AFFILIATE MARKETING

https://binomo.com?a=90810425bb57&t=0

Saturday, October 14, 2023

ଆଜି ମହାଳୟାରେ ପିତୃ ପୁରୁଷ ଓ ମାମୁ ଘର ତିନି ପୁରୁଷଙ୍କୁ ପିଣ୍ଡଦାନ

COASTAL NEWS ODIA 1131

ଆଜି ମହାଳୟାରେ ପିତୃ ପୁରୁଷ ଓ ମାମୁ ଘର ତିନି ପୁରୁଷଙ୍କୁ ପିଣ୍ଡଦାନ 



ଭୁବନେଶ୍ବର - (CNO) ଭଞ୍ଜ ବିହାରୀ ମହାନ୍ତି - ଆଜି ହେଉଛି ପବିତ୍ର ମହାଳୟା। ଆଶ୍ୱିନ ମାସର ଅମାବାସ୍ୟା ତଥା ପିତୃପକ୍ଷର ଶେଷ ଦିନ। ଆଶ୍ୱିନ ମାସର ଅନ୍ଧାର ପକ୍ଷରେ ପିତୃ ପୁରୁଷଙ୍କୁ ଶ୍ରାଦ୍ଧ ଦେବାର ପରମ୍ପରା ଅଛି। ଯଦି କିଏ ଦେଇପାରିନଥିବ, ତେବେ ଆଜି ହେଉଛି ଶ୍ରାଦ୍ଧ ଦେବାର ଶେଷ ଦିନ। ମହାଳୟାରେ ପିତୃ ପୁରୁଷ ଓ ମାମୁ ଘର ତିନି ପୁରୁଷଙ୍କୁ ପିଣ୍ଡଦାନ କରିବାର ପରମ୍ପରା ରହିଛି।

ପିଣ୍ଡଦାନ କଲେ ପରଲୋକଗତ ଆତ୍ମାର ସଦଗତି ପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ ରହିଛି। ଏହି ପରିପ୍ରେକ୍ଷୀରେ ପବିତ୍ର ସ୍ଥାନଗୁଡ଼ିକରେ ଶ୍ରଦ୍ଧାଳୁମାନେ ପିଣ୍ଡଦାନ କରୁଛନ୍ତି।
ଆଶ୍ୱିନ ମାସ କୃଷ୍ଣପକ୍ଷ ପ୍ରତିପଦା ତିଥିଠାରୁ ଅମାବାସ୍ୟା ପର୍ଯ୍ୟନ୍ତ ପନ୍ଦର ଦିନକୁ ପିତୃପକ୍ଷ ଭାବେ ପାଳନ କରାଯାଇଥାଏ। ଯେଉଁ ତିଥିରେ ଯାହାଙ୍କର ପିତା ମାତା ମୃତ୍ୟୁବରଣ କରିଥାନ୍ତି ସେହି ତିଥିରେ ଶ୍ରାଦ୍ଧ କରିବାର ପରମ୍ପରା ରହିଛି।

ମହାଳୟାରେ ଆଜି ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ସମଲେଶ୍ୱରୀଙ୍କ ଧବଳମୁଖୀ ବେଶ ହୋଇଥାଏ। କେବଳ ବର୍ଷକରେ ଗୋଟିଏ ଥର ଆଜିର ଦିନରେ ସମଲେଶ୍ୱରୀ ଏହି ଧବଳମୁଖୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି। ଏହି ଦିନ ମାଆଙ୍କୁ ଶଙ୍ଖ, ଗୋପୀ ତିଳକରେ ମାଆଙ୍କୁ ଧଳା
ପ୍ରଲେପ ଦିଆଯାଇଥାଏ।

ଏଥି ସହିତ ଧଳା ରଙ୍ଗର ଫୁଲ ମାଆଙ୍କୁ ଅର୍ପଣ କରାଯାଏ।ସମଲେଶ୍ୱରୀଙ୍କ ଏହି ବେଶକୁ ଗଙ୍ଗା ବେଶ ମଧ୍ୟ କୁହାଯାଇଥାଏ। ପବିତ୍ର ଗଙ୍ଗା ଦେଖିନଥିବା

ବ୍ୟକ୍ତି ପିତୃପକ୍ଷରେ ସମଲେଶ୍ୱରୀଙ୍କ ଧବଳମୁଖୀ ବେଶ ଦର୍ଶନ କଲେ ଗଙ୍ଗା ଦର୍ଶନର ପୁଣ୍ୟ ମିଳେ ବୋଲି ବିଶ୍ୱାସ ଅଛି।

No comments:

COASTAL NEWS

Complaint to the Hon’ble Member of Parliament Regarding Illegal Allotment of RMC Shop Rooms at Aul

To Sj. Baijayanta Panda  Hon’ble Member of Parliament Kendrapara, Odisha Subject: Complaint regarding illegal allotment of R...