AFFILIATE MARKETING

https://binomo.com?a=90810425bb57&t=0

Thursday, August 24, 2023

ଜରାଟର ଏକ ଶିଳ୍ପ ସଂସ୍ଥାରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌

 COASTAL NEWS Odia 478

ଜରାଟର ଏକ ଶିଳ୍ପ ସଂସ୍ଥାରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ 



ଗୁଜରାଟ - ଜରାଟର ଏକ ଶିଳ୍ପ ସଂସ୍ଥାରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହୋଇ ୨୮ ଜଣ ଅସୁସ୍ଥ ହୋଇ ପଡ଼ିଛନ୍ତି। ସମସ୍ତଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି। ପ୍ରଶାସନ ପକ୍ଷରୁ ଉକ୍ତ ଅଞ୍ଚଳରୁ ଅନ୍ୟମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି।

ଗୁଜରାଟର ଭରୁଚ ଜିଲ୍ଲା ଜାମ୍ବୁସାର ନିକଟ ଏକ  ପ୍ଲାଣ୍ଟରେ ଗତକାଲି ବିଳମ୍ବିତ ରାତିରେ ଗ୍ୟାସ୍‌ ଲିକ୍‌ ହୋଇଥିଲା। ଉକ୍ତ ସମୟରେ କମ୍ପାନୀରେ ପ୍ରାୟ ୨ ହଜାରରୁ ଊର୍ଦ୍ଧ୍ୱ କର୍ମଚାରୀ କାର୍ଯ୍ୟରତ ଥିଲେ।

 ପ୍ଲାଣ୍ଟର ଏକ ଟାଙ୍କି ଫାଟି ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଫଳରେ ସେଠାରେ ଥିବା କର୍ମଚାରୀ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିଥିଲେ। ତୁରନ୍ତ ସେମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଖବର ପାଇ ଉପଜିଲ୍ଲାପାଳ, ଏସ୍‌ପି, ପୁଲିସ୍‌ ଅଧିକାରୀ, ଅଗ୍ନିଶମ କର୍ମଚାରୀ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚିଥିଲେ। ବହୁ ଘଣ୍ଟାର ପରିଶ୍ରମ ପରେ ଗ୍ୟାସ୍‌ ଲିକ୍‌ ପ୍ରକ୍ରିୟାକୁ ବନ୍ଦ କରାଯାଇଥିଲା। ଏହାପରେ ସେଠାରେ ଉପସ୍ଥିତ କର୍ମଚାରୀଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯାଇଥିଲା। ପରିସ୍ଥିତି ଏବେ ନିୟନ୍ତ୍ରଣାଧୀନ ଥିବା ଉପଜିଲ୍ଲାପାଳ କହିଛନ୍ତି।

No comments:

COASTAL NEWS

COOPERATIVE MINISTER

To Sj Pradeep Balasamanta Hon’ble Minister, Cooperation, Handlooms & Textiles Department Government of Odisha Subject: ...