AFFILIATE MARKETING

https://binomo.com?a=90810425bb57&t=0

Saturday, October 21, 2023

ପୂର୍ବାହ୍ନ ୧୦ଟାରେ ଗଗନଯାନ ମିଶନର ଉତ୍‌କ୍ଷେପଣ ସଫଳ

COASTAL NEWS ODIA 1203

ପୂର୍ବାହ୍ନ ୧୦ଟାରେ ଗଗନଯାନ ମିଶନର ଉତ୍‌କ୍ଷେପଣ ସଫଳ 



ଶ୍ରୀହରିକୋଟା- (CNO) ଭଞ୍ଜ ବିହାରୀ ମହାନ୍ତି - ଆଜି ପୂର୍ବାହ୍ନ ୧୦ଟାରେ ଗଗନଯାନ ମିଶନର ଉତ୍‌କ୍ଷେପଣ ସଫଳ ହୋଇଛି। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟା ସ୍ପେଶ୍ ସେଣ୍ଟରରୁ ସଫଳ ଲଞ୍ଚିଂ ହୋଇଥିବା ଇସ୍ରୋ ମୁଖ୍ୟ ସୂଚନା ଦେଇଛି। ଇସ୍ରୋ ପକ୍ଷରୁ TV-D1ର ପ୍ରଥମ ସଫଳ ପରୀକ୍ଷଣ ସହ କ୍ରୁ ମଡ୍ୟୁଲର ଲଞ୍ଚିଂ ସଫଳ ହୋଇଥିବା ସେ  କହିଛନ୍ତି।

ଆଜି ସକାଳ ୮ଟା ୩୦ରେ ଗଗନଯାନ ମିଶନର ଉତ୍‌କ୍ଷେପଣ ନିମନ୍ତ ସମୟ ଧାର୍ଯ୍ୟ କରାଯାଇଥିଲା। କାଉଣ୍ଟଡାଉନ୍‌ ଆରମ୍ଭ ହୋଇ ସାରିଥିବା ବେଳେ ମାତ୍ର ୫ ସେକେଣ୍ଡ ପୂର୍ବରୁ ଉତ୍‌କ୍ଷେପଣକୁ ସ୍ଥଗିତ କରାଯାଇଥିଲା।
ବୈଷୟିକ ତ୍ରୁଟି କାରଣରୁ ଏପରି ନିଷ୍ପତ୍ତି ନିଆଯାଇଥିବା ଏସ୍‌ ସୋମନାଥ କହିଥିବା ବେଳେ ଉକ୍ତ ତ୍ରୁଟିକୁ ସଂଶୋଧନ କରି ଗଗନଯାନ ମିଶନ କ୍ରୁ ମଡ୍ୟୁଲର ସଫଳ ଲଞ୍ଚିଂ କରାଯାଇଛି।

ଭୂପୃଷ୍ଠରୁ ୧୭ କିମି ଉପରକୁ ଯାଇ ଖସିଲା କ୍ୟୁ ମଡେଲ। ସମୁଦ୍ର ମଝିରେ ଖସିଲା ମାନବବିହୀନ କ୍ୟୁ ମଡେଲ । ୨୦୨୫ ସୁଦ୍ଧା ମହାକାଶକୁ ମଣିଷ ପଠାଇବାକୁ ଯୋଜନା କରାଯାଇଛି। ଏଥିନିମନ୍ତେ ମିଶନର ସମସ୍ତ ସଦସ୍ୟଙ୍କୁ ଶୁଭେଚ୍ଛା ଜଣାଇଲେ ଇସ୍ରୋ ଅଧ୍ୟକ୍ଷ ।

No comments:

COASTAL NEWS

Complaint to the Hon’ble Member of Parliament Regarding Illegal Allotment of RMC Shop Rooms at Aul

To Sj. Baijayanta Panda  Hon’ble Member of Parliament Kendrapara, Odisha Subject: Complaint regarding illegal allotment of R...