AFFILIATE MARKETING

https://binomo.com?a=90810425bb57&t=0

Friday, September 29, 2023

ଦୀପକ ମାହୁଁନ୍ତ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତକୁ ବିଭତ୍ସ ହତ୍ୟା

COASTAL NEWS ODIA 942

ଦୀପକ ମାହୁଁନ୍ତ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତକୁ ବିଭତ୍ସ ହତ୍ୟା





କାମାକ୍ଷାନଗର - ବହୁଚର୍ଚ୍ଚିତ ଦୀପକ ମାହୁନ୍ତ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ନିରଞ୍ଜନ ସାହୁଙ୍କୁ କାମାକ୍ଷାନଗର ଥାନା ଆଳତୁମା ଗାଁ ରେଲୱେ ଓଭର ବ୍ରିଜପାଖ ସଉରିଆ ନିକଟରେ ବିଳମ୍ବିତ ରାତିରେ କେହି ଦୁର୍ବୁତ୍ତ ବିଭତ୍ସ ଭାବେ ହତ୍ୟା କରିଛନ୍ତି  ଘଟଣା ସ୍ଥଳରୁ ଗୁଳିବିଦ୍ଧ ରକ୍ତ ଜୁଡୁବୁଡୁ ମୃତ ଦେହ ସହ ଗୁଳି ଜବତ କରିଛି ସ୍ଥାନୀୟ ପୋଲିସ । 

ପ୍ରକାଶ ଥାଉକି ଗତ ୨୦୨୧ ମସିହା ସେପ୍ଟେମ୍ବର ମାସ ୨୪ ତାରିଖ ବିଳମ୍ବିତ ରାତିରେ ପଣ୍ଡୁଆ-ଜିରାଳ ରାସ୍ତାର ଜାମୁନାଳୀ ନିକଟରେ  ବାରୁଆଁର ପୂର୍ବତନ ସମିତିସଭ୍ୟ ଦୀପକ ମାହୁଁନ୍ତ ଙ୍କୁ  ନିର୍ମମ ଭାବେ ହତ୍ୟା କରାଯାଇଥିଲା
 ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଥିଲେ ନିରଞ୍ଜନ ସାହୁ। ଗତ କିଛି ମାସ ତଳେ ବେଲ୍ ରେ ଆସିଥିଲେ । 

ଗତ କାଲି ବାଲି ଘାଟ କାମରେ କାମାକ୍ଷାନଗର ଆସିଥିବା ବେଳେ ତାଙ୍କୁ ହତ୍ୟା କରାଯାଇଥିବା ନେଇ ବଡ଼ ଭାଇଙ୍କ ସର୍ବେଶ୍ୱର ସାହୁ ଅଭିଯୋଗ କରିଛନ୍ତି । ଘଟଣା ସ୍ଥଳରେ କାମାକ୍ଷାନଗର ଏସଡିପିଓ ପ୍ରଭାତ ରଞ୍ଜନ ତ୍ରିପାଠୀ ଓ ଥାନା ଅଧିକାରୀ ଶରତ ମହାଳିକଙ୍କ ତତ୍ତ୍ଵାବଧାନରେ ତଦନ୍ତ ଜାରି ରହିଛି ।

No comments:

COASTAL NEWS

COOPERATIVE MINISTER

To Sj Pradeep Balasamanta Hon’ble Minister, Cooperation, Handlooms & Textiles Department Government of Odisha Subject: ...