AFFILIATE MARKETING

https://binomo.com?a=90810425bb57&t=0

Sunday, September 10, 2023

୧୨ ତାରିଖରୁ ବର୍ଷା ସମ୍ଭାବନା

 COASTAL NEWS Odia 666

୧୨ ତାରିଖରୁ ବର୍ଷା ସମ୍ଭାବନା 

୧୨ ତାରିଖରୁ ବର୍ଷା ସମ୍ଭାବନା


ଭୁବନେଶ୍ବର - ଆସନ୍ତା ୧୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ପାର୍ଶ୍ବବର୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ।ଫଳରେ ୧୧ ତାରିଖରୁ କିଛି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ିସହ ବର୍ଷା ଆରମ୍ଭ ହୋଇଯିବ। ବିଶେଷ କରି ବାଲେଶ୍ବର,ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର,ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ,କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ,ଓ ବୌଦ୍ଧ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଏଣୁ ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ନିଙ୍ଗ ଜାରି କରାଯାଇଛି। ୧୨ ତାରିଖରେ କିଛି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗଞ୍ଜାମ, କନ୍ଧମାଳ, ନୟାଗଡ଼, କଟକ, ଅନୁଗୁଳ, ବୌଦ୍ଧ ଓ ଢେଙ୍କାନାଳ ଜିଲ୍ଲାରେ ପ୍ରବଳ ବର୍ଷା ପାଖାପାଖି ୭୦ରୁ ୧୧୦ ମିମି ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହ ଅବଶିଷ୍ଟ ଓଡ଼ିଶାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୧୩ ତାରିଖ ଦିନ ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।ମୌସୁମୀଜନିତ ନିମ୍ନ ଚାପରେଖା ଆଜି ତା’ର ସାଧାରଣ ଅବସ୍ଥାନଠାରୁ ଦକ୍ଷିଣରେ ରହିବା ସହ ରାଜସ୍ଥାନର ଜୈସାଲଲମେର୍‌ରୁ ବାହାରି ଅଜମେର, ଗୁନା, ମାଣ୍ଡଲା, ଝାରସୁଗୁଡ଼ା ମଧ୍ୟ ଦେଇ ପଶ୍ଚିମବଙ୍ଗର ଦିଘାରୁ ପୂର୍ବ-ଦକ୍ଷିଣପୂର୍ବ ଦିଗରେ ଉତ୍ତର ପୂର୍ବ ବଙ୍ଗୋପସାଗର ଯାଏ ଲମ୍ବିଛି । ଫଳରେ ରାଜ୍ୟରେ ମୌସୁମୀର ସକ୍ରିୟ ପ୍ରବାହ ଜାରି ରହିଛି । ଆଜି ରାଜ୍ୟରେ ବର୍ଷା ପ୍ରଭାବ ମଧ୍ୟ କମିଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୩.୪ ମିମି ବର୍ଷା ରେକର୍ଡ ହୋଇଛି । ଯାହାକି ସ୍ବାଭାବିକ ବର୍ଷା ୮.୪ ମିମି ତୁଳନାରେ ୬୦% କମ୍ । 

No comments:

COASTAL NEWS

Complaint to the Hon’ble Member of Parliament Regarding Illegal Allotment of RMC Shop Rooms at Aul

To Sj. Baijayanta Panda  Hon’ble Member of Parliament Kendrapara, Odisha Subject: Complaint regarding illegal allotment of R...