨ର ଲବଙ୍ଗ ଗୟାଙ୍କୁ ତିନିମାସ ହେଲା ବାର୍ଦ୍ଧକ୍ୟ ଭତ୍ତା ମିଳି ନ ଥିଲା। ସମ୍ପର୍କୀୟ ଏକ ଟ୍ରଲିରେ ତାଙ୍କୁ ବୋହି ପ୍ରଥମେ ବ୍ୟାଙ୍କ ଓ ପରେ ପୌରପାଳିକା କାର୍ଯ୍ୟାଳୟକୁ ଆଣିବା ପରେ ତାଙ୍କୁ ଭତ୍ତା ଟଙ୍କା ମିଳିଛି।

ବୟସାଧିକ କାରଣରୁ ଲବଙ୍ଗ ଏବେ ଚାଲିବାକୁ ଅକ୍ଷମ। ଫଳରେ ସେ ଭତ୍ତା ଆଣିବା ପାଇଁ ଆଉ ଯାଇପାରୁ ନାହାନ୍ତି। ତେଣୁ ତାଙ୍କ ନାତି ଏକ ଟ୍ରଲିରେ ଭତ୍ତା ଟଙ୍କା ଆଣିବାକୁ ବ୍ୟାଙ୍କକୁ ନେଇଥିଲେ। ପୌରପାଳିକା ଅଫିସକୁ ଟଙ୍କା ପଠାଇ ଦିଆଯାଇଥିବା ବ୍ୟାଙ୍କ କର୍ତ୍ତୃପକ୍ଷ କହିଥିଲେ। ପରେ ବୃଦ୍ଧାଙ୍କ ଝିଅ ଡାଳିମ୍ବ ବେଣିଆ ଓ ନାତି ଟ୍ରଲିରେ ଲବଙ୍ଗଙ୍କୁ ନେଇ ପୌର ପରିଷଦ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ସେଠାରେ ଲବଙ୍ଗଙ୍କୁ ବକେୟା ଭତ୍ତା ଟଙ୍କା ମିଳିଥିଲା। ଏ ସମ୍ପର୍କରେ ପାରଳା ପୌରପାଳିକା ନିର୍ବାହୀ ଅଧିକାରୀ ବନମାଳୀ ଶତପଥୀଙ୍କୁ ପଚାରିବାରୁ ଘଟଣା ସମ୍ପର୍କରେ ଅନୁଧ୍ୟାନ କରି ତଦନ୍ତ ପରେ କାର୍ଯ୍ୟନୁଷ୍ଠାନ ନିଆଯିବ ବୋଲି କହିଥିଲେ।

No comments:

COASTAL NEWS

ବଢ଼ିଲା ବାତ୍ୟା ଆଶଙ୍କା

ବଢ଼ିଲା ବାତ୍ୟା ଆଶଙ୍କା ନମସ୍କାର, ଆପଣ ଦେଖୁଛନ୍ତି କୋଷ୍ଟାଲ ନିଉଜ୍ । ମୁଁ ଆପଣଙ୍କ ଉପସ୍ଥାପକ ଶେଖର ସୁମନ ଦାସ । ବଙ୍ଗୋପସାଗର ଓ ଆଣ୍ଡାମାନ ସାଗରକୁ ନେଇ...