AFFILIATE MARKETING

https://binomo.com?a=90810425bb57&t=0

Thursday, September 21, 2023

ରେଳ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ କ୍ଷତିପୂରଣ ରାଶିର ପରିମାଣରେ ସଂଶୋଧନ

COASTAL NEWS Odia 836

ରେଳ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ କ୍ଷତିପୂରଣ ରାଶିର ପରିମାଣରେ ସଂଶୋଧନ


ନୂଆଦିଲ୍ଲୀ - ଭଞ୍ଜ ବିହାରୀ ମହାନ୍ତି - ରେଳ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ତଥା ଗୁରୁତରଙ୍କୁ ମିଳିବ ବଡ଼ କ୍ଷତିପୂରଣ ରାଶି । ଏହି କ୍ଷତିପୂରଣ ରାଶି ପୂର୍ବାପେକ୍ଷା ୧୦ ଗୁଣ ଅଧିକ ହେବ ବୋଲି ରେଳବାଇ ପକ୍ଷରୁ କୁହାଯାଇଛି । ରେଳବାଇ ପକ୍ଷରୁ ଜାରି ସୂଚନା ଅନୁଯାୟୀ, ଟ୍ରେନ୍‌ ଦୁର୍ଘଟଣା ଓ ଅତର୍କିତ ଭାବେ ଘଟୁଥିବା ଅନ୍ୟ ଘଟଣା ଯୋଗୁ ଟ୍ରେନ ଯାତ୍ରୀଙ୍କ ମୃତ୍ୟୁ ହେଲେ ଏହି ବର୍ଦ୍ଧିତ କ୍ଷତିପୂରଣ ରାଶି ପ୍ରଦାନ କରାଯିବ । ପୂର୍ବରୁ ରେଳବାଇ ପକ୍ଷରୁ ୨୦୧୨ ଓ ୨୦୧୩ ମସିହାରେ କ୍ଷତିପୂରଣ ରାଶିର ପରିମାଣରେ ସଂଶୋଧନ କରାଯାଇଥିଲା।

ରେଳବାଇର ନୂଆ ନିର୍ଦ୍ଦେଶାନାମା ଅନୁଯାୟୀ, ଟ୍ରେନ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୫୦ ହଜାର ପରିବର୍ତ୍ତେ ୫ ଲକ୍ଷ ଟଙ୍କାର ସହାୟତା ରାଶି ମିଳିବ । ସେହିପରି ଗୁରୁତର ଆହତଙ୍କୁ ମିଳୁଥିବା କ୍ଷତିପୂରଣ ରାଶିକୁ ୨୫ ହଜାରରୁ ବଢ଼ାଇ ୨.୫୦ ଲକ୍ଷ ଟଙ୍କା କରାଯାଇଛି। । ସାମାନ୍ୟ ଆହତ ହୋଇଥିବା ଯାତ୍ରୀଙ୍କୁ ୫ ହଜାର ପରିବର୍ତ୍ତେ ୫୦ ହଜାର ଟଙ୍କା ମିଳିବ ।

ଏହାବାଦ ଅତର୍କିତ ଘଟଣା ଯେପରି ଟ୍ରେନ୍‌ ଉପରେ ଆତଙ୍କବାଦୀ ଆକ୍ରମଣ, ଟ୍ରେନ୍‌ରେ ଡକାୟତି, ହିସାଂକାଣ୍ଡ ଆଦି ଘଟଣା ଘଟି କାହାର ଜୀବନ ହାନୀ ଘଟିଲେ ତଥା କେହି ଗୁରୁତର ଆହତ ହେଲେ ସହାୟତା ରାଶିର ପରିଣାମ ବଢ଼ାଯିବ । ଏପରି ଘଟଣାରେ ମୃତ୍ୟୁମୁଖରେ ପଡ଼ୁଥିବା ଯାତ୍ରୀଙ୍କୁ ଦେଢ ଲକ୍ଷ, ଗୁରୁତରଙ୍କୁ ୫୦ ହଜାର ଓ ସାମାନ୍ୟ ଆହତଙ୍କୁ ୫ ହଜାର ମିଳିବ । ପୂର୍ବରୁ ଏହି ରାଶି ଯଥାକ୍ରମରେ ୫୦ ହଜାର, ୨୫ ହଜାର ଓ ୫ ହଜାର ଟଙ୍କା ଥିଲା।

ଟ୍ରେନ୍‌ ଦୁର୍ଘଟଣାରେ ଗୁରୁତର ହୋଇ ମେଡିକାଲରେ ୩୦ ଦିନରୁ ଅଧିକ ସମୟ ଆଡମିଟ ହେଲେ ଅନୁକମ୍ପା ରାଶି ବି ବୃଦ୍ଧି ପାଇବ ବୋଲି ରେଲବାଇ ପକ୍ଷରୁ ସ୍ପଷ୍ଟ ଭାବେ କୁହାଯାଇଛି।

No comments:

COASTAL NEWS

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି।

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି। ତୃତୀୟ ପର୍ଯ୍ୟାୟରେ ୧୬ ରାଜ୍ୟ ଓ ୩ କେନ୍ଦ୍ର ...