AFFILIATE MARKETING

https://binomo.com?a=90810425bb57&t=0

Friday, September 1, 2023

ଆସୁଛି ଲଘୁଚାପ

 COASTAL NEWS Odia 563

ଆସୁଛି ଲଘୁଚାପ



ଭୁବନେଶ୍ୱର  : ଆସୁଛି ଲଘୁଚାପ । ୩ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଉତ୍ତର ବଙ୍ଗୋପସାଗରରେ ଏହି ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହାର ପରବର୍ତ୍ତୀ ୪୮ ଘଣ୍ଟାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଓ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ । ଦୁର୍ବଳ ଲଘୁଚାପ ପ୍ରଭାବରେ ଅଗଷ୍ଟରେ ରାଜ୍ୟରେ ବର୍ଷା କମିଛି ।

ବଢ଼ିଛି ତାତି ଓ ଗୁଳୁଗୁଳି । ପାଣିପାଗ ବିଭାଗ ପୂର୍ବାନୁମାନ କରିଛି, ରାଜ୍ୟରେ ଆହୁରି ୪୮ ଘଣ୍ଟା ଅନୁଭୂତ ହେବ ଗୁଳୁଗୁଳି। ଦୁର୍ବଳ ମୌସୁମୀ ପ୍ରବାହ ପାଇଁ ଉପକୂଳ ଓଡ଼ିଶାରେ ଦିନ ତାପମାତ୍ରା ସ୍ବାଭାବିକ ଠାରୁ ୩ରୁ ୪ ଡିଗ୍ରୀ ଅଧିକ ରେକର୍ଡ ହେଉଛି । ଆର୍ଦ୍ରତା ଦିନ ତମାମ ୬୦% କିମ୍ବା ଅଧିକ ରହୁଥିବାରୁ ଗୁଳୁଗୁଳି ଲାଗିରହୁଛି । ଯେ ପର୍ଯ୍ୟନ୍ତ ବର୍ଷା ନହୋଇଛି ସେପର୍ଯ୍ୟନ୍ତ ଏମିତି ପାଗ ଲାଗି ରହିବ ବୋଲି ସୂଚାଇଛି ପାଣିପାଗ ବିଭାଗ ।



No comments:

COASTAL NEWS

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି।

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି। ତୃତୀୟ ପର୍ଯ୍ୟାୟରେ ୧୬ ରାଜ୍ୟ ଓ ୩ କେନ୍ଦ୍ର ...