AFFILIATE MARKETING

https://binomo.com?a=90810425bb57&t=0

Saturday, September 9, 2023

ମରୋକ୍କୋରେ ଶକ୍ତିଶାଳୀ ଭୂମିକମ୍ପ

 COASTAL NEWS Odia 650

ମରୋକ୍କୋରେ ଶକ୍ତିଶାଳୀ ଭୂମିକମ୍ପ



ଆଫ୍ରିକା - ଉତ୍ତର ଆଫ୍ରିକୀୟ ଦେଶ ମରୋକ୍କୋରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୮ ରେକର୍ଡ କରାଯାଇଛି । ସ୍ଥାନୀୟ ସମୟ ରାତି ୧୧ଟା୧୧ ମିନିଟ୍‌ରେ ଭୂମିକମ୍ପ ଅନୁଭୂତ ହୋଇଥିଲା। ଏହି ଭୂମିକମ୍ପ ଯୋଗୁ ୨୯୬ ଜଣଙ୍କ ମୃତ୍ୟୁ ହୋଇ ସାରିଥିବା ବେଳେ ବହୁ ଗୁରୁତର ହୋଇଛନ୍ତି ।

ମରୋକ୍କୋର ରାଜଧାନୀ ରାବତଠାରୁ ୩୫୦କିମି ଦୂରରେ ଭୂମିକମ୍ପର କେନ୍ଦ୍ରସ୍ଥଳ ଥିବା ସୂଚନା ମିଳିଛି । ଭୂମିକମ୍ପରେ ମୃତାହତଙ୍କ ସଂଖ୍ୟା ଆହୁରି ବଢିବା ଆଶଙ୍କା କରାଯାଉଛି । ଭୂମିକମ୍ପ ପରେ ଲୋକମାନେ ଭୟଭୀତ ହୋଇ ବାହାରକୁ ପଳାଇ ଯାଇଥିଲେ । ଏବେ ବି ହଜାର ହଜାର ଲୋକ ଧ୍ୱଂସାବଶେଷ ତଳେ ଫସି ରହିଛନ୍ତି । ସେମାନଙ୍କୁ ଉଦ୍ଧାର କରିବା ପାଇଁ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ୟମ ଚାଲିଛି।

ଭୂମିକମ୍ପ ପରେ ଏକାଧିକ ଅଞ୍ଚଳରେ ବିଦ୍ୟୁତ୍‌ ସରବରାହ ବନ୍ଦ ରହିଛି। ଟେଲିଫୋନ୍‌ ଲାଇନ୍ କଟି ଯାଇଛି। ବିଭିନ୍ନ ହସ୍ପିଟାଲରେ ଆହତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମରୋକ୍କୋକୁ ଲାଗି ରହିଥିବା ଆଲଜେରିଆରେ ବି ଭୂମିକମ୍ପ ଅନୁଭୂତ ହୋଇଛି।

ମରୋକ୍କୋ ଭୂମିକମ୍ପକୁ ନେଇ ଗଭୀର ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏଭଳି କଠିନ ପରିସ୍ଥିତିକୁ ମୁକାବିଲା କରିବା ପାଇଁ ଭାରତ ପକ୍ଷରୁ ସବୁ ପ୍ରକାର ସହାୟତା ଯୋଗାଇ ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ ପୋଷ୍ଟ କରିଛନ୍ତି ।

No comments:

COASTAL NEWS

Complaint to the Hon’ble Member of Parliament Regarding Illegal Allotment of RMC Shop Rooms at Aul

To Sj. Baijayanta Panda  Hon’ble Member of Parliament Kendrapara, Odisha Subject: Complaint regarding illegal allotment of R...