AFFILIATE MARKETING

https://binomo.com?a=90810425bb57&t=0

Monday, October 2, 2023

ବିଜେଡି ଜନସମ୍ପର୍କ ପଦଯାତ୍ରା

COASTAL NEWS ODIA 983

ବିଜେଡି ଜନସମ୍ପର୍କ ପଦଯାତ୍ରା



ଭୁବନେଶ୍ୱର : ଭଞ୍ଜ ବିହାରୀ ମହାନ୍ତି - ମହାତ୍ମା ଗାନ୍ଧୀ ଆମ ପାଇଁ ପ୍ରେରଣାର ଉତ୍ସ। ଗାନ୍ଧିଜୀଙ୍କ ଆଦର୍ଶ ଆମକୁ ବାଟ ଦେଖାଇ ଚାଲିଛିା ବିଜେଡି ଜନସମ୍ପର୍କ ପଦଯାତ୍ରା ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଗରିବ ମା’,ଏସସିଏସଟଙ୍କ ପାଇଁ କାମ କରୁଛି ବିଜେଡିା ମାଆ ମାନଙ୍କ ପାଇଁ ମହିଳା ସଂରକ୍ଷଣ ବିଲ୍‌‌ ଆଇନ ଲାଗୁ ହୋଇଛି। 

ଓଡିଶା ରୂପାନ୍ତର କ୍ଷେତ୍ରରେ ଆଗେଇ ଚାଲିଛି। ବିଏସକେୱାଇ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ବିରାଟ ପରିବର୍ତ୍ତନ ଆଣିଛି। ବ୍ୟବସ୍ଥା ଉପରେ ଲୋକଙ୍କ ଆସ୍ଥା ବଢିଛି। ପ୍ରାକୃତିକ ଦୁର୍ବିପାକ ମୁକାବିଲା,ଆଇଟି କ୍ଷେତ୍ରରେ ମାଇଲଖୁଣ୍ଟ ସ୍ଥାପନ କରିଛି ଓଡିଶା। ପୁଞ୍ଜି ନିବେଶରେ ଓଡିଶା ସାରା ଦେଶରେ ଦ୍ୱିତୀୟ ସ୍ଥାନରେ ରହିଛି। ସମସ୍ତେ ମିଳିମିଶି କାମ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଛନ୍ତି।
ଅକ୍ଟୋବର ୨ ପବିତ୍ର ଗାନ୍ଧୀ ଜୟନ୍ତୀ ଠାରୁ ଜୟପ୍ରକାଶ ନାରାୟଣଙ୍କ ଜୟନ୍ତୀ ପର୍ଯ୍ୟନ୍ତ ବିଜୁଜନତା ଦଳ ର ଜନ ସମ୍ପର୍କ ଅଭିଯାନ( ପଦଯାତ୍ରା) ବଡଗଡ କଳିଙ୍ଗ ବିଜୁ ଆଦର୍ଶ କଲୋନୀ ଠାରେ ଓଡ଼ିଶାର ବରେଣ୍ୟ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ପଦଯାତ୍ରା ର ଶୁଭାରମ୍ଭ କରିଛନ୍ତି ।

ଆଜି ବିଜେଡି ଜନସମ୍ପର୍କ ପଦଯାତ୍ରା ଆରମ୍ଭ ହୋଇଛି। ବିଏମସି ୪୪ ନମ୍ବର ୱାର୍ଡରୁ ପଦଯାତ୍ରା ଆରମ୍ଭ ହୋଇଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ୫୭ ନମ୍ବର ୱାର୍ଡ ନେତାଜୀ ପଡିଆ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପହଞ୍ଚି ଉଦବୋଧନ ଦେଇଛନ୍ତି। ଏହି ଅବସରରେ ମନ୍ତ୍ରୀ ଅଶୋକ ପଣ୍ଡା,ବିଧାୟକ ଦେବୀ ମିଶ୍ର ମଧ୍ୟ ଉପସ୍ଥିତ ରହିଛନ୍ତି। ବିଧାୟକ ଅନନ୍ତ ନାରାୟଣ ଜେନା, ସୁଶାନ୍ତ ରାଉତ ମଧ୍ୟ ଉପସ୍ଥିତ ରହିଛନ୍ତି।

ପ୍ରତିବର୍ଷ ଭଳି ଏବର୍ଷ ମଧ୍ୟ ବିଜେଡି ପକ୍ଷରୁ ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରୁ ଅକ୍ଟୋବର ୧୧ ଜୟପ୍ରକାଶ ନାରାୟଣ ଜୟନ୍ତୀ ପର୍ଯ୍ୟନ୍ତ ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହେବ।
ଜନସମ୍ପର୍କ ପଦଯାତ୍ରା ଚଳିତବର୍ଷ ପ୍ରତ୍ୟେକ ନିର୍ବାଚନମଣ୍ଡଳୀ ସ୍ତରରେ କରାଯିବ। ଏହି ଅବସରରେ ଅକ୍ଟୋବର ୨ ତାରିଖରେ ‘ଗାନ୍ଧୀ ଜୟନ୍ତୀ ଏବଂ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ’, ଅକ୍ଟୋବର ୯ ତାରିଖରେ ‘ଉତ୍କଳମଣି ଗୋପବନ୍ଧୁ ଦାସ ଜୟନ୍ତୀ’ ଏବଂ ଅକ୍ଟୋବର ୧୧ ତାରିଖରେ ‘ଲୋକନାୟକ ଜୟପ୍ରକାଶ ନାରାୟଣ ଜୟନ୍ତୀ’ ପାଳନ କରାଯିବ। ସେହିପରି ଅକ୍ଟୋବର ୧୨ରୁ ମାସେବ୍ୟାପୀ ଦଳର ସକ୍ରିୟ ସଦସ୍ୟ/ସଦସ୍ୟାଙ୍କୁ ନେଇ ପ୍ରତ୍ୟେକ ନିର୍ବାଚନ ମଣ୍ଡଳୀରେ ଜିଲା ପରିଷଦ ଜୋନ୍‌ସ୍ତରୀୟ ଓ ପୌରାଞ୍ଚଳସ୍ତରରେ ପ୍ରଶିକ୍ଷଣ ଶିବିରମାନ ଆୟୋଜିତ ହେବ।

ପ୍ରତ୍ୟେକ ୱାର୍ଡରେ ସରକାରଙ୍କ ଲୋକାଭିମୁଖୀ କାର୍ଯ୍ୟକ୍ରମର ବାର୍ତ୍ତା ପହଞ୍ଚାଯିବ। ଏହାସହିତ ରକ୍ତଦାନ, ଚାରାରୋପଣ ଭଳି ସାମାଜିକ ଓ ପରିବେଶ ପ୍ରତିବଦ୍ଧତାର କାର୍ଯ୍ୟକ୍ରମ କରାଯିବ। ଡିସେମ୍ବର ୨୬ରେ ବିଜେଡିର ୨୭ତମ ପ୍ରତିଷ୍ଠା ଦିବସ ନିର୍ବାଚନ ମଣ୍ଡଳୀଗୁଡ଼ିକରେ ପାଳନ ହେବ। ଏହି ଅବସରରେ ମହାନ ସ୍ବାଧୀନତା ସଂଗ୍ରାମୀ ଓ ବରପୁତ୍ରମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜ୍ଞାପନ ସହିତ ଓଡ଼ିଶାର ବିକାଶକୁ ଶୀର୍ଷ ସ୍ଥାନକୁ ନେବା ପାଇଁ ସଂକଳ୍ପ ନିଆଯିବ। ଏହି ପଦଯାତ୍ରା ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ଜିଲା ପର୍ଯ୍ୟବେକ୍ଷକ ଓ ଜିଲା ସଭାପତିମାନେ ଅନୁଧ୍ୟାନ କରିବେ।
ସାଂଗଠନିକ କାର୍ଯ୍ୟକ୍ରମରେ ସ୍ଥାନୀୟ ସାଂସଦ, ବିଧାୟକ- ବିଧାୟିକା, ଦଳୀୟ ସଭାପତି, ପଞ୍ଚାୟତ ଓ ପୌର ନିର୍ବାଚିତ ଜନପ୍ରତିନିଧି ଓ ଯୁବ-ଛାତ୍ର ଏବଂ ମହିଳା ଆଦି ବିଭିନ୍ନ ଛାମୁଆ ସଂଗଠନ ଓ କୃଷକ, ଶ୍ରମିକ, ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି, ସଂଖ୍ୟାଲଘୁ, ସମବାୟ, ଆଇନ, ସଂସ୍କୃତି ପ୍ରଭୃତି ବିଭିନ୍ନ ସାମ୍ମୁଖ୍ୟର କର୍ମକର୍ତ୍ତାମାନେ ସାମିଲ ହେବେ। ସମସ୍ତ କାର୍ଯ୍ୟକ୍ରମ କିଭଳି ସୂଚାରୁରୂପେ ପ୍ରତ୍ୟେକ ସ୍ତରରେ ସମ୍ପନ୍ନ ହେଲା; ତାହାର ସବିଶେଷ ବିବରଣୀ ଦଳର ସଭାପତିଙ୍କ ଅବଗତି ନିମନ୍ତେ ଜଣାଇବେ।

No comments:

COASTAL NEWS

COASTAL NEWS ODIA 1903 ଭାରତୀୟଙ୍କ ସୋଲାର ପ୍ୟାନେଲ ଉପରେ ଆମେରିକାର ନଜର

COASTAL NEWS ODIA 1903  ଭାରତୀୟଙ୍କ ସୋଲାର ପ୍ୟାନେଲ ଉପରେ ଆମେରିକାର ନଜର ୱାଶିଂଟନ୍ - (CNO) ଆମେରିକା ସୋଲାର ପ୍ୟାନେଲଗୁଡିକର ବ୍ୟବସାୟ ଏକଚାଟିଆ କରିବାକୁ ଚେଷ...