AFFILIATE MARKETING

https://binomo.com?a=90810425bb57&t=0

Friday, October 20, 2023

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର ୨୧ ବେଳକୁ ଲଘୁଚାପର ରୂପ ନେବାର ସମ୍ଭାବନା

COASTAL NEWS ODIA 1193

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର
୨୧ ବେଳକୁ ଲଘୁଚାପର ରୂପ ନେବାର ସମ୍ଭାବନା


 
ଭୁବନେଶ୍ବର : (CNO) - ଭଞ୍ଜ ବିହାରୀ ମହାନ୍ତି - ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ୨୧ ତାରିଖ ସକାଳବେଳକୁ ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଏହା ଆହୁରି ଘନୀଭୂତ ହୋଇ ୨୩ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହେବ।

ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷକରି ଗଜପତି, ଗଞ୍ଜାମ, ପୁରୀ, ଜଗତସିଂପୁର, କେନ୍ଦ୍ରାପଡ଼ା ଜିଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ଅନ୍ୟ ଉପକୂୂଳୀୟ ଜିଲା, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୋଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି ଏବଂ କୋରାପୁଟ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ବାକି ଜିଲାରେ ପାଗ ଶୁଖିଲା ରହିବ।

ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲାରେ ପଶ୍ଚିମା-ଝଡ଼ ପ୍ରଭାବରେ ବର୍ଷା ସମ୍ଭାବନା ଥିବାବେଳେ ୨୦ରୁ ୨୩ ତାରିଖ ସକାଳ ଯାଏଁ ପାଗ ଶୁଖିଲା ରହିବା ସମ୍ଭାବନା ରହିଛି। ଆଗାମୀ ୪-୫ ଦିନ ଯାଏଁ ସର୍ବାଧିକ ଓ ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ।

No comments:

COASTAL NEWS

ବଢ଼ିଲା ବାତ୍ୟା ଆଶଙ୍କା

ବଢ଼ିଲା ବାତ୍ୟା ଆଶଙ୍କା ନମସ୍କାର, ଆପଣ ଦେଖୁଛନ୍ତି କୋଷ୍ଟାଲ ନିଉଜ୍ । ମୁଁ ଆପଣଙ୍କ ଉପସ୍ଥାପକ ଶେଖର ସୁମନ ଦାସ । ବଙ୍ଗୋପସାଗର ଓ ଆଣ୍ଡାମାନ ସାଗରକୁ ନେଇ...