AFFILIATE MARKETING

https://binomo.com?a=90810425bb57&t=0

Friday, October 6, 2023

୭ ମହଲା ବିଶିଷ୍ଟ ଆପାର୍ଟମେଣ୍ଟରେ ନିଆଁ ଲାଗିବାରୁ ୭ ଜଣ ଜୀବନ୍ତ ଦଗ୍ଧ

COASTAL NEWS ODIA 1032

୭ ମହଲା ବିଶିଷ୍ଟ ଆପାର୍ଟମେଣ୍ଟରେ ନିଆଁ ଲାଗିବାରୁ ୭ ଜଣ ଜୀବନ୍ତ ଦଗ୍ଧ 



ମୁମ୍ବାଇ - ଭଞ୍ଜ ବିହାରୀ ମହାନ୍ତି - ମୁମ୍ବାଇର ଗୁରଗାଁଓରେ ଆଜି ଭୋରରୁ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏକ ୭ ମହଲା ବିଶିଷ୍ଟ ଆପାର୍ଟମେଣ୍ଟରେ ନିଆଁ ଲାଗିବାରୁ ୭ ଜଣ ଜୀବନ୍ତ ଦଗ୍ଧ ହୋଇ ଯାଇଥିବା ବେଳେ ୪୦ରୁ ଊର୍ଦ୍ଧ୍ୱ ଜଣ ଗୁରୁତର ହୋଇଛନ୍ତି। ଆଜି ଭୋର ପ୍ରାୟ ୩ଟା ବେଳେ ଏହି ଅଘଟଣ ଘଟିଛି।

ପ୍ରଥମେ ଆପାର୍ଟମେଣ୍ଟର ପାର୍କିଂ ଏରିଅରେ ନିଆଁ ଲାଗିଥିବା ପ୍ରାଥମିକ ତଦନ୍ତରୁ ଜଣାଯାଇଛି। ଏହି ଅଗ୍ନିକାଣ୍ଡ ଯୋଗୁ ଆପାର୍ଟମେଣ୍ଟ ତଳେ ପାର୍କ ହୋଇଥିବା ବହୁ କାର୍‌ ଓ ବାଇକ୍‌ ହୁତୁହୁତୁ ହୋଇ ଜଳିଥିଲା। ଏହାପରେ ନିଆଁ କ୍ରମଶଃ ଉପରକୁ ବ୍ୟାପିଥିଲା।

ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ବହୁ ପରିଶ୍ରମ ପରେ ସେମାନେ ନିଆଁକୁ କାବୁ କରିଥିବା ବେଳେ ଏହାପରେ ଭିତରେ ପଶି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଆପାର୍ଟମେଣ୍ଟର ବିଭିନ୍ନ ମହଲାରୁ ୭ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ସେମାନେ ଜୀବନ୍ତ ଦଗ୍ଧ ହୋଇ ପଡ଼ିଥିବା ଜଣାଯାଇଛି। ଏଥିସହ ଗୁରୁତର ଅବସ୍ଥାରେ ୪୦ରୁ ଊର୍ଦ୍ଧ୍ୱ ଜଣଙ୍କୁ ଉଦ୍ଧାର କରି ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ତେବେ ଅଗ୍ନିକାଣ୍ଡର ପ୍ରକୃତ କାରଣ କ’ଣ ତାହା ତଦନ୍ତ ପରେ ଜଣାପଡ଼ିବ ବୋଲି ଅଗ୍ନିଶମ ଅଧିକାରୀ ସୂଚନା ଦେଇଛନ୍ତି। ଭୋରୁ ଭୋରୁ ଏହି ଅଗ୍ନିକାଣ୍ଡ ଘଟିଥିବାରୁ ଉକ୍ତ ସମୟରେ ଲୋକେ ଶୋଇ ପଡ଼ିଥିବାରୁ ବାହାରକୁ ବାହାରି ପାରି ନ ଥିବା ଆଲୋଚନା ହେଉଛି। 

No comments:

COASTAL NEWS

ବଢ଼ିଲା ବାତ୍ୟା ଆଶଙ୍କା

ବଢ଼ିଲା ବାତ୍ୟା ଆଶଙ୍କା ନମସ୍କାର, ଆପଣ ଦେଖୁଛନ୍ତି କୋଷ୍ଟାଲ ନିଉଜ୍ । ମୁଁ ଆପଣଙ୍କ ଉପସ୍ଥାପକ ଶେଖର ସୁମନ ଦାସ । ବଙ୍ଗୋପସାଗର ଓ ଆଣ୍ଡାମାନ ସାଗରକୁ ନେଇ...