AFFILIATE MARKETING

https://binomo.com?a=90810425bb57&t=0

Monday, October 16, 2023

ନିୟମିତ ଅଙ୍ଗନବାଡି କେନ୍ଦ୍ର ହେଲା ରାଜ୍ୟର ସମସ୍ତ ମିନି ଅଙ୍ଗନବାଡି କେନ୍ଦ୍ର

COASTAL NEWS ODIA 1162

ନିୟମିତ ଅଙ୍ଗନବାଡି କେନ୍ଦ୍ର ହେଲା ରାଜ୍ୟର ସମସ୍ତ ମିନି ଅଙ୍ଗନବାଡି କେନ୍ଦ୍ର



ଭୁବନେଶ୍ବର - ଭଞ୍ଜ ବିହାରୀ ମହାନ୍ତି - ନିୟମିତ ଅଙ୍ଗନବାଡି କେନ୍ଦ୍ର ହେଲା ରାଜ୍ୟର ସମସ୍ତ ମିନି ଅଙ୍ଗନବାଡି କେନ୍ଦ୍ର। ରାଜ୍ୟର ସମସ୍ତ ୭୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ରକୁ ନିୟମିତ ଅଙ୍ଗନବାଡି କେନ୍ଦ୍ର ଭାବେ ଉନ୍ନୀତ କରିବା ପ୍ରସ୍ତାବକୁ ଅନୁମୋଦନ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାଦ୍ବାରା ରାଜ୍ୟରେ ଶିଶୁ ଯତ୍ନ କାର୍ଯ୍ୟକ୍ରମ ଆହୁରି ବ୍ୟାପକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଅଙ୍ଗନବାଡି କେନ୍ଦ୍ର ଗୁଡିକ ରାଜ୍ୟରେ କୋମଳମତି ଶିଶୁ ମାନଙ୍କର ଯତ୍ନ ଓ ପ୍ରାରମ୍ଭିକ ଶିକ୍ଷା ଲାଭ ନିମନ୍ତେ କାର୍ଯ୍ୟ କରୁଛି ।

ରାଜ୍ୟର ଏହି ୭୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ରର ଉନ୍ନୀତକରଣ ପାଇଁ ୫୫ କୋଟି ୨୧ ଲକ୍ଷ ୩୦ ହଜାର ୧୫୦ ଟଙ୍କା ଖର୍ଚ୍ଚ ହେବ। ଏଥିରୁ ରାଜ୍ୟ ସରକାର ୩୬ କୋଟି ୪୦ ଲକ୍ଷ ୯୫ ହଜାର ୧୬୦ ଟଙ୍କା ବହନ କରୁଥିବା ବେଳେ କେନ୍ଦ୍ର ସରକାର ୧୮ କୋଟି ୮୦ ଲକ୍ଷ ୩୪ ହଜାର ୯୯୦ ଟଙ୍କା ବହନ କରୁଛନ୍ତି । ଅନୁଦାନ ଅର୍ଥରେ ମେଡିସିନ୍ କିଟ୍, ଆସବାବପତ୍ର ଓ ଅନ୍ୟାନ୍ୟ ଉପକରଣ ତଥା ପ୍ରଶାସନିକ ଖର୍ଚ୍ଚ ମଧ୍ୟ ଅନ୍ତର୍ଭୁକ୍ତ ରହିଛି। ଏନେଇ ବିଜୁ ଶ୍ରମିକ ସାମୁଖ୍ୟ ରାଜ୍ୟ ସଭାନେତ୍ରୀ ନନ୍ଦିନୀ ପଣ୍ଡା ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି।..

No comments:

COASTAL NEWS

Complaint to the Hon’ble Member of Parliament Regarding Illegal Allotment of RMC Shop Rooms at Aul

To Sj. Baijayanta Panda  Hon’ble Member of Parliament Kendrapara, Odisha Subject: Complaint regarding illegal allotment of R...