AFFILIATE MARKETING

https://binomo.com?a=90810425bb57&t=0

Tuesday, October 17, 2023

ବାଦାମପାହାଡ଼ / ରାଇରଙ୍ଗପୁର ଅଞ୍ଚଳକୁ ମିଳିଲା ପ୍ରଥମ ମେଲ /ଏକ୍ସପ୍ରେସ ଟ୍ରେନ

COASTAL NEWS ODIA 1167

ବାଦାମପାହାଡ଼ / ରାଇରଙ୍ଗପୁର ଅଞ୍ଚଳକୁ ମିଳିଲା ପ୍ରଥମ ମେଲ /ଏକ୍ସପ୍ରେସ ଟ୍ରେନ 



ରାଇରଙ୍ଗପୁର - (CNO) - ଅକ୍ଷୟ ବିଶ୍ଵାଳ - ବାଦାମପାହାଡ଼ / ରାଇରଙ୍ଗପୁର ଅଞ୍ଚଳକୁ ମିଳିଲା ପ୍ରଥମ ମେଲ /ଏକ୍ସପ୍ରେସ ଟ୍ରେନ 

*ବାଦାମପାହାଡ଼ / ରାଇରଙ୍ଗପୁର ଅଞ୍ଚଳକୁ 3 ଟି ନୂଆ ଟ୍ରେନ -

*ଦକ୍ଷିଣ ପୂର୍ବ ରେଳପଥକୁ 4ଟି ନୂଆ ଟ୍ରେନ l*

ରେଳ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଦ୍ୱାରା  ଦକ୍ଷିଣ ପୂର୍ବ ରେଳପଥ ପାଇଁ 4 ଟି ନୂତନ ଟ୍ରେନ୍ ଏହି ପାର୍ବଣ ଋତୁରେ ଉପହାର ଦିଆଯାଇଅଛି ଯେଉଁଥିରେ ଟାଟା ଠାରୁ ରାଇରଙ୍ଗପୁର /ବାଦାମପାହାଡ଼ ଅଞ୍ଚଳକୁ ପ୍ରଥମ ମେଲ ଏକ୍ସପ୍ରେସ ଟ୍ରେନ ଅନ୍ତର୍ଭୁକ୍ତ |

ଏହି ଅଞ୍ଚଳରେ ଟ୍ରେନ ଚଳାଚଳ ବୃଦ୍ଧି କରାଇବା ଏକ ଦୀର୍ଘ ବିଚାରାଧୀନ ଚାହିଦା ଥିଲା ଏବଂ ଏହା ସ୍ଥାନୀୟ ଲୋକଙ୍କ ଆକାଂକ୍ଷା ପୂରଣ କରିବ | 

ଏହି ଟ୍ରେନଗୁଡିକ ହେଉଛି ଶାଲିମାର-ବାଦାମପାହାଡ଼-ଶାଲିମାର (ସାପ୍ତାହିକ), ବାଦାମପାହାଡ଼-ରାଉରକେଲା-ବାଦାମପାହାଡ଼ (ସାପ୍ତାହିକ), ରାଉରକେଲା - ଟାଟାନଗର- ରାଉରକେଲା (ସପ୍ତାହରେ 06 ଦିନ) ଏବଂ ଟାଟାନଗର-ବାଦାମପାହାଡ଼-ଟାଟାନଗର (ସପ୍ତାହରେ 06 ଦିନ) ଚଳାଚଳ କରିବ | ଏହା ସ୍ଥାନୀୟ ଅର୍ଥନୀତିକୁ ବୃଦ୍ଧି କରିବା ସହିତ ଦୁର୍ଗମ ଆଦିବାସୀ ଅଞ୍ଚଳର ବିକାଶରେ ସାହାଯ୍ୟ କରିବ ଏବଂ ଆଶାୟୀ ଜିଲ୍ଲାମାନଙ୍କୁ ଅତିରିକ୍ତ ଗମନାଗମନ ସଂଯୋଗ ଯୋଗାଇବ | ଏବେ  ମେଲ / ଏକ୍ସପ୍ରେସ ଟ୍ରେନ ସେବା ଏହି ଅଞ୍ଚଳରେ ଯୋଗାଇବ ଓ ଟାଟା-ବାଦାମପାହାଡ଼ ରେଳ ସେକ୍ସନ ରେ ମେଲ / ଏକ୍ସପ୍ରେସ ଟ୍ରେନ ଚଳାଚଳ କରିବ | ଏହା ଖୁବ ଶୀଘ୍ର ପ୍ରଚଳନ କରାଯିବ l 

ଶାଲିମାର-ବାଦାମପାହାଡ଼-ଶାଲିମାର ସାପ୍ତାହିକ ଏକ୍ସପ୍ରେସ |

ଶାଲିମାର-ବାଦାମପାହାଡ଼ ସାପ୍ତାହିକ ଏକ୍ସପ୍ରେସ ପ୍ରତ୍ୟେକ ଶନିବାର ଦିନ ରାତ୍ରି 11ଘ.05ମି.ରେ ଶାଲିମାର ଛାଡିବ ଏବଂ ପରଦିନ ଭୋର 05ଘ.40ମି.ରେ ବାଦାମପାହାଡ଼ରେ ପହଞ୍ଚିବ | ଫେରିବା ମାର୍ଗରେ ବାଦାମପାହାଡ଼- ଶାଲିମାର ଏକ୍ସପ୍ରେସ ପ୍ରତି ରବିବାର ଦିନ ରାତ୍ରି 09ଘ.30ମି.ରେ ବାଦାମପାହାଡ଼ ଛାଡିବ ଏବଂ ପରଦିନ ଭୋର 05 ଘଟୀକାରେ ଶାଲିମାରରେ ପହଞ୍ଚିବ |

ଏହି ଟ୍ରେନ୍ ଉଭୟ ପାର୍ଶ୍ୱରୁ ଶାଲିମାର ଏବଂ ବାଦାମପାହାଡ଼ ମଧ୍ୟରେ ସାନ୍ତ୍ରାଗାଛି, ଖଡ଼ଗ୍ପୁର, ଝାରଗ୍ରାମ, ଘଟଶିଳା, ଆସାନବୋନି, ଟାଟାନଗର, ବାହାଲଦା ରୋଡ୍, ଅଁଳାଜୋରୀ ଏବଂ ରାଇରଙ୍ଗପୁର ଷ୍ଟେସନ ଠାରେ ରହଣି କରିବ |

ବାଦାମପାହାଡ଼-ରାଉରକେଲା-ବାଦାମପାହାଡ଼ ସାପ୍ତାହିକ ଏକ୍ସପ୍ରେସ |

ବାଦାମପାହାଡ଼-ରାଉରକେଲା ଏକ୍ସପ୍ରେସ ପ୍ରତି ରବିବାର ଦିନ ସକାଳ 06ଘ.10ମି.ରେ  ବାଦାମପାହାଡ଼ ଛାଡି ସେହି ଦିନ ପୂର୍ବାହ୍ନ 11ଘ.40ମି.ରେ ରାଉରକେଲାରେ ପହଞ୍ଚିବ | ଫେରିବା ମାର୍ଗରେ ରାଉରକେଲା-ବାଦାମପାହାଡ଼ ଏକ୍ସପ୍ରେସ ପ୍ରତି ରବିବାର ଦିନ ଅପରାହ୍ନ 02ଘ.20ମି.ରେ ରାଉରକେଲା ଛାଡି ସନ୍ଧ୍ୟା 07ଘ.25ମି.ରେ ବାଦାମପାହାଡ଼ରେ ପହଞ୍ଚିବ | 

ଏହି ଟ୍ରେନ୍ ଉଭୟ ପାର୍ଶ୍ୱରୁ ବାଦାମପାହାଡ଼ ଓ ରାଉରକେଲା ମଧ୍ୟରେ ରାଇରଙ୍ଗପୁର, ଅଁଳାଜୋରୀ, ବାହାଲଦା ରୋଡ୍, ଟାଟାନଗର, ସିନି, ରାଜଖରସୁଆଁ, ଚକ୍ରଧରପୁର, ଗୋଇଲକେରା ଏବଂ ମନୋହରପୁରରେ ଷ୍ଟେସନ ଠାରେ ରହଣି କରିବ | 

ରାଉରକେଲା- ଟାଟାନଗର-ରାଉରକେଲା ଏକ୍ସପ୍ରେସ (ସପ୍ତାହରେ 6 ଦିନ)

ରାଉରକେଲା-ଟାଟାନଗର ଏକ୍ସପ୍ରେସ ରବିବାର ବ୍ୟତୀତ ପ୍ରତିଦିନ ଭୋର 04ଘ.50ମି.ରେ ରାଉରକେଲା ଛାଡିବ ଏବଂ ସେହି ଦିନ ପୂର୍ବାହ୍ନ 09ଘ.15ମି.ରେ ଟାଟାନାଗର ଠାରେ ପହଞ୍ଚିବ | ଫେରିବା ମାର୍ଗରେ, ଟାଟାନଗର - ରାଉରକେଲା ଏକ୍ସପ୍ରେସ ରବିବାର ବ୍ୟତୀତ ପ୍ରତିଦିନ ଅପରାହ୍ନ 03ଘ.25ମି.ରେ ଟାଟାନଗର ଛାଡିବ ଏବଂ ସେହି ଦିନ ସନ୍ଧ୍ୟା 07ଘ.35ମି.ରେ ରାଉରକେଲାରେ ପହଞ୍ଚିବ |

ଏହି ଟ୍ରେନ ରାଉରକେଲା ଏବଂ ଟାଟାନଗର ମଧ୍ୟରେ ବିସ୍ରା, ମନୋହରପୁର, ଚକ୍ରଧରପୁର, ସିନି ଏବଂ ଆଦିତ୍ୟପୁର ଷ୍ଟେସନ ମାନଙ୍କରେ ରହଣି କରିବ |

ଟାଟାନଗର-ବାଦାମପାହାଡ଼-ଟାଟାନଗର ଏକ୍ସପ୍ରେସ (ସପ୍ତାହରେ 6 ଦିନ)

ଟାଟାନଗର-ବାଦାମପାହାଡ଼ ଏକ୍ସପ୍ରେସ ରବିବାର ବ୍ୟତୀତ ପ୍ରତିଦିନ ପୂର୍ବାହ୍ନ 09ଘ.55ମି.ରେ ଟାଟାନଗର ଛାଡିବ ଏବଂ ସେହି ଦିନ ବାଦାମପାହାଡ଼ରେ ଅପରାହ୍ନ 12ଘ.15ମି.ରେ ପହଞ୍ଚିବ | ଫେରିବା ମାର୍ଗରେ ବାଦାମପାହାଡ଼ - ଟାଟାନଗର ଏକ୍ସପ୍ରେସ ରବିବାର ବ୍ୟତୀତ ପ୍ରତିଦିନ ଅପରାହ୍ନ 12ଘ.45ମି.ରେ ବାଦାମପାହାଡ଼ ଛାଡିବ ଏବଂ ସେହି ଦିନ ଅପରାହ୍ନ 15ଘ.20ମି.ରେ ଟାଟାନଗରରେ ପହଞ୍ଚିବ |

ଏହି ଟ୍ରେନ୍ ଉଭୟ ପାର୍ଶ୍ୱରୁ ଟାଟାନଗର ଏବଂ ବାଦାମପାହାଡ଼ ମଧ୍ୟରେ ହଲୁଦପୁକୁର, ଅଁଳାଜୋରୀ, ରାଇରଙ୍ଗପୁର, କୁଲଡିହା ଏବଂ ଛାନଭା ଷ୍ଟେସନ ମାନଙ୍କରେ ରହଣି କରିବ |

No comments:

COASTAL NEWS

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି।

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି। ତୃତୀୟ ପର୍ଯ୍ୟାୟରେ ୧୬ ରାଜ୍ୟ ଓ ୩ କେନ୍ଦ୍ର ...