AFFILIATE MARKETING

https://binomo.com?a=90810425bb57&t=0

Monday, September 18, 2023

ପଞ୍ଚଭୂତରେ ବିଲୀନ ହେଲେ ପ୍ରସିଦ୍ଧ ଲେଖିକା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ଗୀତା ମେହେଟ୍ଟା

COASTAL NEWS Odia 784

ପଞ୍ଚଭୂତରେ ବିଲୀନ ହେଲେ ପ୍ରସିଦ୍ଧ ଲେଖିକା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ଗୀତା ମେହେଟ୍ଟା


ନୂଆଦିଲ୍ଲୀ - ରିପୋର୍ଟ୍ (ଭଞ୍ଜ ବିହାରୀ ମହାନ୍ତି) ପଞ୍ଚଭୂତରେ ବିଲୀନ ହେଲେ ପ୍ରସିଦ୍ଧ ଲେଖିକା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ଗୀତା ମେହେଟ୍ଟା । ନୂଆଦିଲ୍ଲୀର ଲୋଧି ରୋଡ଼ସ୍ଥିତ ଶ୍ମଶାନରେ ଆଜି ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଏକମାତ୍ର ପୁଅ ଆଦିତ୍ୟ ସିଂ ମେହେଟ୍ଟା ମା’ ଗୀତା ମେହେଟ୍ଟାଙ୍କୁ ମୁଖାଗ୍ନି ଦେଇଛନ୍ତି।

ନିଜ ଏକମାତ୍ର ଭଉଣୀଙ୍କ ଶେଷ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବଡ଼ ଭାଇ ପ୍ରେମ ପଟ୍ଟନାୟକ ଲୋଧି ରୋଡ଼ସ୍ଥିତ ଶ୍ମଶାନରେ ଉପସ୍ଥିତ ଥିଲେ। ଏହି ଅବସରରେ ନିକଟ ସମ୍ପର୍କୀୟଙ୍କ ସମେତ ସାଂସଦ ପିନାକ ମିଶ୍ର, ମାନସ ମଙ୍ଗରାଜ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ପ୍ରମୁଖ ଶ୍ମଶାନ ଘାଟରେ ଉପସ୍ଥିତ ଥିଲେ ।

ଗୀତା ମେହେଟ୍ଟା ଗତ ୨ବର୍ଷ ଧରି ପାରାଲେସିସ୍ ଓ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ଶୁକ୍ରବାର ରାତିରେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହୋଇଥିଲା।  ଏହାପରେ ଶନିବାର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଥିଲା।  ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା। ୨୦୧୯ ମସିହାରେ ତାଙ୍କ ସ୍ୱାମୀ ତଥା ବିଶିଷ୍ଟ ଆମେରିକୀୟ ପ୍ରକାଶକ ସନ୍ନି ମେହେଟ୍ଟାଙ୍କ ପରଲୋକ ପରଠୁ ସେ ଭାରତରେ ରହୁଥିଲେ ।

୧୯୪୩ ମସିହାରେ ଦିଲ୍ଲୀରେ ଜନ୍ମିତ ଗୀତା ବ୍ରିଟେନ, ୟୁରୋପ ଓ ଆମେରିକା ନେଟୱାର୍କ ପାଇଁ ୧୪ଟି ଡକ୍ୟୁମେଂଟାରୀ ଫିଲ୍ମ ପ୍ରଯୋଜନା କରିଛନ୍ତି । ଗୀତାଙ୍କ ଲିଖିତ ବହିଗୁଡ଼ିକ ପ୍ରାୟ ୨୧ଟି ଭାଷାରେ ଟ୍ରାନ୍ସଲେଟ୍ ହୋଇଛି ଓ ୟୁରୋପ, ଆମେରିକା ଓ ଭାରତରେ ସର୍ବାଧିକ ବିକ୍ରି ହେଉଥିବା ପୁସ୍ତକ ଭାବେ ପରିଗଣିତ ହୋଇଥିଲା ।
ଉଲ୍ଲେଖ ଯୋଗ୍ୟ, ୧୯୬୫ ମସିହାରେ ସେ ସନ୍ନି ମେହେଟ୍ଟାଙ୍କୁ ବିବାହ କରିଥିଲେ। ୨୦୧୯ ମସିହାରେ ଗୀତା ଭାରତ ସରକାରଙ୍କ ପଦ୍ମଶ୍ରୀ ପୁରସ୍କାର ଗ୍ରହଣ କରିବାକୁ ମନା କରିଦେଇ ଚର୍ଚ୍ଚାରେ ରହିଥିଲେ। ତାଙ୍କର ଏକମାତ୍ର ପୁଅ ଆଦିତ୍ୟ ସିଂ ମେହେଟ୍ଟା ଅଛନ୍ତି । 

No comments:

COASTAL NEWS

Complaint to the Hon’ble Member of Parliament Regarding Illegal Allotment of RMC Shop Rooms at Aul

To Sj. Baijayanta Panda  Hon’ble Member of Parliament Kendrapara, Odisha Subject: Complaint regarding illegal allotment of R...