AFFILIATE MARKETING

https://binomo.com?a=90810425bb57&t=0

Thursday, October 12, 2023

ମାଲକାନଗିରିରୁ ଗଡିଲା ‘ଲକ୍ଷ୍ମୀ ବସ୍’ : ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

COASTAL NEWS ODIA 1108

ମାଲକାନଗିରିରୁ ଗଡିଲା ‘ଲକ୍ଷ୍ମୀ ବସ୍’ : ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ




ମାଲକାନଗିରି : ଭଞ୍ଜ ବିହାରୀ ମହାନ୍ତି - ମାଲକାନଗିରିରୁ ଗଡିଲା ଲକ୍ଷ୍ମୀ। ଲକ୍ଷ୍ମୀ ବସ୍ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମ ଦିନରେ ଗଡିଲା ୩୬ଟି ବସ୍ । ସବୁଜ ପତାକା ଦେଖାଇ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମ ଜିଲ୍ଲା ଭାବେ ମାଲକାନଗିରି ଜିଲ୍ଲାରୁ ଏହି ସେବା ଆଜି ଆରମ୍ଭ ହୋଇଛି । 

ଏହି ବସ୍ ସେବା ଜରିଆରେ ପଞ୍ଚାୟତରୁ ବ୍ଲକ, ସଦରମହକୁମା ଓ ରାଜଧାନୀକୁ ଯିବା ସହଜ ହେବ । ମାଲକାନଗିରି ପରେ କୋରାପୁଟ, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, ଗଜପତି ଜିଲ୍ଲାରେ ଲକ୍ଷ୍ମୀ ବସ୍ ସେବା ମିଳିବ । ବିଶେଷକରି ଗ୍ରାମାଂଚଳ ଲୋକମାନେ ଯାତାୟତରେ ଯେପରି କୌଣସି ଅସୁବିଧାର ସମ୍ମୁଖୀନ ନହେବେ ତାହା ଉପରେ ଅଧିକ ଫୋକସ କରାଯାଇଛି ।

ରାଜ୍ୟରେ ସୁନିଶ୍ଚିତ ଓ ନିରାପଦ ପରିବହନ ସେବା ପାଇଁ ରାଜ୍ୟ ସରକାର ଆରମ୍ଭ କରିଛନ୍ତି ‘ଲକ୍ଷ୍ମୀ’ ଯୋଜନା । ଯୋଜନାରେ ହଜାରେରୁ ଅଧିକ ବସ ଚଳାଚଳ କରିବ । ପ୍ରଥମ ତିନି ବର୍ଷରେ ୩ ହଜାର ୧୭୮ କୋଟି ଟଙ୍କା ଖର୍ଚ୍ଚ ହେବ । ଏହାର ଅବଧି ୧୦ ବର୍ଷ ପର୍ଯ୍ୟନ୍ତ ରହିଥିବାବେଳେ ପ୍ରଦର୍ଶନ ଆଧାରରେ ଆଉ ୨ ବର୍ଷ ବୃଦ୍ଧି କରାଯାଇ ପାରିବ । 
ଏହାଦ୍ବାରା ଗ୍ରାମାଞ୍ଚଳର ଜନସାଧାରଣଙ୍କ ସାମାଜିକ, ଆର୍ଥିକ ଏବଂ ସାମଗ୍ରିକ ଜୀବିକାକୁ ବୃଦ୍ଧି କରାଯାଇପାରିବ ।

No comments:

COASTAL NEWS

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି।

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି। ତୃତୀୟ ପର୍ଯ୍ୟାୟରେ ୧୬ ରାଜ୍ୟ ଓ ୩ କେନ୍ଦ୍ର ...