AFFILIATE MARKETING

https://binomo.com?a=90810425bb57&t=0

Tuesday, November 21, 2023

ଆଜିଠୁ ବିଧାନସଭାର ଶୀତକାଳୀନ ଅଧିବେଶନ

COASTAL NEWS ODIA 1487

ଆଜିଠୁ ବିଧାନସଭାର ଶୀତକାଳୀନ ଅଧିବେଶନ



ଭୁବନେଶ୍ୱର (CNO) ଆଜିଠାରୁ ଆରମ୍ଭ ହେବ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ । ପ୍ରଥମେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୃହରେ ଶୋକ ପ୍ରସ୍ତାବ ଆଗତ କରିବେ ।


ଏହି ଅଧିବେଶନ ରେ ପଞ୍ଚାୟତିରାଜ, ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ, ଗୃହ ନିର୍ମାଣ ଓ ପୌର ଉନ୍ନୟନ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରଶ୍ନକାଳ ରହିଛି । ଡିସେମ୍ବର 30ତାରିଖ ଯାଏଁ ଚାଲିବାକୁ ଥିବା ଅଧିବେଶନରେ ମୋଟ୍ 30 ଟି କାର୍ଯ୍ୟଦିବସ ରହିଛି ।

ଆଜି ବିଧାନସଭା ରେ ଉପବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ । ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଉପବାଚସ୍ପତି ହେବା ପ୍ରାୟତଃ ନିଶ୍ଚିତ ହୋଇଛି । ବିଜେଡି ଶ୍ରୀ ପ୍ରଧାନଙ୍କ ନାମ ଘୋଷଣା କରିବା ପରେ ସେ ବିଧାନସଭା ସଚିବଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଏକମାତ୍ର ପ୍ରାର୍ଥୀ ଭାବେ ସେ ନାମାଙ୍କନ ପତ୍ର ଦାଖଲ କରିଥିବାରୁ ମଙ୍ଗଳବାର ତାଙ୍କ ନାମ ଆନୁଷ୍ଠାନିକ ଭାବେ ଘୋଷଣା ହେବାର ସମ୍ଭାବନା ଅଛି । 

ଆଜି ପୂର୍ବାହ୍ନ 9.30 ରେ ବାଚସ୍ପତି ପ୍ରମିଳା ମଲ୍ଲିକ ଗୃହରେ ଆନୁଷ୍ଠାନିକ ଭାବେ ଉପବାଚସ୍ପତିଙ୍କ ନାମ ଘୋଷଣା କରିବେ । ତେବେ ଶୀତକାଳୀନ ଅଧିବେଶନରେ ସରକାରଙ୍କୁ ଘେରିବାକୁ ରଣନୀତି କରିଛନ୍ତି ବିରୋଧୀ । ଆଦିବାସୀ ଜମି ହଡପ, ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଓ ଚାରିଦ୍ବାର ଖୋଲିବା, ମଣ୍ଡି ଅବ୍ୟବସ୍ଥା, ଚାଷୀ ଆତ୍ମହତ୍ୟା, ଆବାସ ଆବଣ୍ଟନରେ ଅନିୟମିତତା ପରି ପ୍ରସଙ୍ଗ ଉଠାଇବାକୁ ବିଜେପି ଦଳ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି ।

ଅପରପକ୍ଷେ ଆଞ୍ଚଳିକ ବୈଷମ୍ୟବାଦ, ପଶ୍ଚିମ ଓଡିଶା ପ୍ରତି ଅବହେଳା, ମଣ୍ଡି ସମସ୍ୟା, ଆଇନ ଶୃଙ୍ଖଳା, ଦୁର୍ନୀତି, ସୀମା ବିବାଦ,ଦାଦନ, ବେକାରୀ ଭଳି ପ୍ରସଙ୍ଗ ଗୃହରେ ଉଠାଇବ ବୋଲି  କଂଗ୍ରେସ ଦଳ ପକ୍ଷରୁ ଘୋଷଣା କରାଯାଇଛି । ବିଧାନସଭାରେ କୋଶଳି ଭାଷାରେ କହିବାକୁ ସୁଯୋଗ ମିଳୁ ବୋଲି ଆଜି ସର୍ବଦଳୀୟ ବୈଠକରେ ଦାବି କରିଥିଲେ କଂଗ୍ରେସର ନରସିଂହ ମିଶ୍ର । ସର୍ବଦଳୀୟ ବୈଠକରେ ଗୃହ ସୁପରିଚାଳନାକୁ ଗୁରୁତ୍ୱ ଦେବାକୁ ନିଷ୍ପତ୍ତି ନିଆଯାଇଛି ।


ଶୀତ ଅଧିବେଶନ ପାଇଁ ବିଧାନସଭା ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି ଡିଜିପି ସୁନୀଲ ବଂଶଲ । ସୁରକ୍ଷାରେ ନିୟୋଜିତ ହେବେ 28 ପ୍ଲାଟୁନ ପୋଲିସ ।

No comments:

COASTAL NEWS

ଆସ କିଏ ଖାଇବ

ଆସ କିଏ ଖାଇବ ହୋ ଆମ ବଡ଼ବାବୁଙ୍କ ଖାନା ଗ୍ୟାସ ଜଳିବନି  ଚୁଲି ଜଳିବନି ବନେଇ ଦେବେ ନନା ।। ଆସ ଭାଇ ଆସ ଭଉଣୀ ପାତରେ ଭରି ଭୋଗ ଖାଇ ଖାଇ ଖୁସି ହେବ ଭୁଲିଯ...