AFFILIATE MARKETING

https://binomo.com?a=90810425bb57&t=0

Saturday, September 16, 2023

ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ

 COASTAL NEWS Odia 756

ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ


 ୮୫ ଜଣଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର : ରାଜ୍ୟ ଆରକ୍ଷୀ ବାହିନୀ ଏବଂ କାରାଗାର ସଂସ୍ଥା ଓ ସଂସ୍କାର ସେବାର ମୋଟ ୮୫ ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ଶନିବାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ସେମାନଙ୍କର ସାହସିକତା, ଉଲ୍ଲେଖନୀୟ ଏବଂ ବିଶିଷ୍ଟ ସେବା ନିମନ୍ତେ ରାଷ୍ଟ୍ରପତି ପଦକ ପ୍ରଦାନ କରିଛନ୍ତି ।

ସ୍ଥାନୀୟ ଲୋକସେବା ଭବନ କନ୍‌ଭେନସନ୍‌ ସେଣ୍ଟର ପ୍ରେକ୍ଷାଳୟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟପାଳ ୨୦୨୧ ମସିହା ସ୍ୱତନ୍ତ୍ରତା ଦିବସ ପାଇଁ ରାଷ୍ଟ୍ରପତିଙ୍କ ଦ୍ୱାରା ଯୋଗ୍ୟ ବିବେଚିତ ରାଜ୍ୟ ଆରକ୍ଷୀ ବାହିନୀର ମୋଟ ୬୭ ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ସାହସିକତା ପଦକ ପ୍ରଦାନ କରିଥିଲେ ।

ସେହିପରି ୨୦୨୧ ମସିହା ସାଧାରଣତନ୍ତ୍ର ଦିବସ ପାଇଁ ରାଷ୍ଟ୍ରପତିଙ୍କ ଦ୍ୱାରା ଯୋଗ୍ୟ ରାଜ୍ୟ ଆରକ୍ଷୀ ବାହିନୀର ଦୁଇଜଣ ଅଧିକାରୀଙ୍କୁ ସେମାନଙ୍କର ବିଶିଷ୍ଟ ସେବା ନିମନ୍ତେ ଏବଂ ୧୧ ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ସେମାନଙ୍କର ଉଲ୍ଲେଖନୀୟ ସେବା ନିମନ୍ତେ ରାଷ୍ଟ୍ରପତି ପଦକ ପ୍ରଦାନ କରାଯାଇଥିଲା । ୨୦୨୧ ମସିହା ସାଧାରଣତନ୍ତ୍ର ଦିବସ ଅବସରରେ କାରାଗାର ସଂସ୍ଥା ଓ ସଂସ୍କାର ସେବା ବର୍ଗର ତିନି ଜଣ ଅଧିକାରୀଙ୍କୁ ସେମାନଙ୍କର ବିଶିଷ୍ଟ ସେବା ନିମନ୍ତେ ରାଷ୍ଟ୍ରପତି ପଦକ ପ୍ରଦାନ କରାଯାଇଥିବା ବେଳେ ଦୁଇଜଣ ଅଧିକାରୀଙ୍କୁ ସେମାନଙ୍କର ଉଲ୍ଲେଖନୀୟ ସେବା ନିମନ୍ତେ ରାଷ୍ଟ୍ରପତି ପଦକ ପ୍ରଦାନ କରାଯାଇଥିଲା ।

ଆୟୋଜିତ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଉପସ୍ଥିତ ରହି ସମସ୍ତଙ୍କୁ ରାଷ୍ଟ୍ରପତି ପଦକ ପ୍ରଦାନ କରିଥିଲେ । ଏହି ଅବସରରେ ଇଲେକ୍‌ଟ୍ରୋନିକ୍ସ, ସୂଚନା ପ୍ରଯୁକ୍ତି, କ୍ରୀଡ଼ା ଓ ଯୁବସେବା, ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଞ୍ଜନ କୁମାର ସିଂ, ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ ସୁନୀଲ କୁମାର ବଂଶଲ୍‌, ରାଜ୍ୟ କାରାଗାର ଓ ସଂସ୍କାର ସେବା ମହାନିର୍ଦ୍ଦେଶକ ଡ. ମନୋଜ କୁମାର ଛାବ୍ରାଙ୍କ ସମେତ ଗୃହ ବିଭାଗର ବରିଷ୍ଠ ଅଧିକାରୀବୃନ୍ଦ ଉପସ୍ଥିତ ଥିଲେ।

No comments:

COASTAL NEWS

Complaint to the Hon’ble Member of Parliament Regarding Illegal Allotment of RMC Shop Rooms at Aul

To Sj. Baijayanta Panda  Hon’ble Member of Parliament Kendrapara, Odisha Subject: Complaint regarding illegal allotment of R...