AFFILIATE MARKETING

https://binomo.com?a=90810425bb57&t=0

Thursday, October 5, 2023

ଅଧିକ ସୁଦୃଢ ହେବ ରାଜ୍ୟର ସ୍ୱାସ୍ଥ୍ୟସେବା: ୨୬ଟି ନୂତନ ଅତ୍ୟାଧୁନିକ ୧୦୮ ଆମ୍ବୁଲାନ୍ସ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

COASTAL NEWS ODIA 1024

ଅଧିକ ସୁଦୃଢ ହେବ ରାଜ୍ୟର ସ୍ୱାସ୍ଥ୍ୟସେବା: ୨୬ଟି ନୂତନ ଅତ୍ୟାଧୁନିକ ୧୦୮ ଆମ୍ବୁଲାନ୍ସ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ




ଭୁବନେଶ୍ବର - ଭଞ୍ଜ ବିହାରୀ ମହାନ୍ତି - ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ରାଜ୍ୟବାସୀଙ୍କୁ ଜରୁରୀକାଳୀନ ସ୍ୱାସ୍ଥ୍ୟସେବା ଯୋଗାଇଦେବା ଉଦ୍ଦେଶ୍ୟରେ ୨୬ଟି ନୂତନ ଅତ୍ୟାଧୁନିକ ୧୦୮ ଆମ୍ବୁଲାନ୍ସ ଲୋକାର୍ପଣ କରିଛନ୍ତି।  

ନବୀନ ନିବାସଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସରକାରଙ୍କ ନିଜସ୍ୱ ପାଣ୍ଠି ବିନିଯୋଗରେ କ୍ରୟ ହୋଇଥିବା ଏହି ୨୬ଟି ନୂତନ ଆମ୍ବୁଲାନ୍ସକୁ ପତକା ଦେଖାଇ ରାଜ୍ୟବାସୀଙ୍କୁ ଜରୁରୀକାଳୀନ ସେବା ପ୍ରଦାନ ଉଦ୍ଦେଶ୍ୟରେ ଲୋକାର୍ପିତ କରିଛନ୍ତି। ରାଜ୍ୟର ବିଭିନ୍ନ ଜିଲ୍ଲାରେ ରୋଗୀସେବା ଯୋଗାଇଦେବା ଉଦ୍ଦେଶ୍ୟରେ କ୍ରୟ ହୋଇଥିବା ଏହି ୨୬ଟି ଆମ୍ବୁଲାନ୍ସ ପାଇଁ ୧୦.୯୨ କୋଟି ଟଙ୍କା ବିନିଯୋଗ ହୋଇଛି।

ସୂଚନାଯୋଗ୍ୟ ଯେ, ଦୁର୍ଘଟଣା, ପ୍ରାକୃତିକ ବିପର୍ଯ୍ୟୟ, ଗର୍ଭବତୀ ଓ ଗୁରୁତର ରୋଗରେ ପୀଡିତ ବ୍ୟକ୍ତିଙ୍କୁ ବିନା ଖର୍ଚ୍ଚରେ ଡାକ୍ତରଖାନାକୁ ନେବା ପାଇଁ ରାଜ୍ୟରେ ଏହି ଜରୁରୀକାଳୀନ ଆମ୍ବୁଲାନ୍ସ ସେବା ସଫଳତାର ସହ କାର୍ଯ୍ୟ କରୁଛି । ଜୀବନ ରକ୍ଷାକାରୀ ସୁବିଧା ଥିବା ଏହି ୨୬ଟି ନୂତନ ଆମ୍ବୁଲାନ୍ସ ସାମିଲ ହେବାପରେ ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ର ଅଧିକ ସୁଦୃଢ ହେବ। ଟୋଲ୍ ଫ୍ରି ନମ୍ବର ୧୦୮କୁ ଫୋନ୍ କରି ରାଜ୍ୟରେ ଏହି ଜରୁରୀକାଳୀନ ଆମ୍ବୁଲାନ୍ସ ସେବା ସୁବିଧା ଉପଲବ୍ଧ ହେଉଛି।

ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ, 5T ସଚିବ ଭି.କେ ପାଣ୍ଡିଆନ, ସ୍ୱାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ।

No comments:

COASTAL NEWS

Complaint to the Hon’ble Member of Parliament Regarding Illegal Allotment of RMC Shop Rooms at Aul

To Sj. Baijayanta Panda  Hon’ble Member of Parliament Kendrapara, Odisha Subject: Complaint regarding illegal allotment of R...