AFFILIATE MARKETING

https://binomo.com?a=90810425bb57&t=0

Friday, September 29, 2023

ଆଜି ସୃଷ୍ଟି ହେବ ଲଘୁଚାପ, ଏହାର ପ୍ରଭାବରେ ଆଜିଠୁ ବଢ଼ିବ ବର୍ଷାର ପରିମାଣ

COASTAL NEWS ODIA 936

ଆଜି ସୃଷ୍ଟି ହେବ ଲଘୁଚାପ, ଏହାର ପ୍ରଭାବରେ ଆଜିଠୁ ବଢ଼ିବ ବର୍ଷାର ପରିମାଣ




ଭୁବନେଶ୍ୱର : ଭଞ୍ଜ ବିହାରୀ ମହାନ୍ତି - ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ପୂର୍ବ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ପରେ ୱେଲମାର୍କଡ ଲୋ ପ୍ରେସରରେ ପରିଣତ ହେବ । ପରବର୍ତ୍ତୀ ୪୮ ଘଣ୍ଟାରେ ଉତ୍ତରପଶ୍ଚିମ ଦିଗରେ ଗତି କରି ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ପହଞ୍ଚିବ । ଏହାର ପ୍ରଭାବରେ ଆଜିଠୁ ବଢ଼ିବ ବର୍ଷା ପରିମାଣ। ୩ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ଆଜି ପ୍ରବଳ ବର୍ଷା ପାଇଁ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହ ୨୧ ଜିଲ୍ଲାର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସତର୍କତା ଜାରି କରାଯାଇଛି । ୩୦ ତାରିଖରୁ ବର୍ଷାର ପରିମାଣ ଓ ବିସ୍ତୃତି ବଢ଼ିବ। ଆସନ୍ତା ୪ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ।୧ ଓ ୨ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ କିଛି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି ।

No comments:

COASTAL NEWS

ଆସ କିଏ ଖାଇବ

ଆସ କିଏ ଖାଇବ ହୋ ଆମ ବଡ଼ବାବୁଙ୍କ ଖାନା ଗ୍ୟାସ ଜଳିବନି  ଚୁଲି ଜଳିବନି ବନେଇ ଦେବେ ନନା ।। ଆସ ଭାଇ ଆସ ଭଉଣୀ ପାତରେ ଭରି ଭୋଗ ଖାଇ ଖାଇ ଖୁସି ହେବ ଭୁଲିଯ...