AFFILIATE MARKETING

https://binomo.com?a=90810425bb57&t=0

Friday, September 29, 2023

ଚୌଧୁରୀ ବଜାରର ଏକ ଲୁଗା ଦୋକାନରେ ଭୟାବହ ଅଗ୍ନିକାଣ୍ଡ

COASTAL NEWS ODIA 938

ଚୌଧୁରୀ ବଜାରର ଏକ ଲୁଗା ଦୋକାନରେ ଭୟାବହ ଅଗ୍ନିକାଣ୍ଡ 



କଟକ - ଭଞ୍ଜ ବିହାରୀ ମହାନ୍ତି - କଟକ ସହର ଚୌଧୁରୀ ବଜାରର ଏକ ଲୁଗା ଦୋକାନରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଦୋକାନରେ ଥିବା ଲୁଗାପଟା ସବୁ ଜଳିଯାଇଛି। ହେଲେ କାହାର କିଛି କ୍ଷତି ହୋଇ ନାହିଁ। ୩ଟି ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରୁଛନ୍ତି।

ଆଜି ସକାଳେ ଗ୍ରାଉଣ୍ଡ ଫ୍ଲୋରରେ ଥିବା ଲୁଗା ଦୋକାନରେ ନିଆଁ ଲାଗିଯାଇଥିଲା। ପରେ ନିଆଁଟି ପ୍ରଥମ, ଦ୍ୱିତୀୟ ଓ ତୃତୀୟ ମହଲାକୁ ବ୍ୟାପି ଯାଇଥିଲା। ନିଆଁ ବ୍ୟାପିବା ପୂର୍ବରୁ ଉପରେ ରହୁଥିବା ଲୋକଙ୍କୁ ଉଦ୍ଧାର କରାଯାଇଥିଲା। ଅନ୍ୟ ବିଲ୍ଡିକୁ ଯେପରି ନିଆଁ ନ ବ୍ୟାପିବ ସେନେଇ ଅଗ୍ନିଶମ ବାହିନୀ ଉଦ୍ୟମ ଚଳାଇଛନ୍ତି।

ଅନ୍ୟ ପକ୍ଷରେ ପ୍ରବଳ ଧୂଆଁ ବାହାରୁ ଥିବାରୁ ଭିତରକୁ ଯାଇ ନିଆଁ ଲିଭାଇବା ଅଗ୍ନିଶମ କର୍ମଚାରୀଙ୍କ ପାଇଁ କଷ୍ଟକର ହୋଇପଡ଼ିଛି। ବିଲ୍ଡିଂରେ ଲାଗିଥିବା କାଚକୁ ଭାଙ୍ଗି ସିଡ଼ି ଦ୍ୱାରା ଚଢ଼ି ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରୁଛନ୍ତି।

ନିଆଁରେ ଲାଗି ଦୋକାନରେ ଥିବା ଜିନିଷ ପତ୍ର  ସବୁ ଜଳିପୋଡ଼ି ପାଉଁଶ ହୋଇଯାଇଥିବା ଜଣାପଡ଼ିଛି। ତେବେ କିପରି ନିଆଁ ଲାଗିଲା ତାର କାରଣ ଜଣାପଡ଼ି ନାହିଁ। ସର୍ଟ ସର୍କିଟରୁ ନିଆଁ ଲାଗିଲା ଆଉ କିଛି କାରଣ ଅଛି ତାହା ଜଣାପଡ଼ିନାହିଁ।

No comments:

COASTAL NEWS

ଚାଷୀଙ୍କ ଖାତାକୁ ସିଏମ -କିଷାନ ଟଙ୍କା — ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ ପଦକ୍ଷେପ

ଚାଷୀଙ୍କ ଖାତାକୁ ସିଏମ -କିଷାନ ଟଙ୍କା — ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ ପଦକ୍ଷେପ ନମସ୍କାର। ଆପଣ ଦେଖୁଛନ୍ତି କୋଷ୍ଟାଲ ନିଉଜ୍ । ଉପସ୍ତାପକ ଶ...