AFFILIATE MARKETING

https://binomo.com?a=90810425bb57&t=0

Friday, October 27, 2023

କାର୍ତ୍ତିକ ମାସ ଆରମ୍ଭ ସହ ପୂଜା ପାଇବେ ମା’ ଗଜଲକ୍ଷ୍ମୀ

COASTAL NEWS ODIA 1274

କାର୍ତ୍ତିକ ମାସ ଆରମ୍ଭ ସହ ପୂଜା ପାଇବେ ମା’ ଗଜଲକ୍ଷ୍ମୀ



ଭୁବନେଶ୍ବର - (CNO) ଭଞ୍ଜ ବିହାରୀ ମହାନ୍ତି - ଦଶହରା ସରିଲା, ଦିନକ ପରେ କାର୍ତ୍ତିକ ମାସ ଆରମ୍ଭ ସହ ପୂଜା ପାଇବେ ମା’ ଗଜଲକ୍ଷ୍ମୀ । ମାସେ ଧରି ଆମିଷ ଛାଡିବେ ଲୋକ। ତେଣୁ ଆଜି ଶୁକ୍ରବାରରେ ଆମିଷ ବଜାରରେ ପ୍ରବଳ ଭିଡ଼। କାର୍ତ୍ତିକ ପରେ ତ ଛାଡ଼ଖାଇ ହୁଏ । ହେଲେ ଲାଗୁଛି ଇଏ କାର୍ତ୍ତିକ ପୂର୍ବର ଛାଡ଼ଖାଇ। ତେଣୁ ଆଜି ବିଭନ୍ନ ଆମିଷ ବଜାରରେ ଲୋକଙ୍କ ଗହଳି ଜମୁଛି ।

ଭୁବନେଶ୍ୱର ହେଉକି ପୁରୀ କିମ୍ବା ବ୍ରହ୍ମପୁର ସବୁଠି ଆମିଷ କିଣିନେବାକୁ ଦୋକାନରେ ଖଚାଖଚ ଭିଡ଼ । ଗ୍ରାହକଙ୍କ ମନଜାଣି ବେପାରୀ ବାହାରୁ ମାଛ ମାଂସ ଆମଦାନୀ କରିଛନ୍ତି । କାର୍ତିକ ମାସ ଆରମ୍ଭ ହେଉଥିବାରୁ ପ୍ରାୟ ଅନେକ ଲୋକଙ୍କ ଘରେ ମାସେ କାଳ ଆମିଷ ପଶିବନି । ଆଜି ଆମିଷ ଖାଇବାର ଶେଷ ଦିନ ଥିବାରୁ ଲୋକଙ୍କ ମଧ୍ୟରେ ଘରକୁ ଆମିଷ କିଣିନେବାକୁ ରୁଚି ରହିଛି । ଆଜି ବ୍ରହ୍ମପୁର ମାଛ ବଜାରରେ ଗ୍ରାହକଙ୍କ ଚାହିଦାକୁ ଦୃଷ୍ଟିରେ ରଖି ବେପାରୀ ସଜେଇ ରଖିଛନ୍ତି ଭଳିକି ଭଳି ମାଛ, କଙ୍କଡ଼ା, ଚିଙ୍ଗୁଡ଼ି, ଚିକେନ୍ ଓ ମାଂସ ।

No comments:

COASTAL NEWS

ଆସ କିଏ ଖାଇବ

ଆସ କିଏ ଖାଇବ ହୋ ଆମ ବଡ଼ବାବୁଙ୍କ ଖାନା ଗ୍ୟାସ ଜଳିବନି  ଚୁଲି ଜଳିବନି ବନେଇ ଦେବେ ନନା ।। ଆସ ଭାଇ ଆସ ଭଉଣୀ ପାତରେ ଭରି ଭୋଗ ଖାଇ ଖାଇ ଖୁସି ହେବ ଭୁଲିଯ...