AFFILIATE MARKETING

https://binomo.com?a=90810425bb57&t=0

Saturday, September 9, 2023

ମରିଗଲା ମା’ର ମମତା

 COASTAL NEWS Odia 651

ମରିଗଲା ମା’ର ମମତା



ବଲାଙ୍ଗୀର - ମରିଗଲା ମା’ର ମମତା। ଶିଶୁକନ୍ୟାକୁ ପ୍ରସବ କରିବାର ମାତ୍ର କେଇ ମୂହୁର୍ତ୍ତ ପରେ ସବୁ ସମ୍ପର୍କ ତୁଟାଇ କନ୍ୟା ରତ୍ନକୁ ମରଣ ମୁହଁକୁ ଠେଲି ଦେଲା ମା’।ନବଜାତ ଶିଶୁକନ୍ୟାକୁ ପାଇଖାନାରେ ଛାଡ଼ି ପଳାଇଲା। ଏପରି ହୃଦୟ ବିଦାରକ ଘଟଣା ଘଟିଛି ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ।

ମେଡିକାଲର ଶୌଚାଳୟ ଜଣେ ମହିଳା ପ୍ରସବ କରି ଶିଶୁକନ୍ୟାଟିକୁ ଛାଡ଼ି ପଳାଇଯାଇଥିବା ଜଣାପଡ଼ିଛି। ଶିଶୁକନ୍ୟାଟିକୁ ଉଦ୍ଧାର କରାଯାଇ ଏସଏନସିୟୁରେ ଭର୍ତ୍ତି କରାଯାଇଛି।

ଆଜି ସକାଳେ ଫିମେଲ ମେଡ଼ିସିନ ୱାର୍ଡର ଶୌଚାଳୟରେ ଏକ ନବଜନ୍ମିତ ଶିଶୁକନ୍ୟା ପଡ଼ିଥିବା ରୋଗୀମାନେ ଦେଖିଥିଲେ। ଏନେଇ ମେଡିକାଲ କର୍ମଚାରୀଙ୍କୁ ଖବର ଦେଇଥିଲେ। ମେଡିକାଲ କର୍ମଚାରୀ ପିଲାଟିକୁ ଉଦ୍ଧାର କରି ଡାକ୍ତରଙ୍କୁ ଦେଖାଇଥିଲେ। ପିଲାଟିର ଓଜନ କମ୍‌ ଥିବାରୁ ତାର ଅବସ୍ଥା ଗୁରୁତର ରହିଛି। ଏଥିପାଇଁ ତାକୁ ଏସଏନସିୟୁରେ ଭର୍ତ୍ତି କରାଯାଇଛି।

ଶିଶୁଟି କିଏ ଓ କଣ ପାଇଁ ପିଲାଟିକୁ ଶୌଚାଳୟରେ ପକାଇ ଚାଲିଗଲା ତାହା ଜଣାପଡ଼ିନାହିଁ। ଶିଶୁଟି ଜନ୍ମ ହେବା ପରେ ତା’ର ମା’ ତାକୁ ଛାଡ଼ି ଚାଲିଯାଇଥିବା ଜଣାପଡ଼ିଛି। ଏନେଇ ମେଡିକାଲ କର୍ତ୍ତୃପକ୍ଷଙ୍କର କୌଣସି ପ୍ରତିକ୍ରିୟା ମିଳିନାହିଁ।

No comments:

COASTAL NEWS

Complaint to the Hon’ble Member of Parliament Regarding Illegal Allotment of RMC Shop Rooms at Aul

To Sj. Baijayanta Panda  Hon’ble Member of Parliament Kendrapara, Odisha Subject: Complaint regarding illegal allotment of R...