AFFILIATE MARKETING

https://binomo.com?a=90810425bb57&t=0

Friday, October 27, 2023

ପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ

COASTAL NEWS ODIA 1276

ପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ



ଭୁବନେଶ୍ୱର  : ( CNO) ଭଞ୍ଜ ବିହାରୀ ମହାନ୍ତି - କୁମାର ପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ। ଆସନ୍ତାକାଲି ହେବ ଚନ୍ଦ୍ରଗ୍ରହଣ । ଚନ୍ଦ୍ରଗ୍ରହଣ ଭାରତର ସମସ୍ତ ସ୍ଥାନରେ ମଧ୍ୟରାତ୍ରିରେ ଦୃଶ୍ୟମାନ ହେବ। ଭାରତ ସମେତ ପଶ୍ଚିମ ପ୍ରଶାନ୍ତ ମହାସାଗର, ଅଷ୍ଟ୍ରେଲିଆ, ୟୁରୋପ, ଆଫ୍ରିକା, ଦକ୍ଷିଣ ଆମେରିକାରେ ମଧ୍ୟ ଦୃଶ୍ୟମାନ ହେବ । ଏହି ଚନ୍ଦ୍ରଗ୍ରହଣ ଭାରତୀୟ ସମୟ  ରାତି ଗୋଟାଏ ୫ ମିନିଟରୁ ଆରମ୍ଭ ହୋଇ ୨ଟା ୨୪ ମିନିଟରେ ଶେଷ ହେବ । ଚନ୍ଦ୍ରଗ୍ରହଣର ଅବଧି ୧ଘଣ୍ଟା ୧୯ ମିନିଟ୍ ରହିବ।

କୁମାରପୂର୍ଣ୍ଣିମାରେ ହେବାକୁ ଥିବା ନୀତିକାନ୍ତିକୁ ନେଇ ସୃଷ୍ଟି ହୋଇଛି ଦ୍ବନ୍ଦ୍ବ । ସେଦିନ ଚନ୍ଦ୍ର ଗ୍ରହଣ ପଡୁଥିବାରୁ ସନ୍ଧ୍ୟା ପୂର୍ବରୁ କୁମାର ପୂର୍ଣ୍ଣିମା ପୂଜା ସାରିବାକୁ ଜ୍ୟୋତିଷ ମତ ଦେଇଛନ୍ତି । ଚନ୍ଦ୍ର ଗ୍ରହଣ ଲାଗିବ ରାତି ୧ଟା ୪୪ ମିନିଟ ୫ ସେକେଣ୍ଡରେ । କିନ୍ତୁ ୪ଟା ୫ ମିନିଟ୍ ପୂର୍ବରୁ କୁମାରୀମାନେ ସମସ୍ତ ପୂଜା କାମ ସାରିବେ। ୪ଟାବେଳେ ଚନ୍ଦ୍ର ଦର୍ଶନ କରିବେ। ତାପରେ ଚନ୍ଦ୍ର ଦର୍ଶନ ନିଷେଧ । 

ରାତି ୨ଟା ୨୩ ମିନିଟ ଯାଏ ସମସ୍ତ ଶୁଭକାର୍ଯ୍ୟ, ଦେବନୀତି ବାରଣ କରାଯାଇଛି । ରାହୁ ଗ୍ରସ୍ତଆଶିଂକ ଚନ୍ଦ୍ର ଗ୍ରହଣ ପାଇଁ ଚନ୍ଦ୍ର ଦର୍ଶନ ପୂଜା ସନ୍ଧ୍ୟା ପୂର୍ବରୁ କରିବାକୁ ପରାମର୍ଶ ଦିଆଯାଇଛି। ପାକ ନିଷେଧ ସତ୍ତ୍ବେ ରାତିରେ ଶୁଖିଲା ଖାଦ୍ୟ ଖାଇ ପାରିବେ। ତେବେ ୨୦୨୫ ସେପ୍ଟେମ୍ବର ୭ରେ ପରବର୍ତ୍ତୀ ଚନ୍ଦ୍ରଗ୍ରହଣ ହେବ। ୨୦୨୨ ମସିହା ନଭେମ୍ବର ୮ ତାରିଖରେ ଶେଷ ଚନ୍ଦ୍ରଗ୍ରହଣ ହୋଇଥିଲା।

No comments:

COASTAL NEWS

COOPERATIVE MINISTER

To Sj Pradeep Balasamanta Hon’ble Minister, Cooperation, Handlooms & Textiles Department Government of Odisha Subject: ...