AFFILIATE MARKETING

https://binomo.com?a=90810425bb57&t=0

Saturday, October 28, 2023

ଡିସେମ୍ବର ୧୫ ସୁଦ୍ଧା ସରିବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ

COASTAL NEWS ODIA 1282

ଡିସେମ୍ବର ୧୫ ସୁଦ୍ଧା ସରିବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ


ପୁରୀ - (CNO) ଡିସେମ୍ବର ୧୫ ସୁଦ୍ଧା ସରିବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ । ଫାଇଭ୍-ଟି ଅଧ୍ୟକ୍ଷ ହେବା ପରେ ପୁରୀ ଯାଇ ପ୍ରଥମ ଥର ପ୍ରକଳ୍ପ କାମର ସମୀକ୍ଷା କରିଛନ୍ତି ଭି.କେ ପାଣ୍ଡିଆନ୍ । ଭୋର ୪ଟାରେ ପୁରୀରେ ପହଞ୍ଚିଥିଲେ ପାଣ୍ଡିଆନ୍ । ସକାଳ ୬ଟା ପର୍ଯ୍ୟନ୍ତ ସମୀକ୍ଷା କରିଥିଲେ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ତ୍ୱରାନ୍ୱିତ କରି ଡିସେମ୍ବର ୧୫ ତାରିଖ ସୁଦ୍ଧା ସଂପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ଏହା ନୂଆବର୍ଷରେ ଭକ୍ତଙ୍କ ପାଇଁ ନୂଆ ଅନୁଭୂତି ହେବ ବୋଲି କହିଛନ୍ତି । ଏହା ସହ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ଗୁଡ଼ିକର ପୁନରୁଦ୍ଧାର କାମ ତ୍ୱରାନ୍ୱିତ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି । ସେ ଶ୍ରୀମନ୍ଦିର ଚାରି ଦ୍ୱାର କାମ ମଧ୍ୟ ବୁଲି ଦେଖିଥିଲେ । ସ୍ଥାନୀୟ ଲୋକଙ୍କ ସୁବିଧା ପାଇଁ ଦୁଇ ଚକିଆ ଗାଡିର ପାର୍କିଂ ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ପରିକ୍ରମା ପ୍ରକଳ୍ପର ବିଦ୍ୟୁତ୍ ବ୍ୟବସ୍ଥା କାମ ନିର୍ଦ୍ଧାରିତ ସମୟରେ ଶେଷ କରିବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି । ଜଗନ୍ନାଥ ବଲ୍ଲଭ ପାର୍କିଂ କାମ ସହ ଯାତ୍ରୀଙ୍କ ପାଇଁ କରାଯାଉଥିବା ବିଭିନ୍ନ ବିକାଶ କାମର ସମୀକ୍ଷା କରିଥିଲେ ଫାଇଭ୍-ଟି ଓ ମୋ ଓଡ଼ିଶା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ୍ । ଏହି ସମୟରେ ପୁରୀ ଜିଲ୍ଲାପାଳ, ଏସ୍ପି, ଓବିସିସି ଏମଡି ଓ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ ।
 

No comments:

COASTAL NEWS

ଆସ କିଏ ଖାଇବ

ଆସ କିଏ ଖାଇବ ହୋ ଆମ ବଡ଼ବାବୁଙ୍କ ଖାନା ଗ୍ୟାସ ଜଳିବନି  ଚୁଲି ଜଳିବନି ବନେଇ ଦେବେ ନନା ।। ଆସ ଭାଇ ଆସ ଭଉଣୀ ପାତରେ ଭରି ଭୋଗ ଖାଇ ଖାଇ ଖୁସି ହେବ ଭୁଲିଯ...