AFFILIATE MARKETING

https://binomo.com?a=90810425bb57&t=0

Thursday, November 9, 2023

ପ୍ରଫେସର ସୁଦର୍ଶନ ବେହେରାଙ୍କ ସଂପତ୍ତି ଦେଖି ବିସ୍ମିତ ହୋଇଛନ୍ତି ଭିଜିଲାନ୍ସ ଟିମ୍

COASTAL NEWS ODIA 1410

ପ୍ରଫେସର ସୁଦର୍ଶନ ବେହେରାଙ୍କ ସଂପତ୍ତି ଦେଖି ବିସ୍ମିତ ହୋଇଛନ୍ତି ଭିଜିଲାନ୍ସ ଟିମ୍



ବଲାଙ୍ଗୀର: (CNO) ଭଞ୍ଜ ବିହାରୀ ମହାନ୍ତି - ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ଉ ବେଳେ ବଲାଙ୍ଗୀର ଆୟୁର୍ବେଦିକ କଲେଜ ଆଣ୍ଡ ହସ୍ପିଟାଲ ଅଧ୍ୟକ୍ଷ ପ୍ରଫେସର ସୁଦର୍ଶନ ବେହେରାଙ୍କ ସଂପତ୍ତି ଦେଖି ବିସ୍ମିତ ହୋଇଛନ୍ତି ଭିଜିଲାନ୍ସ ଟିମ୍। ପ୍ରାପ୍ତ ସୂଚନା ଅନୁଯାୟୀ, ଏଯାଏ ତାଙ୍କର ପୁରୀରେ ୧୬ଟି ପ୍ଲଟ୍ ଥିବା ଜଣାଯାଇଛି। 

ତାଙ୍କର ତିନିଟି ବହୁମହଲାବିଶିଷ୍ଟ ଘର, ତିନିଟି ଦାମୀ କାର୍ ଓ  ଗୋଟିଏ ବାଇକ୍ ଥିବା ମଧ୍ୟ ଜାଣିବାକୁ ପାଇଛି ଭିଜିଲାନ୍ସ। ତିନିଟି ଦାମୀ କାରର ମୂଲ୍ୟ ୩୨ ଲକ୍ଷ ଟଙ୍କା ବୋଲି ଆକଳନ କରାଯାଇଛି। ଏହାଛଡ଼ା ତାଙ୍କ ନାମରେ ୫୦ ଲକ୍ଷ ଟଙ୍କାର ସ୍ଥାୟୀ ଜମା ରହିଛି। ଏହାଛଡ଼ା କେତେ ଟଙ୍କାର ବୀମା ଓ ଅନ୍ୟ ପୁଞ୍ଜି ବିନିଯୋଗ ଉପରେ ବି ଖୋଳତାଡ଼ କରୁଛି ଭିଜିଲାନ୍ସ। ଏନେଇ ଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।

ଆଜି ସକାଳୁ ବଲାଙ୍ଗୀର ଆୟୁର୍ବେଦିକ କଲେଜ ଆଣ୍ଡ ହସ୍ପିଟାଲ ଅଧ୍ୟକ୍ଷ ପ୍ରଫେସର ସୁଦର୍ଶନ ବେହେରାଙ୍କ ବଲାଙ୍ଗୀର ଅଫିସ୍ ଓ ଘର ସମେତ ୬ଟି ସ୍ଥାନରେ ଭିଜିଲାନ୍ସ ଚଢ଼ଉ କରୁଛି। ପୁରୀ ଜିଲ୍ଲାରେ ଥିବା ୪ଟି ଘରେ ଭିଜିଲାନ୍ସ ଟିମ୍ ଚଢ଼ଉ କରୁଛି। ଏଣେ ସୁଦର୍ଶନ ବେହେରାଙ୍କ ସମ୍ବଲପୁର ସ୍ଥିତ ପତ୍ନୀଙ୍କ କ୍ୱାର୍ଟର୍ସରେ ବି ଚଢ଼ଉ ଚାଲିଛି।

ଭୁବନେଶ୍ବର ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତିଙ୍କ ଦ୍ବାରା ଜାରି ସର୍ଚ୍ଚ ୱାରେଣ୍ଟ୍ ର କ୍ଷମତା ବଳରେ ୮ ଜଣ ଡିଏସପି, ୬ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ କର୍ମଚାରୀଙ୍କ ନେତୃତ୍ୱରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଏକକାଳୀନ ଘର ଚଢ଼ଉ ଚାଲିଛି। ପୁରୀ ସମ୍ବଲପୁର ଏବଂ ବଲାଙ୍ଗୀର ଜିଲ୍ଲାର ନିମ୍ନଲିଖିତ ୬ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ଚଢ଼ଉ ଜାରି ରଖିଛି। 

ସୁଦର୍ଶନ ବେହେରାଙ୍କ ବଲାଙ୍ଗୀରର ଅଫିସ, ପୁରୀ ଜିଲ୍ଲା ସାକ୍ଷୀଗୋପାଳ ଜୟପୁର ପୈତୃକ ଗାଁ, ସତ୍ୟବାଦୀ ଥାନା ନାହାଳ, କାଶୀହରିପୁର, ସିମିଳି ସୋରିଷିଆପଦାରେ ଥିବା ସଂପର୍କୀୟଙ୍କ ଗାଁ ସମ୍ବଲପୁର ସ୍ଥିତ ସିଆରପିଏଫ୍ କ୍ୟାମ୍ପସରେ ଥିବା ପତ୍ନୀଙ୍କ କ୍ୱାର୍ଟର୍ସରେ ଚଢ଼ଉ କରୁଛି ଭିଜିଲାନ୍ସ।

No comments:

COASTAL NEWS

Complaint to the Hon’ble Member of Parliament Regarding Illegal Allotment of RMC Shop Rooms at Aul

To Sj. Baijayanta Panda  Hon’ble Member of Parliament Kendrapara, Odisha Subject: Complaint regarding illegal allotment of R...