AFFILIATE MARKETING

https://binomo.com?a=90810425bb57&t=0

Wednesday, October 11, 2023

ସ୍କୁଟି ଚଢ଼ିବେ ମିଶନ ଶକ୍ତି ମହିଳା

COASTAL NEWS ODIA 1093

ସ୍କୁଟି ଚଢ଼ିବେ ମିଶନ ଶକ୍ତି ମହିଳା, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ





ଭୁବନେଶ୍ୱର : ଭଞ୍ଜ ବିହାରୀ ମହାନ୍ତି - ସଶକ୍ତ ମହିଳା । ସଶକ୍ତ ଓଡ଼ିଶା । ଗତିଶୀଳତା ହିଁ ସଶକ୍ତିକରଣ । ମିଶନ ଶକ୍ତି ସ୍କୁଟର ଯୋଜନାର ଶୁଭାରମ୍ଭ । ଲୋକସେବା ଭବନ କନଭେନସେଣ୍ଟରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିଛନ୍ତି । ବିଏଲଏଫ ଓ ଡିଏଲଏଫଙ୍କ ପାଇଁ କରାଯାଇଛି ଗାଡି ବ୍ୟବସ୍ଥା । ୧୫ ହଜାର ମାଆଙ୍କୁ ସ୍କୁଟର ପ୍ରଦାନ କରାଯାଇଛି । ଏହି ଅବସରରେ ରାଜ୍ୟବାସୀଙ୍କୁ ଉଦବୋଧନ ଦେଇ କହିଛନ୍ତି, ଗତି ହିଁ ଶକ୍ତି । ସ୍କୁଟର ଯୋଜନା ମାଆଙ୍କ ଗତିକୁ ଶକ୍ତିଶାଳୀ କରିଛି । ଓଡ଼ିଶା ପାଇଁ ମାଆମାନେ ଆଣିଛନ୍ତି ନୂଆ ଗତି, ଶକ୍ତି ଓ ପ୍ରଗତୀ ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ମହିଳା ସଶକ୍ତିକରଣରେ ଆଜିର ଦିନ ଗୁରୁତ୍ବପୂର୍ଣ୍ଣ । ମାଆମାନେ ଭଲ କାମ କରୁଛନ୍ତି । ୧୫ ହଜାର ମାଆଙ୍କୁ ସ୍କୁଟର ଦିଆଯାଇଛି । ଆଗାମୀ ଦିନରେ ୨ ଲକ୍ଷ ମାଆ ସ୍କୁଟର ପାଇବେ ।’ କାର୍ଯ୍ୟକ୍ରମରେ ମା’ ମାନଙ୍କୁ ପ୍ରସଂଶା କରିଛନ୍ତି ମିଶନଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ । ସେ କହିଛନ୍ତି, ‘ଆଜି ଏକ ଯୁଗାନ୍ତକାରୀ ପଦକ୍ଷେପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରଥମ ପର୍ଯ୍ୟାୟରେ ୧୫ ହଜାର ମାଆ ସ୍କୁଟର ନେଇଛନ୍ତି । ଆଗକୁ ୨ ଲକ୍ଷ ମିଶନ ଶକ୍ତି ସଦସ୍ୟାଙ୍କୁ ଏହି ସ୍କୁଟର ମିଳିବ ।

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ମିଶନ ଶକ୍ତି ସ୍କୁଟର ଯାେଜନାକୁ ଅନୁମୋଦନ ମିଳିଥିଲା । ମହିଳା ସଶକ୍ତିକରଣ ସାଙ୍ଗକୁ ଗମନାଗମନ ସୁବିଧା ପାଇଁ ମିଶନ ଶକ୍ତି ସ୍କୁଟର ଯୋଜନା କରାଯାଇଛି । କମ୍ୟୁନିଟି ସପୋର୍ଟ ଷ୍ଟାଫ ଏବଂ ଇସି ସଦସ୍ୟାମାନଙ୍କ ପାଇଁ ବୈଦ୍ୟୁତିକ ସ୍କୁଟର ପାଇଁ ସହାୟତା ଯୋଗାଇ ଦିଆଯିବ

ଏହି ଯୋଜନା ଅଧିନରେ ସ୍କୁଟର କ୍ରୟ ପାଇଁ ବ୍ୟାଙ୍କ ଋଣ ଉପରେ ସମ୍ପୂର୍ଣ୍ଣ ସୁଧ ରିହାତି ପ୍ରସ୍ତାବ ଦିଆଯାଇଛି । ଦକ୍ଷତା ବୃଦ୍ଧି ତାଲିମ, ଜୀବିକା ପ୍ରୋତ୍ସାହନ ଏବଂ ବଜାର ସଂଯୋଗୀକରଣ ଦିଗରେ ଗୁରୁତ୍ବପୂର୍ଣ୍ଣ ସେବା ଯୋଗାଇ ଦେଉଛନ୍ତି । ରାଜ୍ୟରେ ମହିଳା ସଶକ୍ତିକରଣ ଦିଗରେ ସେମାନଙ୍କର ଅବଦାନକୁ ସୀକୃତି ଦେବା ସହ ସେମାନଙ୍କୁ ନିଜ କାର୍ଯ୍ୟ ତୁଲାଇବାକୁ ଆହୁରି ସୁଗମ କରିବା ପାଇଁ ରାଜ୍ୟ ସରକାର ସ୍କୁଟର କିଣିବା ଉପରେ ଋଣର ସୁଦ୍ଧ ଛାଡ଼ ଘୋଷଣା କରାଯାଇଛି । ଏକ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବିନା ସୁଧରେ ଋଣ ଦିଆଯିବ । ଏଥିପାଇଁ ଚଳିତ ଆର୍ଥିକ ବର୍ଷରେ ୫୦ କୋଟି ଟଙ୍କାର ବଜେଟ ଆବଣ୍ଟନ ପ୍ରସ୍ତାବ ରଖାଯାଇଛି । ମିଶନ ଶକ୍ତି ମା’ଙ୍କୁ ଗତବର୍ଷ ୧୧ ହଜାର କୋଟି ଟଙ୍କାର ଋଣ ଦିଆଯାଇଛି । ୨୫୦ କୋଟିରୁ ଅଧିକ ଟଙ୍କାର ସୁଧ ପ୍ରଦାନ କରାଯାଇଛି ।

ବର୍ତ୍ତମାନ ରାଜ୍ୟରେ ୭୫ ହଜାର କମ୍ୟୁନିଟି ସପୋର୍ଟ ଷ୍ଟାଫ୍ କାର୍ଯ୍ୟରତ ଅଛନ୍ତି । ସେହିପରି ୧ ଲକ୍ଷ ୨୫ ହଜାର ଗ୍ରାମ ପଞ୍ଚାୟତ, ୱାର୍ଡ, ବ୍ଲକ୍, ସଦର ଏବଂ ଜିଲ୍ଲାସ୍ତରୀୟ ମହାସଂଘର କାର୍ଯ୍ୟନିର୍ବାହୀ ସଦସ୍ୟା ଅଛନ୍ତି । ସରକାରଙ୍କ ‘ମିଶନ ଶକ୍ତି ସ୍କୁଟର ଯୋଜନା’ ରେ ଏମାନେ ଉପକୃତ ହେବେ । ଉକ୍ତ ଯୋଜନା ପାଇଁ ଆଗାମୀ ୫ ବର୍ଷ ମଧ୍ୟରେ ୫୨୮.୫୫ କୋଟି ଟଙ୍କାର ବଜେଟ୍ କରାଯାଇଛି ।

No comments:

COASTAL NEWS

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି।

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି। ତୃତୀୟ ପର୍ଯ୍ୟାୟରେ ୧୬ ରାଜ୍ୟ ଓ ୩ କେନ୍ଦ୍ର ...