AFFILIATE MARKETING

https://binomo.com?a=90810425bb57&t=0

Friday, September 15, 2023

କେମିତି କଟିବ ଆପଣଙ୍କ ଦିନ ? ବଦଳି ଯିବକି ଏହି ରାଶି ଯାତ ବ୍ୟକ୍ତିଙ୍କ ଭାଗ୍ୟ !

 COASTAL NEWS Odia 736

କେମିତି କଟିବ ଆପଣଙ୍କ ଦିନ ? ବଦଳି ଯିବକି ଏହି ରାଶି ଯାତ ବ୍ୟକ୍ତିଙ୍କ ଭାଗ୍ୟ !



ମେଷ: ମନରୁ ନକାରାତ୍ମକ ଚିନ୍ତା ବାହାର କରି ଦିଅନ୍ତୁ। ନିଜ କାମରେ ମନୋଯୋଗ ଦିଅନ୍ତୁ, ଲାଭ ହେବ। ଛାତ୍ରଛାତ୍ରୀଙ୍କୁ ସହପାଠୀଙ୍କ ସାହାଯ୍ୟ ମିଳିବ। ଅଟକି ରହିଥିବା କାମ ସମ୍ପୂର୍ଣ୍ଣ କରିବାର ସୁଯୋଗ ଆସିବ । ଆୟ ଅପେକ୍ଷା ବ୍ୟୟ କମ୍‌ ରହିବ । ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ ।


ବୃଷ: ଆପଣଙ୍କ ସ୍ବଭାବ ନେତାଙ୍କ ଭଳି ରହିବ। ଭଲ ଲୋକଙ୍କ ସହାୟତାରେ ଧନଲାଭ ହେବ। ପ୍ରେମ ସ˚ପର୍କରେ ମନୋକାମନା ପୂରା ହେବ। ଆକସ୍ମିକ ଧନଲାଭ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ । ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ଦରମାରେ କିଛି ବୃଦ୍ଧି ଘଟିପାରେ।


ମିଥୁନ: ଆପଣଙ୍କ ଦୃଷ୍ଟିକୋଣ ସୁଧାରବାଦୀ ରହିବ। ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ। ବ୍ୟବସାୟ ଲାଗି ନୂଆ ସୁଯୋଗ ମିଳିବ। ସ୍ବାସ୍ଥ୍ୟ ଭଲ ରହିବ। କର୍ମରେ ଉନ୍ନତି କରିବା ପାଇଁ ଯୋଜନା କରିବେ ଓ ସେଥିରେ ସଫଳ ହେବାର ସମସ୍ତ ଦିଗକୁୁ ଅନୁଧ୍ୟାନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ।



କର୍କଟ: ବେପାର ବୃତ୍ତିରେ ମନ ଲାଗି ରହିବ। ସାହସିକ ନିଷ୍ପତ୍ତିରେ ଆପଣଙ୍କୁ ସଫଳତା ମିଳିବ। ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ଅସ୍ଥିରତା ଓ ବାଧାବିଘ୍ନ ଏବଂ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ । ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତାଗ୍ରସ୍ତ ହେବେ ଓ ସ୍ୱଜନ ପ୍ରିୟଜନଙ୍କ ସହ ମତାନ୍ତର କିମ୍ବା ତାଙ୍କଠାରୁ ଅପମାନ ପାଇପାରନ୍ତି ।



ସିଂହ: ସାମାଜିକ କ୍ଷେତ୍ରରେ ଭଲ ପରିଣାମ ପାଇବେ। ଘରକୁ କୌଣସି ସ˚ପର୍କୀୟ ଆସିବେ। ନୂଆ କାମ ଆରମ୍ଭ ସମ୍ବନ୍ଧରେ ବିଚାର ବିମର୍ଶ କରିପାରନ୍ତି। ଆଜି କଷ୍ଟ ହେଲେ ମଧ୍ୟ ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ ଅନାଗ୍ରହ ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ପରିଲକ୍ଷିତ ହେବ । ପରିସ୍ଥିତି ଖରାପ ନ ଥିଲେ ମଧ୍ୟ ମନ ଅଶାନ୍ତ ରହିବ । ବିନା କାରଣରେ ଆଜି ବହୁତ ବ୍ୟସ୍ତ ରହିବେ ଓ ପରିବାରର କୌଣସି ସଦସ୍ୟଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ ।


କନ୍ୟା: ବୁଦ୍ଧିମତ୍ତାରେ କାମ କରନ୍ତୁ, ଲାଭ ହେବ। ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସହିତ ମିଶିବାର ସୁଯୋଗ ମିଳିବ। ଖର୍ଚ୍ଚ କମ୍‌ କରିବାକୁ ଚେଷ୍ଟା କରନ୍ତୁ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସଫଳତା ପାଇବେ । ମହିଳା ସହକର୍ମୀ ସହଯୋଗ କରିବେ । ପରିବାରର ସମସ୍ତ ସଦସ୍ୟ ଓ ସହଧର୍ମିଣୀଙ୍କ ସାହ୍ୟା ଏବଂ ସହାନୁଭୂତି ପାଇବେ ।


ତୁଳା: କ୍ୟାରିୟରରେ ଆଗକୁ ବଢ଼ିବା ପାଇଁ ସୁଯୋଗ ପାଇବେ। ଶତ୍ରୁ ଆପଣଙ୍କର କିଛି କ୍ଷତି କରି ପାରିବେ ନାହିଁ। ବୈବାହିକ ଜୀବନରେ ସୁଖୀ ରହିବେ। କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ ଓ ସହକର୍ମୀଙ୍କ ସହୋଗରେ ସମସ୍ତ କର୍ମରେ ସଫଳତା ଏବଂ ପ୍ରଶଂସା ପାଇବେ । ବାଣିଜ୍ୟ, ବ୍ୟବସାୟ ଠିକ୍‌ରେ ଚାଲିବ ଓ ଆୟ ହେବ ।


ବିଛା: ଆପଣ ଆତ୍ମବିଶ୍ବାସ ଭରା ରହିବେ। ମହତ୍ତ୍ବପୂର୍ଣ୍ଣ କାର୍ୟ୍ୟ ଅତିଶୀଘ୍ର ପୂରା କରିନେବେ। ସମସ୍ତଙ୍କ ପ୍ରତି ଆପଣଙ୍କ ବ୍ୟବହାର ଭଲ ରହିବ। ମାନସମ୍ମାନ ହାନି ହୋଇପାରେ । ମାନସିକ, ପାରିବାରିକ ଅଶାନ୍ତି ଓ କର୍ମସ୍ଥାନରେ ଅପଯଶ ଏବଂ ଅପମାନିତ ହୋଇପାରନ୍ତି । ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ତାଙ୍କ କର୍ମକୁ ନେଇ ଚିନ୍ତାଗ୍ରସ୍ତ ହେବେ ।



ଧନୁ: ଜୀବନରେ ମଉଜ ମଜଲିସ ପାଇଁ ଉତ୍ତମ ଅବସର ପାଇବେ। କ୍ୟାରିୟରରେ ଆପଣଙ୍କ ସହିତ ଭଲ ହୋଇପାରେ। ରାତିରେ ଭଲ ନିଦ ହେବ। ଆଜି ବାଦବିବାଦ ଓ ଯାନବାହନ ଆରୋହଣ କାଳରେ ସତର୍କ ରହିବେ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ପହଞ୍ଚିବ । କର୍ମସ୍ଥାନରେ ବାଧାବିଘ୍ନ ଓ ବିବାଦ ସୃଷ୍ଟି ହେବ । ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା କିମ୍ବା ମାଲିମକଦ୍ଦମାରେ ପଡ଼ିପାରନ୍ତି ।


ମକର: କାହାରି ସହିତ ବ୍ୟକ୍ତିଗତ କଥା ଆଲୋଚନା କରନ୍ତୁ ନାହିଁ। ସ˚ପୂର୍ଣ୍ଣ ହେବାକୁ ଯାଉଥିବା କାର୍ୟ୍ୟରେ ବାଧା ଉପୁଜିପାରେ। ମହିଳାମାନଙ୍କ ଲାଗି ଦିନଟି ଭଲ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଭଲ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିୁକ୍ତିର ସମ୍ଭାବନା ରହିଛି । ପରିବାରର ସମସ୍ତ ସଦସ୍ୟ, ସହକର୍ମୀ ଓ ଭ୍ରାତୃଭଗ୍ନିଙ୍କର ସାହ୍ୟା ଏବଂ ସହଯୋଗ ପାଇବେ ।


କୁମ୍ଭ: ନିଜର କାମ ମନୋଯୋଗରେ କରିବେ। ଆପଣଙ୍କ କାମରେ ଖୁସି ହୋଇ କର୍ତ୍ତୃପକ୍ଷ ନୂଆ ଦାୟିତ୍ବ ଦେବେ। ପାରିବାରିକ ଜୀବନ ସୁଖମୟ ହେବ। ଆର୍ଥିକ କ୍ଷତି ଓ ବ୍ୟବସାୟରେ କ୍ଷତିର ସମ୍ଭାବନା ରହିଛି । କର୍ମ ପ୍ରତି ଅନାଗ୍ରହ ହେତୁ ସମସ୍ତ କର୍ମରେ ବାଧାବିଘ୍ନ ଓ କର୍ମରେ ଅସଫଳ ରହିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ ଓ ଚୋରି ଯିବ । ଧନକୁ ନେଇ ବିବାଦ କିମ୍ବା ମାଲିମକଦ୍ଦମା ହୋଇପାରେ ।


ମୀନ: ପୂଜାର୍ଚ୍ଚନାରେ ଅଧିକ ସମୟ ବିତିବ। ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ। ବ୍ୟାବସାୟିକ କାମରେ ଧନଲାଭ ହେବ। ଆଜି ଆପଣଙ୍କୁ ସୁ ଖାଦ୍ୟ ,ସୁବସନ ପ୍ରାପ୍ତି ହେବ । ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ । ବାଣିଜ୍ୟ, ବ୍ୟବସାୟରେ ଉତ୍ତମ ଆୟ ଏବଂ କର୍ମରେ ଉନ୍ନତି ଓ କର୍ମସ୍ଥାନରେ ପ୍ରଶଂସିତ ହେବେ । ଲକ୍ଷ୍ମୀଙ୍କର କୃପା ରହିବ । ମାନସିକ, ପାରିବାରିକ ଶାନ୍ତି ଓ ଶାରୀରିକ ସୁସ୍ଥତା ଲାଭ କରିବେ ।

No comments:

COASTAL NEWS

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି।

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି। ତୃତୀୟ ପର୍ଯ୍ୟାୟରେ ୧୬ ରାଜ୍ୟ ଓ ୩ କେନ୍ଦ୍ର ...