AFFILIATE MARKETING

https://binomo.com?a=90810425bb57&t=0

Sunday, November 12, 2023

ବେକାର ଯୁବକ ଯୁବତୀଙ୍କୁ ନିଯୁକ୍ତି ଦେବାକୁ କହି ଠକେଇ ଅଭିଯୋଗରେ ଯୁବକ ଗିରଫ

COASTAL NEWS ODIA 1440

ବେକାର ଯୁବକ ଯୁବତୀଙ୍କୁ ନିଯୁକ୍ତି ଦେବାକୁ କହି ଠକେଇ ଅଭିଯୋଗରେ ଯୁବକ ଗିରଫ 



କଟକ - ଭଞ୍ଜ ବିହାରୀ ମହାନ୍ତି - କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପିଏ ଓ ପୂର୍ବତନ ମନ୍ତ୍ରୀ ରଘୁନାଥ ମହାନ୍ତିଙ୍କ ଭଣଜା ବୋଲି ନିଜକୁ ପରିଚୟ ଦେଇ ଠକେଇ କରିଥିବା ଅଭିଯୋଗରେ କଟକ ସାଇବର ଥାନା ପୁଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସଂପୃକ୍ତ ଯୁବକଙ୍କ ନାଁ ସନ୍ତୋଷ ମହୁରୀ। ତାଙ୍କ ଘର ବ୍ରହ୍ମପୁରରେ।

ବେକାର ଯୁବକ ଯୁବତୀଙ୍କୁ ରେଲୱେ, ଡିଆରଡିଓ, ଆଇଓସିଏଲ ଓ ପ୍ରତିରକ୍ଷା ଆଦି ବିଭାଗରେ ଚାକିରି କରାଇ ଦେବାର ମିଛ ପ୍ରତିଶ୍ରୁତି ଦେଇ ସେ ପ୍ରାୟ ୬୦ ଲକ୍ଷ ଟଙ୍କାର ଠକେଇ କରିଥିବା ଅଭିଯୋଗ ହୋଇଥିଲା। ମିଛ କହି କଟକର ୭ ଜଣଙ୍କୁ ଏଭଳି ଚୁନା ଲଗାଇଥିଲେ ସନ୍ତୋଷ। ଅଭିଯୋଗର ତଦନ୍ତ କରି ପୁଲିସ ତାଙ୍କୁ ଗିରଫ କରିଛି।

ସନ୍ତୋଷଙ୍କଠାରୁ ଡିଆରଡିଓ ଓ ଭିଜିଲାନ୍ସର ନକଲି ସାର୍ଟିଫିକେଟ ସହ ଭାରତୀୟ ବାୟୁସେନାର ନକଲି ପରିଚୟ ପତ୍ର, ଲ୍ୟାପଟପ, ୨ଟି ପେନ୍ ଡ୍ରାଇଭ, ୮ଟି ମୋବାଇଲ ଫୋନ, ୧୩ଟି ସିମ୍ କାର୍ଡ, ୫ଟି ବ୍ୟାଙ୍କ ପାସବୁକ୍ ଓ ଚେକ୍ ଆଦି ଜବତ କରିଛି ପୁଲିସ।

କିଛି ମାସ ପୂର୍ବରୁ ସନ୍ତୋଷ କଟକର ଜଣେ ସାଧୁଙ୍କ ସଂସ୍ପର୍ଶରେ ଆସିଥିଲା। ଏହାପରେ ସେହି ସାଧୁବାବାଙ୍କ ଆଶ୍ରମକୁ ଆସୁଥିବା ଲୋକଙ୍କୁ ସେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପିଏ ଓ ପୂର୍ବତନ ମନ୍ତ୍ରୀ ରଘୁ ମହାନ୍ତିଙ୍କ ଭଣଜା ବୋଲି ପରିଚୟ ଦେଉଥିଲେ ଏବଂ ବେକାର ଯୁବକ ଯୁବତୀଙ୍କୁ ନିଯୁକ୍ତି ଦେଇ ପାରିବେ ବୋଲି କହୁଥିଲେ।

ଚାକିରି ଦେବା ଆଳରେ ୭ ଜଣଙ୍କ ଠାରୁ ସନ୍ତୋଷ ମୋଟ ୬୦ ଲକ୍ଷ ଟଙ୍କା ନେଇ ସମସ୍ତଙ୍କୁ ଜାଲ ପ୍ରମାଣ ପତ୍ର ଦେଇ ଫେରାର ହୋଇଯାଇଥିଲେ।ଏନେଇ ସାଇବର ଥାନାରେ ଅଭିଯୋଗ ହେବା ପରେ ପୁଲିସ ଘଟଣାର ତଦନ୍ତ କରି ସନ୍ତୋଷକୁ ଗିରଫ କରି କୋର୍ଟ ଚାଲାଣ କରିଛି।

No comments:

COASTAL NEWS

COOPERATIVE MINISTER

To Sj Pradeep Balasamanta Hon’ble Minister, Cooperation, Handlooms & Textiles Department Government of Odisha Subject: ...