AFFILIATE MARKETING

https://binomo.com?a=90810425bb57&t=0

Saturday, November 11, 2023

ଆସନ୍ତା ୧୫ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି

COASTAL NEWS ODIA 1420

ଆସନ୍ତା ୧୫ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି 



ଭୁବନେଶ୍ବର - ଭଞ୍ଜ ବିହାରୀ ମହାନ୍ତି - ଆସୁଛି ଲଘୁଚାପ । ଆସନ୍ତା ୧୫ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ଦକ୍ଷିଣ ପୂର୍ବ ଓ ପାର୍ଶ୍ବବର୍ତ୍ତୀ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ତେବେ ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇପାରେ ସମ୍ଭାବ୍ୟ ଲଘୁଚାପ ।

ଏପଟେ ରାଜ୍ୟରେ ୧୫ରୁ ବଡ଼ ବର୍ଷା ସମ୍ଭାବନା ନେଇ କିଛି ପାଣିପାଗ ବିଜ୍ଞାନୀ ଆକଳନ କରିଛନ୍ତି। ୧୬ ତାରିଖ ରାତିରୁ ଉପକୂଳ ଓ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ରାଜ୍ୟରେ ଏବେ ଶୀତ ବଢ଼ିଛି । ଆସନ୍ତା ୧୪ ଯାଏ ପାଗ ଶୁଖିଲା ରହିବ ।

ଏପଟେ ଅନ୍ତର୍ଜାତୀୟ ପାଣିପାଗ ବିଜ୍ଞାନୀ ଜାସନ ନିକୋଲାସଙ୍କ ଆକଳନ ଅନୁସାରେ ଆସନ୍ତା ସପ୍ତାହରେ ବଙ୍ଗୋପସାଗରରେ ଟ୍ରିପକାଲ ଡେଭଲପମେଣ୍ଟର ସମ୍ଭାବନା ରହିଛି । ପୂର୍ବ ଭାରତରୁ ବାଙ୍ଗଲାଦେଶ ଯାଏ ଏହାର ପ୍ରଭାବ ପଡ଼ିପାରେ । .


No comments:

COASTAL NEWS

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି।

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି। ତୃତୀୟ ପର୍ଯ୍ୟାୟରେ ୧୬ ରାଜ୍ୟ ଓ ୩ କେନ୍ଦ୍ର ...