AFFILIATE MARKETING

https://binomo.com?a=90810425bb57&t=0

Monday, September 25, 2023

ମାହାଙ୍ଗା ଡବଲ ମର୍ଡର ମାମଲା

COASTAL NEWS Odia 888

ମାହାଙ୍ଗା ଡବଲ ମର୍ଡର ମାମଲା



ସାଲେପୁର - ଭଞ୍ଜ ବିହାରୀ ମହାନ୍ତି - ବହୁ ଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ମାମଲାରେ ବଢ଼ିଲା ବିଜେଡି ବିଧାୟକ ପ୍ରତାପ ଜେନାଙ୍କ ଅଡୁଆ। ତାଙ୍କ ନାଁରେ ମାମଲା ଚାଲୁ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ସାଲେପୁର ଜେଏମ୍‌ଏଫସି କୋର୍ଟ। କୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ, ପ୍ରତାପଙ୍କ ବିରୋଧରେ ହତ୍ୟା, ହତ୍ୟା ଷଡ଼ଯନ୍ତ୍ର ଓ ଧମକ ଦଫାରେ ମାମଲା ଚାଲୁ ରହିବ।

ସାଲେପୁର ଜେଏମ୍‌ଏଫସି କୋର୍ଟ ଯେଉଁ ନିର୍ଦ୍ଦେଶ ଦେଇଛନ୍ତି, ସେଥିରେ ସ୍ପଷ୍ଟ ଭାବେ କହିଛନ୍ତି ଯେ ଅଭିଯୋଗକାରୀ ଓ ସାକ୍ଷୀମାନଙ୍କର ବୟାନ ଏବଂ ବିଭିନ୍ନ ରେକର୍ଡପତ୍ର ଗୁଡ଼ିକୁ ଦେଖିଲେ ଆପାତତଃ ପ୍ରତାପ ଜେନାଙ୍କ ବିରୋଧରେ ପ୍ରମାଣଯୋଗ୍ୟ ତଥ୍ୟ ରହିଛି।

ପ୍ରତାପ ଜେନା ବିଧାୟକ ହୋଇଥିବାରୁ ଏହି ମାମଲାକୁ ଭୁବନେଶ୍ୱର ସ୍ପେଶାଲ କୋର୍ଟକୁ ସ୍ଥାନାନ୍ତର କରାଯାଇଛି। ଭୁବନେଶ୍ୱର ସ୍ପେଶାଲ କୋର୍ଟରେ ବିଧାୟକ ବା ସାଂସଦ ମାନଙ୍କ ବିରୋଧରେ ଥିବା ମାମଲାଗୁଡ଼ିକର ତ୍ୱରିତ ବିଚାର କରାଯାଏ।

ଏହି ମାମଲାର ତଦନ୍ତ ମାହାଙ୍ଗା ପୁଲିସ କରୁଥିଲା। ମୃତକଙ୍କ ପରିବାର ଲୋକେ ସେମାନଙ୍କ ଏତଲାରେ ସିଧାସଳଖ ବିଧାୟକ ତଥା ତତ୍‌କାଳୀନ ଆଇନ ଓ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନାଙ୍କ ନାଁ ଉଲ୍ଲେଖ କରିଥିଲେ। ସେ ଏହି ହତ୍ୟାକାଣ୍ଡର ମୁଖ୍ୟ ଷଡ଼ଯନ୍ତ୍ରକାରୀ ବୋଲି ସେମାନେ ଅଭିଯୋଗ କରିଥିଲେ। କିନ୍ତୁ ପୁଲିସ୍ ଯେତେବେଳେ ମାମଲାର ତଦନ୍ତ କରି ଚାର୍ଜଶିଟ୍ ଦାଖଲ କଲା, ସେତେବେଳେ ସେଥିରେ ପ୍ରତାପ ଜେନାଙ୍କ ନାଁ ନଥିଲା। ପ୍ରତାପ ଜେନାଙ୍କୁ ପୁଲିସ୍ କ୍ଲିନ୍‌ଚିଟ୍ ଦେଇଥିଲା। ପ୍ରତାପ ଜେନାଙ୍କର ଏହି ମାମଲାରେ କିଛି ସଂପୃକ୍ତି ନାହିଁ ବୋଲି ଚାର୍ଜଶିଟ୍‌ରେ ଦର୍ଶାଯାଇଥିଲା।

ଏହି ଚାର୍ଜଶିଟ୍‌କୁ ନେଇ ପରବର୍ତ୍ତୀ ସମୟରେ ମୃତ କୁଳମଣି ବାରିକଙ୍କ ପରିବାର ପକ୍ଷରୁ ଏକ ପ୍ରୋଟେଷ୍ଟ ପିଟିସନ ଦାଖଲ କରାଯାଇଥିଲା। ମାମଲା ହାଇକୋର୍ଟ ପର୍ଯ୍ୟନ୍ତ ଗଲା। ପୁନର୍ବିଚାର କରିବାକୁ ସାଲେପୁର ଜେଏମ୍‌ଏଫ୍‌ସି କୋର୍ଟଙ୍କୁ କହିଥିଲେ ହାଇକୋର୍ଟ।

ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ସାଲେପୁର ଜେଏମ୍‌ଏଫସି କୋର୍ଟ ଅଭିଯୋଗକାରୀ ଓ ସାକ୍ଷୀମାନଙ୍କ ବୟାନ ରେକର୍ଡ କରିଥିଲେ। ସେମାନଙ୍କ ବୟାନରୁ ସ୍ପଷ୍ଟ ହୋଇଥିଲା ଯେ ଏହି ମାମଲାରେ ପ୍ରତାପଙ୍କ ବିରୋଧରେ ହତ୍ୟା, ହତ୍ୟା ଷଡ଼ଯନ୍ତ୍ର ଓ ଧମକ ଦେବା ଭଳି ଯେଉଁ ଅଭିଯୋଗ ରହିଛି, ତା’ପଛରେ ପ୍ରମାଣଯୋଗ୍ୟ ତଥ୍ୟ ରହିଛି।

ଏଥିରୁ ସ୍ପଷ୍ଟ ହେଉଛି ପୁଲିସ ତଦନ୍ତ ବେଳେ ଓ ଚାର୍ଜଶିଟ୍ ଦାଖଲ ବେଳେ ଯେଉଁ ସବୁ ଦିଗଗୁଡ଼ିକୁ ଅଣଦେଖା କରିଥିଲା, ସେଗୁଡ଼ିକୁ ଅଭିଯୋଗକାରୀ ଓ ସାକ୍ଷୀମାନେ ସାମ୍ନାକୁ ଆଣିଥିଲେ। ଆଉ ସେନେଇ ସେମାନେ ବଳିଷ୍ଠ ତଥ୍ୟ ଓ ପ୍ରମାଣ ମଧ୍ୟ ଉପସ୍ଥାପନ କରିଥିଲେ। ଫଳରେ ସାଲେପୁର ଜେଏମ୍‌ଏଫ୍‌ସି କୋର୍ଟ ମଧ୍ୟ ସେମାନଙ୍କ ଯୁକ୍ତିକୁ ଗ୍ରହଣ କରିଥିଲେ।

୨୦୨୧ ଜାନୁଆରୀ ୨ ତାରିଖ ସନ୍ଧ୍ୟାରେ ମାହାଙ୍ଗାର ବରିଷ୍ଠ ବିଜେପି ନେତା କୁଳମଣି ବରାଳ (୭୫) ଓ ତାଙ୍କ ସଂପର୍କୀୟ ଦିବ୍ୟ ସିଂହ ବରାଳ (୮୨)ଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଏହି ମାମଲାରେ ୧୩ ଜଣଙ୍କ ନାଁରେ ଥାନାରେ ଅଭିଯୋଗ ହୋଇଥିଲା । ବିଧାୟକ ପ୍ରତାପ ଜେନାଙ୍କ ବିରୋଧରେ ମଧ୍ୟ ହୋଇଥିଲା ମାମଲା । ତେବେ ପୁଲିସ ଚାର୍ଜସିଟ୍ ଦାଖଲ ବେଳେ ମନ୍ତ୍ରୀଙ୍କ ନାଁକୁ କାଟି ଦେଇଥିଲେ।

No comments:

COASTAL NEWS

COOPERATIVE MINISTER

To Sj Pradeep Balasamanta Hon’ble Minister, Cooperation, Handlooms & Textiles Department Government of Odisha Subject: ...