AFFILIATE MARKETING

https://binomo.com?a=90810425bb57&t=0

Friday, October 27, 2023

ଚଳିତ ବର୍ଷ କୁମାର ପୂର୍ଣ୍ଣିମାରେ ଏକମାତ୍ର ରାହୁଗ୍ରସ୍ତ ଖଣ୍ଡଗ୍ରାସ ଚନ୍ଦ୍ରଗ୍ରହଣ

COASTAL NEWS ODIA 12 72

ଚଳିତ ବର୍ଷ କୁମାର ପୂର୍ଣ୍ଣିମାରେ ଏକମାତ୍ର ରାହୁଗ୍ରସ୍ତ ଖଣ୍ଡଗ୍ରାସ ଚନ୍ଦ୍ରଗ୍ରହଣ



ଭୁବନେଶ୍ବର - (CNO) ଭଞ୍ଜ ବିହାରୀ ମହାନ୍ତି - ଆଉ ଦିନକ ପରେ କୁମାର ପୂର୍ଣ୍ଣିମା । କୁମାର ପୂର୍ଣ୍ଣିମାରେ ପଡ଼ୁଛି ଚନ୍ଦ୍ରଗ୍ରହଣ । ଚଳିତ ବର୍ଷ କୁମାର ପୂର୍ଣ୍ଣିମାରେ ଏକମାତ୍ର ରାହୁଗ୍ରସ୍ତ ଖଣ୍ଡଗ୍ରାସ ଚନ୍ଦ୍ରଗ୍ରହଣ ହେବ । ଗ୍ରହଣ ସ୍ପର୍ଶର ୯ଘଂଟା ପୂର୍ବରୁ ଅର୍ଥାତ ପାକତ୍ୟାଗ ସମୟ ଅପରାହ୍ନ ୪ଟା ୪ମିନିଟ୍ ୫୫ ସେକେଣ୍ଡରୁ ଆରମ୍ଭ ହୋଇ ରାତି ୨ଟା ୨୪ ମିନିଟ୍ ୨ ସେକେଣ୍ଡ ପର୍ଯ୍ୟନ୍ତ ରହିବ । କୁମାର ପୂର୍ଣ୍ଣିମା ଦିନ ଚନ୍ଦ୍ରଗ୍ରହଣ ପଡ଼ୁଥିବାରୁ ଚନ୍ଦ୍ରପୂଜା ଓ ଆଂଜୁଳା ଟେକିବାକୁ ନେଇ ଦ୍ୱନ୍ଦ୍ୱ ଦେଖାଦେଇଛି । କୁଆଁରୀ ଝିଅମାନଙ୍କ ପାଇଁ ଏହା ଏକ ବଡ଼ ପର୍ବ । ଏହି ଦିନ କୁମାରୀମାନେ ସକାଳୁ ଗାଧୋଇ ନୂଆ ଲୁଗା ପିନ୍ଧନ୍ତି । ଗୁଆ, ଖଇ, ଫଳ ଓ ଫୁଲ ଆଦିରେ ଆଞ୍ଜୁଳି ଟେକି ସୂର୍ଯ୍ୟଙ୍କୁ ପୂଜା କରନ୍ତି । ସଞ୍ଜ ହେଲେ ତୁଳସୀ ଚଉରା ମୁଳରେ ଜହ୍ନି ଫୁଲରେ କୋଠି ଚାଉଳ ପିଠଉରେ ଜହ୍ନ ତିଆରି କରନ୍ତି ଏବଂ କଳସ ସ୍ଥାପନ କରି ପୂଜା କରନ୍ତି । ଜହ୍ନ ଉଇଁଲେ ଜହ୍ନି ଫୁଲ, ଫଳ ଓ ଖଇ ଆଦି ଆଞ୍ଜୁଳି ଟେକନ୍ତି । ତେଣୁ ଏହି ଦିନ ଚନ୍ଦ୍ରଗ୍ରହଣ ପଡ଼ୁଥିବାରୁ ପୂଜାବିଧି ନେଇ ଦ୍ୱନ୍ଦ୍ୱ ଦେଖାଦେଇଛି । ସେପଟେ ଶ୍ରୀମନ୍ଦିରରେ ଗ୍ରହଣ ସ୍ପର୍ଶ ହେବା ମାତ୍ରେ ସ୍ୱତନ୍ତ୍ର ନୀତିକାନ୍ତି ଆରମ୍ଭ ହୋଇଥାଏ । ଏହା ଶ୍ରୀମନ୍ଦିରର ସ୍ୱତନ୍ତ୍ରତା । ଏହି ଦିନ ଚକ୍ରରାଜ ସୁଦର୍ଶନ ଚାରି ଆଶ୍ରମ ପରିକ୍ରମା କରିଥାନ୍ତି । ଗ୍ରହଣ ସ୍ପର୍ଶ ସମୟରୁ ହିଁ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ସ୍ନାନ, ଗ୍ରହଣ ଖଇକୋରା ଭୋଗ ନୀତି ସମ୍ପନ୍ନ ହେବ ।

ଅପରାହ୍ନ ୪ଟା ୪ ମିନିଟ୍ ୫୫ ସେକେଣ୍ଡରୁ ପାକତ୍ୟାଗ
ରାତି ୨ଟା ୨୪ ମିନିଟ୍ ୨ ସେକେଣ୍ଡ ପର୍ଯ୍ୟନ୍ତ ପାକତ୍ୟାଗ
ଗ୍ରହଣର ୯ଘଂଟା ପୂର୍ବରୁ ପାକତ୍ୟାଗ
ପାକତ୍ୟାଗ, ଅନ୍ନ ଭୋଜନ ଓ ଦେବନୀତି ନିଷେଧ
ଗ୍ରହଣ ସ୍ପର୍ଶ ସମୟ ରାତି ୧ଟା ୪ ମିନିଟ୍ ୫୫ ସେକେଣ୍ଡ
ଗ୍ରହଣ ସର୍ବମୋକ୍ଷ ରାତି ୨ଟା ୨୪ ମିନିଟ୍ ୨ ସେକେଣ୍ଡ
ଗ୍ରହଣର ଅବଧି ୧ଘଂଟା ୧୯ ମିନିଟ୍ ୭ ସେକେଣ୍ଡ

No comments:

COASTAL NEWS

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି।

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି। ତୃତୀୟ ପର୍ଯ୍ୟାୟରେ ୧୬ ରାଜ୍ୟ ଓ ୩ କେନ୍ଦ୍ର ...