AFFILIATE MARKETING

https://binomo.com?a=90810425bb57&t=0

Sunday, November 26, 2023

ଆଜି ହେବନି ରାତ୍ର ପହୁଡ଼, ବିଳମ୍ବିତ ରାତି ଯାଏଁ ମିଳିବ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ

COASTAL NEWS ODIA 1508

ଆଜି ହେବନି ରାତ୍ର ପହୁଡ଼, ବିଳମ୍ବିତ ରାତି ଯାଏଁ ମିଳିବ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ



ପୁରୀ - (CNO) ପୁଣ୍ଯ ଅର୍ଜନ ପାଇଁ କାର୍ତ୍ତିକ ମାସ ସାରା ଶ୍ରୀମନ୍ଦିରରେ ଲାଗି ରହିଛି ଶ୍ରଦ୍ଧାଳୁଙ୍କ ଭିଡ଼ । ପ୍ରତିଦିନ ଲକ୍ଷ ଲକ୍ଷ ଭକ୍ତ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି । ଭକ୍ତଗଣଙ୍କ ଆବେଗ ଓ ଭିଡକୁ ଦୃଷ୍ଟିରେ ରଖି ଆଜି ମହାପ୍ରଭୁଙ୍କ ରାତ୍ର ପହୁଡ଼ ହେବନାହିଁ । ପ୍ରବଳ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି ।

ତେଣୁ ଏହାଦ୍ବାରା ବିଳମ୍ବିତ ରାତି ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ଭକ୍ତ । ସେବାୟତଙ୍କ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି । ସୋମବାର କାର୍ତ୍ତିକ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ରାଜରାଜେଶ୍ଵର ବା ସୁନାବେଶ ଅନୁଷ୍ଠିତ ହେବ । ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସଙ୍କ ପକ୍ଷରୁ  ସୂଚନା ଦିଆଯାଇଛି ।‌ 

ଏହା ସହ ଆଜି ପବିତ୍ର ପଞ୍ଚକ ଚତୁର୍ଦ୍ଦଶୀରେ ଶ୍ରୀଜିଉଙ୍କ ଲକ୍ଷ୍ମୀ ନୃସିଂହ ବେଶ । ଗତକାଲି ଶ୍ରୀଜିଉ ତ୍ରିବିକ୍ରମ ବେଶରେ ଦର୍ଶନ ଦେଇଥିବା ବେଳେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା । ଆସନ୍ତାକାଲି ସୋମବାର ଶ୍ରୀଜିଉଙ୍କର ରାଜରାଜେଶ୍ୱର ବେଶ ହେବ । ଏଥିଲାଗି ଭିଡ଼ ଆହୁରି ବଢ଼ିବା ଆଶଙ୍କା କରାଯାଉଛି ।
କାର୍ତ୍ତିକ ପୂର୍ଣ୍ଣିମା ଲାଗି ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଥିବା ବେଳେ ଟ୍ରାଫିକ୍ ନିୟନ୍ତ୍ରଣ ଲାଗି ମଧ୍ୟ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।

No comments:

COASTAL NEWS

COASTAL NEWS ODIA 1903 ଭାରତୀୟଙ୍କ ସୋଲାର ପ୍ୟାନେଲ ଉପରେ ଆମେରିକାର ନଜର

COASTAL NEWS ODIA 1903  ଭାରତୀୟଙ୍କ ସୋଲାର ପ୍ୟାନେଲ ଉପରେ ଆମେରିକାର ନଜର ୱାଶିଂଟନ୍ - (CNO) ଆମେରିକା ସୋଲାର ପ୍ୟାନେଲଗୁଡିକର ବ୍ୟବସାୟ ଏକଚାଟିଆ କରିବାକୁ ଚେଷ...