AFFILIATE MARKETING

https://binomo.com?a=90810425bb57&t=0

Tuesday, October 31, 2023

ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ରଘୁବର ଦାସ

COASTAL NEWS ODIA 1313

ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ରଘୁବର ଦାସ



ଭୁବନେଶ୍ବର - (CNO) ଭଞ୍ଜ ବିହାରୀ ମହାନ୍ତି - ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ରଘୁବର ଦାସ। ହାଇକୋର୍ଟର ମୁଖ୍ୟ ବିଚାରପତି ରାଜଭବନରେ ତାଙ୍କୁ ଶପଥ ପାଠ କରାଇଛନ୍ତି। ରାଜ୍ୟପାଳଙ୍କ ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟ ନାୟକ, ନେତା, ମନ୍ତ୍ରୀ ଓ ରାଜ୍ୟପାଳଙ୍କର ବନ୍ଧୁ ଓ ପରିବାର ବର୍ଗ ଉପସ୍ଥିତ ଥିଲେ।

ରାଜ୍ୟପାଳ ଭାବେ ଶପଥ ନେବା ପୂର୍ବରୁ ଆଜି ସକାଳେ ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିଥିଲେ ରାଜ୍ୟପାଳ ରଘୁବର ଦାସ।  ରାଜ୍ୟପାଳ ଲିଙ୍ଗରାଜଙ୍କ ସମେତ ଗଣେଶ ମନ୍ଦିର, ପାର୍ବତୀ ମନ୍ଦିର, ଭୁବନେଶ୍ୱରୀ ମନ୍ଦିର ଓ ନନ୍ଦୀଙ୍କ ଦର୍ଶନ କରିଥିଲେ। 

ଗତକାଲି ଟ୍ରେନ ଯୋଗେ ଓଡ଼ିଶା ପହଞ୍ଚିବା ପରେ ପୁରୀ ଶ୍ରୀମନ୍ଦିରରେ ଶ୍ରୀଉଙ୍କ ଦର୍ଶନ କରିଥିଲେ ରାଜ୍ୟପାଳ। ରାଜ୍ୟପାଳଙ୍କ ଶପଥ ଗ୍ରହଣ ଉତ୍ସବ ପାଇଁ ରାଜ୍ୟପାଳଙ୍କର ୮୦ଜଣ ବନ୍ଧୁ ଓ ପରିବାର ବର୍ଗ ତାଙ୍କ ସହ ଓଡ଼ିଶା ଆସିଥିଲେ।

ଜାମସେଦପୁର ଟାଟା କମ୍ପାନିରେ ଚାକିରି କରିଥିବା ରଘୁବର। ୧୯୭୭ରେ ପ୍ରଥେମ ଜନତା ଦଳ ଓ ପରେ ୧୯୮୦ରେ ବିଜେପିରେ ଯୋଗ ଦେଇଥିଲେ। ୫ଥର ବିଧାୟକ ହେବା ସହ ଉପ ମୁଖ୍ୟମନ୍ତ୍ରୀ ପରେ ୨୦୧୪ରୁ ୧୯ ଯାଏ ସେ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହୋଇଥିଲେ।

No comments:

COASTAL NEWS

ଆସ କିଏ ଖାଇବ

ଆସ କିଏ ଖାଇବ ହୋ ଆମ ବଡ଼ବାବୁଙ୍କ ଖାନା ଗ୍ୟାସ ଜଳିବନି  ଚୁଲି ଜଳିବନି ବନେଇ ଦେବେ ନନା ।। ଆସ ଭାଇ ଆସ ଭଉଣୀ ପାତରେ ଭରି ଭୋଗ ଖାଇ ଖାଇ ଖୁସି ହେବ ଭୁଲିଯ...